Monthly Horoscope- କେମିତି କଟିବ 2021 ମସିହା August ମାସଟି ମିଥୁନ ଓ କର୍କଟ ରାଶିର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମିଥୁନରାଶି- ଅଗଷ୍ଟ ମାସରେ ମିଥୁନରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ବ୍ୟୟ ତୁଳନାରେ ଆୟ ଅଧିକ ହେବ ଓ ଆର୍ଥିକ ଅନାଟନ ଦୂରେଇ ଯିବ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ସରକାରୀ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ମାନ ସମ୍ମାନ ବୃଦ୍ଧି ହେବା ସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ସାମାଜିକ କ୍ଷେତ୍ରରେ ଜଣେ ସତ୍ ପରାମର୍ଶଦାତା, ଶିକ୍ଷକ, ଦାର୍ଶନିକ, ଉପଦେଷ୍ଠା ଭାବେ ସମ୍ମାନ ପାଇବେ । ମାଲିମୋକଦ୍ଦମାରେ ଶତ୍ରୁ ବା ବିରୋଧୀମାନେ ତଳମୁହାଁ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ ଓ ଆନ୍ତିରକତା ବୁଝାମଣା ଆତ୍ମିକ ବନ୍ଧନକୁ ସୁଦୃଢ କରିବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ବ୍ୟବସାୟ କ୍ଷେତ୍ରରେ ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟରାଶି- ଅଗଷ୍ଟ ମାସରେ କର୍କଟରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ଶାରୀରିକ ପୀଡା, ମନର ଦୁଶ୍ଚିନ୍ତା ଦୂର ହୋଇଯିବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ । ରାଜନୀତି ସ୍ତରରେ ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆ ହୋଇ କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ । ଯାନବାହାନ ଓ ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭବାନ ହେବେ । ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ସାମାଜିକ ପତିଆରା ଅମଳିନ ରହିବ ।

ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ସୁଖ, ସମ୍ପତ୍ତି ଓ ସାହାଯ୍ୟ ପ୍ରାପ୍ତି ହେବ । କର୍ମଜୀବିମାନେ କର୍ମଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ମାଲି ମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ଛାତ୍ର-ଛାତ୍ରୀମାନେ ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ପାରିବାରିକ କ୍ଷେତ୍ରରେ ଅସ୍ଥିରତା ଓ ଅଶାନ୍ତି ଦୂରେଇଯିବ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ସୁଖ ଅନୁଭବ କରିବେ । କୋର୍ଟ କଚେରୀ ଧନ୍ଦା ମଧ୍ୟରେ ଅସ୍ୱସ୍ତି ମିଳିବ । ପ୍ରେମିକ ପ୍ରେମିକା ମାନଙ୍କର ଅସ୍ଥିରତା ଓ ଅଶାନ୍ତି ଦୂରେଇଯିବା ଫଳରେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!