Monthly Horoscope- କେମିତି କଟିବ ୨୦୨୧ ମସିହା ଜାନୁୟାରୀ ମାସଟି (ଧନୁ, ମକର, କୁମ୍ଭ, ମୀନ) ରାଶିର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଧନୁ:-ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ସନ୍ତାନ ସନ୍ତତି ମାନଙ୍କପାଇଁ ଫଳ ଉତ୍ତମ । ଶତୃମାନେ ଦୂର ହେବେ । ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ଯଶ, ମାନ-ସମ୍ମାନ ପ୍ରତିଷ୍ଠା ମିଳିବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ପ୍ରତିଯୋଗୀତା ପରୀକ୍ଷା ମାଲିମୋକଦ୍ଦମାରେ ବିଜୟୀ ହେବେ । ପାରିବାରିକ ଅଶାନ୍ତି ଦୂରେଇ ଯାଇ ସୁଖଶାନ୍ତି ବୃଦ୍ଧି ହେବ । ଯାତ୍ରାରେ ସମୟ କଟିବ ଓ ସଶ୍ରମ ଦ୍ଵାରା ଲାଭ ପାଇବେ । ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ । ନିଜ ଲୋକମାନେ ହିଁ କାମରେ ଆସିବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ରୋଜଗାରରେ ଉନ୍ନତି ହେବ । ଜନ ସମ୍ପର୍କ ସୁଦୃଢ ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ । ଲୁହା, କାଠ, କୋଇଲା, କଳକବ୍ଜା ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ । ନାନା ବାଟରେ ଧନାଗମ ଘଟିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । କର୍ମ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ପାଇବ । କମ୍ପାନୀ, ବ୍ୟାଙ୍କ, କମ୍ପ୍ୟୁଟର ଇତ୍ୟାଦି ବିଭାଗରେ ନୂତନ କର୍ମପ୍ରାପ୍ତି ହେବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ମକର:-ମହିଳା ଓ ପୁରୁଷ ମାନେ ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ । ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ । ଦୀର୍ଘଦିନ ଧରି ଅଧା ହୋଇ ପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ । କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ ।

କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ । ଦାମ୍ପତ୍ୟ ସୁଖରେ ସଫଳତା ମିଳିବ । ପାରିବାରିକ ମାମଲା ବହୁତ ସହଜ ସରଳହେବ । ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ଯିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରିବେ । ଆୟ ଅନୁକୂଳ ହେବ ମାତ୍ର ଧନ କମ୍ ମିଳିବ । ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରନ୍ତି । ନିଜର ପ୍ରଭାବ ବଳରେ ସଫଳତା ମିଳିବ । ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ମହିଳା ଓ ପୁରୁଷ ମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ଯୌଥ ପରିବାର ସମ୍ପର୍କୀୟ ଜମିବାଡି ନେଇ କେତେକ ସମସ୍ୟା ସହଜରେ ସମାଧାନ ହେବ । ପରିବାରରେ ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । କୌଣସି ପ୍ରିୟ ଜିନିଷକୁ ହରେଈ ବସିବେ । ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ ।

ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବା ଫଳରେ ଘରୋଇ ସଂସ୍ଥାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ ଓ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ ଓ ବଡନେତାଙ୍କୁ ସନ୍ତୁଷ୍ଟ କରି ସୁଖ ଶାନ୍ତିରେ ଦିନ କଟାଇବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ଓ ସହଯୋଗ କରିବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ପ୍ରତିକାର- ଇଷ୍ଟଦେବୀଙ୍କୁ ଚନ୍ଦନ ସମର୍ପଣ କରନ୍ତୁ ।

ମୀନ:-ମହିଳା ଓ ପୁରୁଷ ମାନେ ବ୍ୟବସାୟ ବଢାଇବାରେ ସମର୍ଥ ହେବେ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଜନ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । ବ୍ୟବସାୟ କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ ଓ କାରବାର ବଢିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ । ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ସନ୍ତାନ ମାନେ ବିଦ୍ୟାରେ ଉନ୍ନତି କରିବେ । ଅଟକିଥିବା କାର୍ଯ୍ୟ ପୂରଣ ହେବ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ ।

ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖିପାରିବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ନୂଆ ନୂଆ ଉପାୟ ଚିନ୍ତା କରିବେ । ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇଯିବେ । ଉଚ୍ଚଶିକ୍ଷା ନିମିତ୍ତ ବିଦେଶ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ଗୃହରେ ସୁଖଶାନ୍ତି ବିରାଜମାନ କରିବ । ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ସ୍ୱାସ୍ଥ୍ୟ ଭଲ ରହିବ । ଧନଲାଭ ହେବାରୁ ଖୁସି ହେବେ । ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ । ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ବନ୍ଧୁଗଣ ଆପଣଙ୍କୁ କେମିତି ଲାଗିଲା ଲେଖାଟି କମେଣ୍ଟରେ ଲେଖିବେ ଓ ଶେୟାର କରିବେ । ଆଗକୁ ଆମ ସହ ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!