2021 ମସିହା ସେପ୍ଟେମ୍ବର ମାସଟି (ମେଷ, ବୃଷ, ମିଥୁନ ଓ କର୍କଟ) ରାଶିର କେମିତି କଟିବ, କଣ କରିବେ ଅଶୁଭ ଗ୍ରହଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ମସିହା ସେପ୍ଟେମ୍ବର ମାସଟି ବରୋଟି ରାଶି ଜାତ ମହିଳା ଓ ପୁରୁଷ ମାନଙ୍କର କେମିତି କଟିବ, କଣ କରିବେ ଅଶୁଭ ଗ୍ରହଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:- ଯେଉଁ ମାନଙ୍କର ଯେ କୌଣସି ମାସର ୯, ୧୮ ଓ ୨୭ ତାରିଖରେ କିମ୍ବା ନବମୀ ତିଥିରେ ଜନ୍ମ ହୋଇଥିବ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ମେଷରାଶି ହେବ । ମହିଳା ଓ ପୁରୁଷ ମାନେ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଏବଂ ସମ୍ମାନଜନକ ଘଟଣା ଦେଖାଦେବ । ନୂତନ ସମ୍ପତ୍ତି କ୍ରୟ କରିବେ । ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ଶିକ୍ଷାର୍ଥୀମାନେ ଅଧ୍ୟୟନରେ ବାଧା ଉପୁଜୁଥିଲେ ମଧ୍ୟ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ ଓ ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:- ଯେଉଁ ମାନଙ୍କର ଯେ କୌଣସି ମାସର ୬, ୧୫ ଓ ୨୪ ତାରିଖରେ କିମ୍ବା ଷଷ୍ଠୀ ବା ପୂର୍ଣ୍ଣିମା ଓ ଅମାବାସ୍ୟା ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ବୃଷରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ଠିକ୍ ରହିବ । କର୍ମକ୍ଷେତ୍ରରେ ସ୍ଥିରବସ୍ଥା ଆସିବା ଫଳରେ ଆତ୍ମସନ୍ତୋଷ ଆଣିଦେବ ଓ ପ୍ରତିଷ୍ଠା ଖ୍ୟାତି ମଧ୍ୟ ମିଳିବ । ଶିକ୍ଷାର୍ଥୀମାନେ ଅଧ୍ୟୟନରେ ମନ ନିବେଶ କରିବେ ଓ ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ସଫଳତା ପାଇବେ । ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରି ହୋଇ ପାରିବେ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହି ଲାଭବାନ ହେବେ । ଜମିବାଡି ଜନିତ କେତେକ ସମସ୍ୟା ସମାଧାନ ହେବ । ରାଜନୈତିକ କ୍ଷେତ୍ରରେ ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟଭାର ବୃଦ୍ଧି ହେବ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ମିଥୁନ:- ଯେଉଁ ମାନଙ୍କର ଯେ କୌଣସି ମାସର ୪ , ୧୩, ୨୨ ଓ ୩୧ ତାରିଖରେ କିମ୍ବା ଚତୁର୍ଥୀ ବା ତ୍ରୟୋଦଶୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ମିଥୁନ ହେବ । ମହିଳା ଓ ପୁରୁଷ ମାନଙ୍କର ଅନେକ ପ୍ରକାର ସୁବିଧା ସୁଯୋଗ ପାଇବା ଫଳରେ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହାଁଇ ପାରିବେ । ନିଜଆଚାର ବ୍ୟବହାରରେ ସନ୍ତୋଷ ଜନକ ହେବାଦ୍ଵାରା ଗୁରୁଜନଙ୍କ ବିଶ୍ବାସ ଭାଜନ ହେବେ । ସୁଖ ସମ୍ପଦ ପ୍ରାପ୍ତି ହେବ । ନୁତନ କାର୍ଯ୍ୟ ଆରମ୍ଭ କରି ପାରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ପାରିବାରିକ ସମସ୍ୟା ସୁଧାରି ନେବେ । ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ପ୍ରତିକାର- ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ ।

କର୍କଟ:-ଯେଉଁ ମାନଙ୍କର ଯେ କୌଣସି ମାସର ୨, ୧୧, ୨୦ ଓ ୨୯ ତାରିଖରେ କିମ୍ବା ଦ୍ଵିତୀୟା ବା ଏକାଦଶୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ କର୍କଟରାଶି ହେବ । ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟମିଳିବ । ପଦୋନ୍ନତି ସହ ନୂତନକର୍ମ ପ୍ରାପ୍ତିହେବ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଦୂରଯାତ୍ରାରେ ସଫଳ ହେବେ । ଆୟରସ୍ରୋତ ଖୋଲିଯିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ଆଶା ମୁତାବକ ଫଳ ପାଇବେ । ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ । ବକେୟା ଅର୍ଥ କିଛି ମିଳିବ । ମାନସିକଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!