ରବି ଚଳିଲେ ମିଥୁନ ରାଶିକୁ ଏହି ସାତୋଟି ରାଶିର ବ୍ୟକ୍ତିଙ୍କୁ ମିଳିବ ଅତ୍ୟନ୍ତ ଶୁଭ ଫଳ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ।  ବ୍ୟବସାୟରେ ସଫଳତା, ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅର୍ଥ ସଂପର୍କିତ  ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଆର୍ଥିକ ଉନ୍ନତି, ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉନ୍ନତି  କରିବା ସହ ଉପରିସ୍ଥ  ଅଧିକାରୀଙ୍କର କୃପା ଲାଭ କରିବେ। କର୍ମ ସଂସ୍ଥାରେ ନିଯୁକ୍ତି ପାଇବାର ଯୋଗ ମଧ୍ୟ ରହିଛି। ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପାରିବାରିକ ଜୀବନରେ ଶାନ୍ତି, ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। କୌଣସି କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। କୃଷି ଓ ବାଣିଜ୍ୟରେ ଆୟ ଆଶାତୀତ ହେବ। ଦେହମନ ଭଲ ରହିବ ଓ ଶାନ୍ତି ପାଇବେ। କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତହେବେ। ବିଦେଶ ଯାତ୍ରାରେ ସଫଳ ହେବେ। ବ୍ୟବହାରକୁଶଳ, ଅନୁଶାସନ ପ୍ରିୟ, ଗୁଣିଜ୍ଞାନୀ, ଯୋଗ୍ୟ, ଆଜ୍ଞାପାଳକ, ସୌଭାଗ୍ୟଶାଳୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। କୌଣସି ମହାପୁରୁଷଙ୍କ ଆଦର୍ଶ ଓ ସିଦ୍ଧାନ୍ତ ଅନୁସାରେ କର୍ମକ୍ଷେତ୍ରରେ ଆଗେଇବେ। ଦୂରେଇ ଯାଇଥିବା ବନ୍ଧୁ ମିତ୍ରମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। କୌଣସି ନୂତନ ବ୍ୟକ୍ତିଙ୍କୁ ଭରସା କରି କାର୍ଯ୍ୟ କଲେ ପ୍ରଚୁର ଲାଭ ପାଇବେ। ରାଜନୀତିରେ ଫାଇଦା ଉଠାଇବା ସହ ସାମାଜିକ କ୍ଷେତ୍ରରେ ସମ୍ମାନ ବଢିବ। ପଢ଼ାପଢ଼ିରେ ମାନସିକ ଶାନ୍ତି ଦେଖା ଦେବ। ଦୂର ଯାତ୍ରାରେ ଲାଭବାନ ହେବେ। ଧନ ଲାଭର ମାର୍ଗ ଖୋଲିଯିବ ଓ ସ୍ୱାସ୍ଥ୍ୟରେ ଉନ୍ନତି ଅବନତି ଲାଗି ରହିବ। ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ। କର୍ମ କ୍ଷେତ୍ରରରେ ବନ୍ଧୁ ମିତ୍ରଙ୍କ ସହ ସୁସଂପର୍କ ସୃଷ୍ଟି ହେବ। ବ୍ୟବସାୟରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ପାଇବେ। ଜାଗାଜମି, ଗୃହ ଉପକରଣ କ୍ରୟ କରି ପାରନ୍ତି। ଯାନ ବାହାନ ପ୍ରାପ୍ତି ହୋଇପାରେ । ବ୍ୟୟ ଅପେକ୍ଷା ଆୟ ଅଧିକ ହେବ। ଋଣମୁକ୍ତ ଓ ଋଣପ୍ରାପ୍ତି ହେବ। ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ।  ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା ବ୍ୟକ୍ତିରୁପେ ପ୍ରଶଂସା ପାଇବେ। ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଭାତୃ ବିବାଦ, ଜମି ବାଡ଼ି ଓ ଘରଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଯେ କୌଣସି କାର୍ଯ୍ୟ ହାତକୁ ନେଲେ ଶେଷ କରିବା ପରେ ଆଶ୍ୱସ୍ଥି ହେବେ। ସନ୍ତାନଙ୍କର ଉନ୍ନତିରେ ଖୁସିହେବେ। ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା କଷ୍ଟକର ହେବ ତେଣୁ ବୁଝି ବିଚାରି କାର୍ଯ୍ୟ ନକଲେ ଅପମାନ ସହ୍ୟ କରିବାକୁ ପଡ଼ିପାରେ। ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ରାଜନୀତି କ୍ଷେତ୍ରରେ ଆବଶ୍ୟକସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ। ନାନା ବାଟରେ ଧନାଗମ ଘଟିବ । ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ବଡପଣିଆ ଦେଖାଇଲେ ମନ୍ଦଫଳ ଭୋଗିବାକୁ ପଡିବ। ମାଲିମୋକଦ୍ଦମାର ଭୟ ରହିବ। ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍।  ଜୀବନସାଥିଙ୍କ ସହଯୋଗରେ ଆର୍ଥିକ ଲାଭ ହେବ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ମହିଳାମାନେ ପତିପ୍ରାଣା ହୋଇ ପରିବାରରେ ପ୍ରୀତିଭାଜନ ହେବେ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି। ଯେଉଁ ଯାଗାରେ ଦସ୍ତଖତ କରିବାକୁ ପଡିବ ଭଲ ଭାବରେ ପଢି ବୁଝି ବିଚାରି ଦସ୍ତଖତ କରିବେ। ପ୍ରତିକାର- କିନ୍ନର ଙ୍କୁ କିଛି ଦାନ ଦିଅନ୍ତୁ।     

 

କର୍କଟ:-

ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ କର୍ମ କ୍ଷେତ୍ରରେ  ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଆକସ୍ମିକ ଧନ ପ୍ରାପ୍ତି ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ ଓ ସମସ୍ତ କାର୍ଯ୍ୟ ମନୋନୁକୂଳ ହେବ। ଭାଇ ଓ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ। ଘର ଓ ପରିବାରରେ ସୁଖଦାୟକ ବାତାବରଣ ଦେଖାଦେବା ସହ ପରିବାରରେ ପ୍ରସନ୍ନତା ବିରାଜମାନ କରିବ। ରାଜନୀତି କ୍ଷେତ୍ରରେ ଅନେକ ଶୁଭକର୍ମର ସୁଯୋଗ ପାଇବା ସହ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତ୍ରୁମାନେ ପରାଜିତ ହେବେ। ବିଦେଶ ଯାତ୍ରାରେ ଲାଭ ପାଇବେ। ଆୟବୃଦ୍ଧି ହେବ। ପୂରାତନ ରୋଗର ଉପଶମ ଓ ବନ୍ଧୁ ସମାଗମ ହେବ। ମହିଳାମାନଙ୍କର ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ପ୍ରେମିକ ପ୍ରେମିକାମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପଢ଼ାପଢ଼ିରେ ମନଦେବେ ଓ ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେଇ ପାରନ୍ତି। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।    

