Monthly Horoscope- କେମିତି କଟିବ 2021 ମସିହା August ମାସଟି ଧନୁ ଓ ମକର ରାଶି ବ୍ୟକ୍ତିଙ୍କର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଧନୁରାଶି-୨୦୨୧ମସିହା ଅଗଷ୍ଟ ମାସରେ ଧନୁରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ଅସୁସ୍ଥତା ଦୂରହେବ । ମାନସିକ ସୁସ୍ଥତା ଅନୁଭବ କରିବେ । ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତହେବେ ଓ ପାରିବାରିକ ଜୀବନ ସୁଖରେ କାଟିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ । କର୍ମକ୍ଷେତ୍ରରେ ଆନ୍ତରିକ ଉତ୍ସାହ ବୃଦ୍ଧିହେବା ଫଳରେ ଜଟିଳ ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ । କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ପ୍ରଚୁର ଲାଭ ମିଳିବ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ଶତ୍ରୁ ମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ । ଅର୍ଥକୁ ଭଗବାନ ଜ୍ଞାନ କରି ବିବାଦମାନ ପରିସ୍ଥିତିର ବି ସମ୍ମୁଖୀନ ହେବାକୁ ପଡିପାରେ । ସ୍ଥଳ ବିଶେଷେ ସ୍ଥାନ ପରିବର୍ତ୍ତନ ଯୋଗେ ଅସନ୍ତୋଷର କାରଣ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକରରାଶି- ଅଗଷ୍ଟ ମାସରେ ମକରରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ଅଧିକ ପରିଶ୍ରମ ତୁଳନାରେ ଅଧିକ ପାରିଶ୍ରମିକ ଆଦାୟର ପ୍ରଚେଷ୍ଟା ଚଳାଇବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଶାରିରୀକ ସୁସ୍ଥତା ଦେଖା ଦେବ । ଆକସ୍ମିକ ଧନପ୍ରାପ୍ତି ହେବା ଫଳରେ ମନ ଖୁସି ରହିବ । ଯଦି ବ୍ୟବସାୟ କରୁଥାନ୍ତି ଅତ୍ୟନ୍ତ ଲାଭାନ୍ନିତ ହୋଇ ସଂପତ୍ତି କ୍ରୟ କରିବେ । ନୂତନ ବ୍ୟବସାୟ ଆରମ୍ଭ କରିପାରିବେ । ବିଦ୍ୟାର୍ଥୀ ହୋଇଥିଲେ ପ୍ରଶାସନିକ ସେବା ସଂବନ୍ଧିତ ପରୀକ୍ଷା ପାଇଁ ପ୍ରସ୍ତୁତ ହେବା ଉଚିତ କିମ୍ବା ଡାକ୍ତରୀ ପାଠ ପଢ଼ୁଥିଲେ ବିଶେଷ ସଫଳତା ପ୍ରାପ୍ତ ହେବ । ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବେ ।

ଭାଗ୍ୟର ପ୍ରବଳତା ହେତୁ ସମସ୍ତ କାର୍ଯ୍ୟ ପୂର୍ଣ୍ଣ ହେବ । ସନ୍ତାନ କ୍ଷେତ୍ରରେ ସର୍ବ ଶ୍ରେଷ୍ଠ ଫଳ ପାଇବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ନୂତନ ଗୃହ, ନୂତନ ଯାନ, ନୂତନ ବ୍ୟବସାୟ, ନୂତନ ଜାଗା ଜମିପ୍ରାପ୍ତି ହେବ । ଚାକିରୀ ପାଇଁ ଚେଷ୍ଟା କରୁଥିଲେ ଶିକ୍ଷାକ୍ଷେତ୍ର, ଧର୍ମାନୁଷ୍ଠାନ, ଭୋଜନାଳୟ, ପ୍ରଶାସନ ବିଭାଗ, ଖାଦ୍ୟ ସଂବନ୍ଧୀୟ ବିଭାଗ, ଖାଦ୍ୟ ପ୍ରସ୍ତୁତି କରୁଥିବା କାରଖାନାରେ ଯୋଗାଯୋଗ କରନ୍ତୁ । ରାଜନୀତି କ୍ଷେତ୍ରରେ ଅନୁକୂଳ ହେତୁ ଲୋକ ସମର୍ଥନ ବୃଦ୍ଧି ପାଇବ । ପୈତୃକ ସମ୍ପତ୍ତି, ପାରିବାରିକ ଦ୍ଵନ୍ଦର ସମାଧାନ ହେବା ଯୋଗେ ଚିତ୍ତପ୍ରସନ୍ନ ରହିବ । ବ୍ୟବସାୟରେ ଉଚ୍ଚ ଆଶାରେ ଆଗେଇ କାର୍ଯ୍ୟ ସିଦ୍ଧି ହେବା ଫଳରେ ଆର୍ଥିକ ଦିଗରୁ ସୁବିଧା ମିଳିବ । ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!