Monthly Horoscope- କେମିତି କଟିବ 2021 ମସିହା August ମାସଟି ତୁଳା ଓ ବିଛା ରାଶିର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ତୁଳାରାଶି- ଅଗଷ୍ଟ ମାସରେ ତୁଳାରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ମାନସିକ ସ୍ଥିରତା ଦେଖାଦେବ । କର୍ମକ୍ଷେତ୍ରରେ ପଦୋନ୍ନତି ହେବାର ସୂଚନା ପାଇବେ । ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇ ଯିବ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ୍ତ କରି ପାରିବେ । ପାରିବାରିକ ସ୍ତରରେ କିଛି କୁହୁଳା ଅଶାନ୍ତି ଦୂରେଇ ଯିବ । ଦାମ୍ପତ୍ୟ ଜୀବନରେ ଚିତ୍ତପ୍ରସନ୍ନ ଓ କାର୍ଯ୍ୟ ସିଦ୍ଧି ହେବ । ସନ୍ତାନଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ସମ୍ପର୍ଣ୍ଣ କରି ଆନନ୍ଦିତ ହେବେ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ରାଜନୀତି କ୍ଷେତ୍ରରେ କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ । ଗସ୍ତ କାର୍ଯ୍ୟ କ୍ରମରେ ବହୁ ସମୟ ବାହାରେ କଟାଇବାକୁ ବାଧ୍ୟ ହେବେ । ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବା ସହ ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ । ଆର୍ଥିକସ୍ଥିତି ସୁଧୁରିବା ସହ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ । ଅସହାୟ ମାନଙ୍କୁ ସାହାଯ୍ୟ କରିବା ଦ୍ଵାରା ସାଧାରଣ ଲୋକମାନେ ସମ୍ମାନ ଦେବେ । ପରୋପକାର ଓ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଛାରାଶି- ଅଗଷ୍ଟ ମାସରେ ବିଛାରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ଭଲ ରହିବ । ସନ୍ତାନ ସନ୍ତତି ମାନଙ୍କର ଶୁଭ ଖବର ପାଇ ଖୁସିହେବେ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ । ପାରିବାରିକ ସ୍ତରରେ ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯାଇ ଶାନ୍ତି ଶୃଙ୍ଖଳା ସହ ପରିବାରରେ ମାନ ମନାନ୍ତର ଦୂର ହୋଇ ସୁଖ ଶାନ୍ତି ମିଳିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ବ୍ୟବସାୟ କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ ଏବଂ କାରବାରର ସୀମା ବଢାଇବା ଫଳରେ ସନ୍ତୋଷ ଦେଖା ଦେବ । ଭିନ୍ନ ରାସ୍ତାରେ ଆୟ ବୃଦ୍ଧିର ଯୋଜନା କରିବେ । କର୍ମକ୍ଷେତ୍ରରେ ଲକ୍ଷ୍ୟହାସଲ ହିଁ ମୂଳ ଆଭିମୁଖ୍ୟ ହେବ ।

ବାଦବିବାଦ, ମାଲିମୋକଦ୍ଦମା ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟଲାଭ ହେବ । ଯାନବାହାନ ଓ ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭବାନ ହେବେ । ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ । ଛାତ୍ର ଛାତ୍ରୀମାନଙ୍କର ଶିକ୍ଷା କ୍ଷେତ୍ର ବ୍ୟବସ୍ଥିତତା ହେତୁ ଶାନ୍ତି ଉପୁଜିବ । ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ । ନାନା ବାଟରେ ଧନାଗମ ଘଟିବ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରେମୀକ ପ୍ରେମିକାଙ୍କର ଚିତ୍ତପ୍ରସନ୍ନ ରହିବା ସହ କାର୍ଯ୍ୟ ସିଦ୍ଧି ହେବ ଓ ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ପ୍ରତେକ କ୍ଷେତ୍ରରେ ମାନସିକ ସ୍ଥିତି ସୁଦୃଢ ରହିବ । ରାଜନୀତିରେ ଲୋକସମର୍ଥନ ପ୍ରଚୁର ମିଳିବା ଫଳରେ ପ୍ରଶଂସିତ ହେବେ ଓ କାହାରି ପାଖରେ ମୁଣ୍ଡ ନଇଁବ ନାହିଁ । ପ୍ରତିକାର:-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!