ସିଂହ:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ ସମସ୍ତ କାର୍ଯ୍ୟରେ ସଫଳତା ପାଇବେ। ଧାର୍ମିକ ଓ ସାମାଜିକ ଉତ୍ସବରେ ଯୋଗ ଦେଇ ପ୍ରସଂଶିତ ହେବେ। ଶତ୍ରୁହାନୀ, ସହଯୋଗ ପ୍ରାପ୍ତି, ମିତ୍ରଲାଭ,  ଶରୀର ସୁସ୍ଥ ରହିବ। ଋଣ ପ୍ରାପ୍ତି, କର୍ମତତ୍ପର, ବ୍ୟବସାୟରେ  ସଫଳତା ପାଇବେ। ଉଚ୍ଚ ସମ୍ମାନ ଲାଭ,  ମନରେ ଉତ୍ସାହ ଓ ମିଷ୍ଠାନ୍ନ ଭୋଜନ ପ୍ରାପ୍ତି ହେବ। ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ପ୍ରାପ୍ତି ହେବ।  ଚିତ୍ତ ପ୍ରସନ୍ନ, କାର୍ଯ୍ୟ ସିଦ୍ଧି ହେବ। ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ। ବ୍ୟବସାୟରେ ସାହସୀ ଓ ଦୃଢସଂକଳ୍ପ ଫଳରେ ଲାଭବାନ ହେବେ। ପୂରାତନ ବନ୍ଧୁ ଓ ମିତ୍ରଙ୍କ ସହଯୋଗ ଅଧିକ ଲାଭଦାୟକ ହେବ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ। ନୂତନ କାର୍ଯ୍ୟାରମ୍ଭ  କରି ଉଚ୍ଚ ପ୍ରଶଂସା ଲାଭ କରିବେ। ଅଟକିଥିବା ଧନ ମିଳିଯିବ। ଯେଉଁ କାର୍ଯ୍ୟ ପାଇଁ ଆପଣ ଲମ୍ବା ସମୟର ପ୍ରୟାସରତ ଥିଲେ ତାହା ଖୁବ୍ ଶୀଘ୍ର ପୂରଣ ହେବ। ଉଚ୍ଚ ଆଶା ସଫଳହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ଫଳରେ ମିତ୍ର ଓ ସହଯୋଗୀଙ୍କ ଠାରୁ ଆଶାତୀତ ସହଯୋଗ ପ୍ରାପ୍ତି ହେବ। ପରିବାରରେ ମାନ ମନାନ୍ତର ଦୂର ହେବ। ବିଦେଶ ଯାତ୍ରାରେ ଲାଭବାନ୍ ହେବେ। ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ କର୍ମ କ୍ଷେତ୍ରରେ ପଦୋନ୍ନତି ସହ ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ। ମିଷ୍ଠାନ୍ନ ଭୋଜନ, ଉଚ୍ଚ ଆଶା ପୂରଣ, ସକଳ କାର୍ଯ୍ୟରେ ସଫଳ ହେବେ। ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଜୟଲାଭ କରିବେ। ଶତ୍ରୁନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ।  ଶାରୀରିକ ପୀଡ଼ା, ମନର ଦୁଶ୍ଚିନ୍ତା ଦୂରେଇ ଯିବ। ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ସରକାରୀ କର୍ମଚାରୀମାନେ ସହକର୍ମୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ କରିବେ। କେତେକ କ୍ଷେତ୍ରରେ ଭଲ କାମକରିବା ଫଳରେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ଅକ୍ଷୂର୍ଣ୍ଣ ରହିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ମହିଳାମାନେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଆୟ ଉପାର୍ଜନ ବୃଦ୍ଧି ହେବ। ବିଦ୍ୟାର୍ଥିମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ। କୃଷିଜୀବୀମାନେ ନୂତନ ଯୋଜନା ପ୍ରସ୍ତୁତ କରିବା ସହ ସୁ-ସମ୍ବାଦ ପାଇ ଖୁସିହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ ବ୍ୟବସାୟ କ୍ଷେତ୍ର ପ୍ରସାରିତ ହେବାଫଳରେ ଆଶାତୀତ ଲାଭପାଇବେ ଓ ଉତ୍ତମ ରୋଜଗାର ହେବ। କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପ୍ରଶଂସିତ ହେବେ ଓ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ। ଧାର୍ମିକକାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଦାମ୍ପତ୍ୟସୁଖ ବୃଦ୍ଧି ହେବା ସହ ସାମାଜିକପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ପାଇବ। ରାଜନୀତିକ୍ଷେତ୍ରରେ ନିଜର ପ୍ରତିଷ୍ଠା ଫଳରେ ଜନସାଧାରଣଙ୍କ ମନ କିଣିପାରିବେ। ଶିକ୍ଷାକ୍ଷେତ୍ରରେ ପଢ଼ାପଢ଼ିରେ ମନଦେଇ ସଫଳତା ଲାଭ କରିବେ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁମିତ୍ର ମାନଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇବେ। ପୂର୍ବ କଳହର ସମାଧାନ ହେବ। ବସ୍ତ୍ର, ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ବ୍ୟବସାୟ କରିଲେ ଲାଭବାନ ହେବେ। ପାରିବାରିକ ଜୀବନରେ ଆର୍ଥିକ ପରିସ୍ଥିତିରେ ଉନ୍ନତି ହେବ। କୃଷିଜୀବିମାନେ ନୂତନ ଯୋଜନା ପ୍ରସ୍ତୁତ କରିବେ। ଶାରୀରିକ ଅସୁସ୍ଥତାରୁ ଉପଶମ ପାଇବେ। ଘରୋଇ କର୍ମଚାରୀମାନଙ୍କର ପଦୋନ୍ନତି ସହ ଉପରିସ୍ଥ ଅଧିକାରୀଙ୍କ ଠାରୁ ସମ୍ମାନ ପାଇବେ। ମହିଳାମାନେ ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ମାଲିମୋକଦ୍ଦମାର ଭୟ ରହିବ। ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ପ୍ରତିକାର- କିନ୍ନର ଙ୍କୁ କିଛି ଦାନ ଦିଅନ୍ତୁ।    

ବିଚ୍ଛା:-

ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ ନିଷ୍ଠାର ସହ ପରିଶ୍ରମ ଫଳରେ କର୍ମକ୍ଷେତ୍ରରେ ସମ୍ପୂର୍ଣ୍ଣ ଲାଭ ପାଇବେ। ଶତୃମାନେ ବିପଦରେ ପକେଇବାକୁ ଚେଷ୍ଟା କରି ବିଫଳ ହେବେ। ବ୍ୟବସାୟିକ ଗତିବିଧି ଉତ୍ତମ ଭାବରେ ଚାଲିବା ଯୋଗେ ଲାଭବାନ୍ ହେବେ। ଶିକ୍ଷାକ୍ଷେତ୍ରରେ ଚଳଚଞ୍ଚଳ ହୋଇ ଲକ୍ଷ୍ୟସ୍ଥଳରେ ପହଁଞ୍ଚିବାକୁ ଚେଷ୍ଟା କରିବେ ଓ ଅଧ୍ୟୟନ ପାଇଁ ତତ୍ପର ହେବେ। ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ମାନସିକ ଶାନ୍ତି  ଓ ଶରୀର ଭଲ ରହିବ। ସାମାଜିକ କ୍ଷେତ୍ରରେ ନୂତନ ଗୁରୁଦାୟିତ୍ୱ ଗ୍ରହଣ କରିବେ। ଆୟ ବୃଦ୍ଧି ପାଇବା ଦ୍ଵାରା ଅଟକିଥିବା କାର୍ଯ୍ୟ ପୁନରାୟ ଚାଲୁ କରିବେ। ନୂତନ ବନ୍ଧୁଙ୍କ ସାହାଯ୍ୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ୍ ହେବେ। ଧନ ଆଗମନର ନୂତନସ୍ରୋତ ଖୋଲିଯିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ। ପରିଜନଙ୍କ ସମ୍ବନ୍ଧିତ ଶୁଭ ସମାଚାର ପାଇବେ। ଦୂର ଯାତ୍ରାକରିଲେ ବହୁ କଷ୍ଟରେ କାର୍ଯ୍ୟ ପୂରଣ ହେବ। କୃଷିଜିବୀମାନେ ଲାଭବାନ୍ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଦୁଇଗୁଣ ଉତ୍ସାହ ସହ ଆଗେଇଯିବେ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ମହିଳାମାନଙ୍କର ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ନୂତନକାର୍ଯ୍ୟ ଆରମ୍ଭକଲେ କ୍ଷତିରେ ପଡ଼ିବେ। ଜାଣିଶୁଣି ଭୁଲ୍ ଲୋକର ପରାମର୍ଶରେ ଭୁଲ୍ ବାଟରେ ଯାଇ ପାରନ୍ତି କିନ୍ତୁ ଉଦ୍ୟେଶ୍ୟ ପୂର୍ଣ୍ଣ ହେବ ନାହିଁ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ ନତୁବା ଉଦରପୀଡ଼ା, ରକ୍ତଚାପ ରୋଗବୃଦ୍ଧି ହୋଇପାରେ । