Monthly Horoscope- କେମିତି କଟିବ 2021 ମସିହା August ମାସଟି କୁମ୍ଭ ଓ ମୀନ ରାଶି ବ୍ୟକ୍ତିଙ୍କର

ଶେୟାର କରନ୍ତୁ ଅନ୍ୟମାନକ ସହିତ

କୁମ୍ଭରାଶି- ଅଗଷ୍ଟ ମାସରେ କୁମ୍ଭରାଶି ଜାତ ମହିଳା ଓ ପୁରୁଷ ମାନେ ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ନୂତନ ଚାକିରୀ ପାଇଁ ପ୍ରୟାସ ରତ ଯୁବକଯୁବତୀ ମାନେ ଉତ୍ସାହ ବର୍ଦ୍ଧକ ସମାଚାର ପାଇବେ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚଆଶା ସଫଳ ହୋଇ ଦୂରଯାତ୍ରାରେ ଲାଭପାଇବେ । ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ନୂଆ ନୂଆ ବ୍ୟବସାୟିକ ସଂପର୍କ ସ୍ଥାପନ କରିବା ଦ୍ଵାରା ବ୍ୟବସାୟିକ ସ୍ଥିତି ଅଚାନକ ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ । ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଅଚାନକ ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ । ମାଲିକ ସପକ୍ଷ ସଂଗଠନର ନେତୃତ୍ଵ ନେଇ କର୍ତ୍ତୁପକ୍ଷଙ୍କ ଶ୍ରଦ୍ଧାଭାଜନ ହେବେ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନରାଶି- ଅଗଷ୍ଟ ମାସରେ ମୀନରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇ ଯିବ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ । ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ପାଇଁ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି । ଦାମ୍ପତ୍ୟ ଜୀବନରେ ବିଶେଷ ସୁଖ ପ୍ରାପ୍ତି ହେବ । ସେନା ନାୟକ ବା ପୁଲିସ ହାକିମ, ଅଥବା ପ୍ରଶାସକ ମାନଙ୍କର ଉନ୍ନତି ହେବ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ ।

ଛାତ୍ର ଛାତ୍ରୀମାନେ ପ୍ରତ୍ୟୁତ୍ମନ ମତିତା କାରଣରୁ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ ଓ ଖୁସି ଗପ ମଉଜ ମଜଲିସ୍ କରିବେ । ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ । ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ ବଢିଯିବ । ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ ଓ ଉତ୍ତମ ରୋଜଗାର କରି ପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!