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ ସମାଜ କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗୀକୃତ କରିବେ। ଅଟକିଥିବା କାର୍ଯ୍ୟ କୌଣସି ଏକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟରେ ପୂରଣ ହେବ। କୋର୍ଟ କଚେରୀରେ ସଫଳତା ମିଳିବ। ଶତୃ ଓ ବିରୋଧୀମାନେ କିଛି କ୍ଷତି କରି ପାରିବେ ନାହିଁ। ଭାଗୀଦାରି ବ୍ୟବସାୟରେ ଲାଭବାନ୍ ହେବେ। ଗଠନମୂଳକ କାର୍ଯ୍ୟପ୍ରତି ଆଗ୍ରହ ବଢ଼ିବ। ଆୟ ଉପାର୍ଜନରେ ବାଧା ନାହିଁ। ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ବିଶେଷ ଲାଭବାନ୍ ହେବେ। ପିଲାମାନଙ୍କ କାର୍ଯ୍ୟରେ ଉନ୍ନତି ହେବ।  ଘରର କେହି ଉନ୍ନତିର ବିଶେଷ ସ୍ତରକୁ ଉଠିଯିବେ। କର୍ମ ମୁଖରତା ଯୋଗେ ଅଭାବ-ଅନାଟନ ଦୂର ହୋଇ ସ୍ଥିତି ସନ୍ତୋଷ ପ୍ରଦ ହେବ। ଦେଇଥିବା ଧନ ଫେରି ପାଇବା ଫଳରେ ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ଅଚାନକ ଯାତ୍ରା ଫଳରେ ବିଶେଷ ଉପକୃତ ହେବେ। ଅଟକିଥିବା ଧନ ସହଜରେ ପ୍ରାପ୍ତ ହେବ। ଘରୋଇ କର୍ମଚାରୀ ମାନଙ୍କୁ ଭରସା କଲେ ମାନସିକ ଦୁଶ୍ଚିନ୍ତା, ଋଣଭାର, ଶତ୍ରୁବାଧା ଦୂରେଇ ଯିବ। ମହିଳାମାନେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ବିଦ୍ୟାର୍ଥିମାନେ ଉଚ୍ଚଶିକ୍ଷା ପାଇଁ ଚେଷ୍ଟିତ ହେବେ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ। ସମସ୍ତ କାର୍ଯ୍ୟ ମନଇଛା ଅନୁସାରେ ସମ୍ପନ୍ନ ହେବ। ଜନ ସମ୍ପର୍କ ବୃଦ୍ଧି ପାଇବ। ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ଓ ସାକ୍ଷାତରେ ଉନ୍ନତି ହେବ। ବକେୟା ଅର୍ଥ କିଛି ମିଳିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ପାରିବାରିକ କ୍ଷେତ୍ରରେ ସ୍ନେହ-ସଦ୍ଭାବ ବଜାୟ ରହିବ। ବିଦ୍ୟାର୍ଥିମାନେ ପରୀକ୍ଷା, ପ୍ରତିଯୋଗିତାରେ ବିଜୟୀ ହେବେ। ନୂତନକର୍ମ ନିଯୁକ୍ତି ପାଇବେ ଓ କର୍ମକ୍ଷେତ୍ରରେ ପଦୋନ୍ନତିର ଯୋଗ ଅଛି। କାର୍ଯ୍ୟର ପ୍ରଗତିପାଇଁ ସମସ୍ତପ୍ରକାର ପ୍ରୟାସ କରିବେ। ଦୂରଯାତ୍ରାରେ ଆଶା ମୁତାବକ ଫଳ ପାଇବେ। ଆକସ୍ମିକ ଧନପ୍ରାପ୍ତି ହେବ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟସହଯୋଗ ପାଇବେ। ମାନସମ୍ମାନ ବୃଦ୍ଧି, ବିଦ୍ୟାରେ ଉନ୍ନତି, ବିବାଦୀୟ ଓ ସ୍ୱାସ୍ଥ୍ୟଗତ ସମସ୍ୟା ଦୂର ହେବ। ଲଟେରୀ, ଜୁଆ, ସଟ୍ଟା ଓ ସେୟାର୍ ମାର୍କେଟରେ ଅର୍ଥ ପ୍ରାପ୍ତି ହେବ। ସବୁଦିଗରୁ ଶୁଭ ସମାଚାର ପାଇ ଖୁସି ହେବେ। ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଚିନି, ଗୁଡ଼ ଜନ୍ଦା ପିମ୍ପୁଡ଼ିକୁ ଦିଅନ୍ତୁ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନଲାଭ ଓ ସାହାଯ୍ୟ ସହଯୋଗ ମିଳିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନବୃଦ୍ଧି ହେବ। କର୍ମରେଉନ୍ନତି  ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ ଓ ଦାମ୍ପତ୍ୟଜୀବନ ଆନନ୍ଦମୟହେବ। ଶିକ୍ଷା ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହେବା ଫଳରେ ବନ୍ଧୁ, ମିତ୍ର ଏବଂ ସହକର୍ମୀମାନଙ୍କ ଦ୍ୱାରା ଲାଭବାନ୍ ହେବେ। ଅଟକିଥିବା କାର୍ଯ୍ୟସଫଳତା ପୂର୍ବକ ସମ୍ପନ୍ନହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଚ୍ଛିତଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତାପୂର୍ଣ୍ଣ ହେବ।  ସ୍ୱାସ୍ଥ୍ୟ ଉତ୍ତମ ରହିବ। ବାସଗୃହ ଓ ଯାନବାହାନର କେତେକ ସମସ୍ୟା ସମାଧାନ ହୋଇଯିବ। ନୂତନପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ଭାଗୀଦାରି ଓ ପଦସ୍ଥବ୍ୟକ୍ତିଙ୍କ ଦ୍ୱାରା ଲାଭବାନ ହେବେ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ସୁଖ ସମ୍ପଦ ପ୍ରାପ୍ତି ହେବ। ନୂତନକାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ କଷ୍ଟ ଭୋଗି ପାରନ୍ତି। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମୀନ:-

ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ  ବିଶେଷ ବ୍ୟସ୍ତ ରହିବେ। ଜମିବାଡ଼ି ନେଇ କେତେକ ସମସ୍ୟା ଉପୁଜି ସମାଧାନ ହୋଇ ପାରେ। ଆର୍ଥିକଦିଗରୁ ଉନ୍ନତି ହେବାସହ ସ୍ୱାସ୍ଥ୍ୟ ଠିକ୍ ରହିବ। ପାରିବାରିକ କ୍ଷେତ୍ରରେ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ଭୋଗବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଲାଗିରହିବ। ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି  ଏବଂ ସୁନାମ ଅର୍ଜନ କରିବେ। ଆକସ୍ମିକଧନ ପ୍ରାପ୍ତି ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ଯେ କୌଣସିକାର୍ଯ୍ୟରେ ହାତଦେଲେ ସଫଳ ହେବେ। ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ ଓ କଠିନ ପରିଶ୍ରମ କରି ସ୍ଥାନ ସ୍ଥିତି ବଜାୟ ରାଖୀ ପାରିବେ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ଧାର୍ମିକକାର୍ଯ୍ୟରେ ରୁଚି ବୃଦ୍ଧିହେବ। ଘରୋଇ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭକରିବେ। ଭାଇ ଓ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ସନ୍ତାନମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରନ୍ତୁ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!