2021 ମସିହା July ମାସଟି କେମିତି କଟିବ 12ଟି ରାଶିଜାତ ବ୍ୟକ୍ତି ମାନଙ୍କର କଣ କରିବେ ସରଳ ପ୍ରତିକାର, ଜାଣନ୍ତୁ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:- ଯେଉଁ ମାନଙ୍କର ଯେ କୌଣସି ମାସର ୯, ୧୮ ଓ ୨୭ ତାରିଖରେ କିମ୍ବା ନବମୀ ତିଥିରେ ଜନ୍ମ ହୋଇଥିବ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ମେଷରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ଏମାସରେ ଶତୃମାନେ ଦୂରେଇ ଯିବେ ଓ ମାନସିକ ଶାନ୍ତି ମିଳିବ । ନୂତନ ଦ୍ରବ୍ୟ କ୍ରୟ କରିବେ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଯେଉଁ ମାନଙ୍କର ଯେ କୌଣସି ମାସର ୬, ୧୫ ଓ ୨୪ ତାରିଖରେ କିମ୍ବା ଷଷ୍ଠୀ ବା ପୂର୍ଣ୍ଣିମା ଓ ଅମାବାସ୍ୟାତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ବୃଷରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ଏମାସରେ ବ୍ୟାପାର ଓ କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସରକାରୀ କାମରେ ସଫଳତା ପାଇବେ । ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମିଥୁନ:-ଯେଉଁ ମାନଙ୍କର ଯେ କୌଣସି ମାସର ୪ , ୧୩, ୨୨ ଓ ୩୧ ତାରିଖରେ କିମ୍ବା ଚତୁର୍ଥୀ ବା ତ୍ରୟୋଦଶୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ମିଥୁନ ହେବ । ମହିଳା ଓ ପୁରୁଷ ମାନଙ୍କର ଏମାସରେ କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ରାଜନୀତିରେ ଉନ୍ନତି ହେବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ମନରେ ଅଶାନ୍ତି ଅସନ୍ତୋଷ ଦେଖା ଦେଇପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ଯେଉଁ ମାନଙ୍କର ଯେ କୌଣସି ମାସର ୨, ୧୧, ୨୦ ଓ ୨୯ ତାରିଖରେ କିମ୍ବା ଦ୍ଵିତୀୟା ବା ଏକାଦଶୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ କର୍କଟରାଶି ହେବ । ମହିଳା ଓ ପୁରୁଷ ମାନେ ଏମାସରେ ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ଟଙ୍କାର ଆବଶ୍ୟକତା ପୂରଣ ହୋଇପାରେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ରାଜନୀତିରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । କଠିନ ପରିଶ୍ରମ କରିବା ଯୋଗୁ ଶାରରୀକ ଅସୁସ୍ଥତା ଦେଖା ଦେଇପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଯେଉଁ ମାନଙ୍କର ଯେ କୌଣସି ମାସର ୧, ୧୦, ୧୯ ଓ ୨୮ ତାରିଖରେ କିମ୍ବା ପ୍ରତିପଦ ବା ଦଶମୀତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ସିଂହରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ଏମାସରେ ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେବେ । ଧନ ପାଇବାର ରାସ୍ତା ଖୋଲିଯିବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କନ୍ୟା:-ଯେଉଁ ମାନଙ୍କର ଯେ କୌଣସି ମାସର ୫, ୧୪ ଓ ୨୩ ତାରିଖରେ କିମ୍ବା ପଞ୍ଚମୀ ବା ଚତୁର୍ଦ୍ଦଶୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ କନ୍ୟାରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ଏମାସରେ ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ଆର୍ଥିକ ସ୍ଥିତି ସ୍ଵଛଳତା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ । ପରୀକ୍ଷା ରେ ଆଶା ମୁତାବକ ଫଳ ପାଇବେ । ନିଜର ପ୍ରତିଷ୍ଠା ବୃଦ୍ଧି ଧାରଣାକୁ ଉଜ୍ଜ୍ୱଳ ପଥରେ ପରିଣତ କରିବେ । ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ଯେଉଁ ମାନଙ୍କର ଯେ କୌଣସି ମାସର ୬, ୧୫ ଓ ୨୪ ତାରିଖରେ କିମ୍ବା ଷଷ୍ଠୀ ବା ପୂର୍ଣ୍ଣିମା ଓ ଅମାବାସ୍ୟାତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ତୁଳାରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ଏମାସରେ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ବାଦବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକୂଳ ପରିସ୍ଥିତି ଦୂରେଇ ଯାଇ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-ଯେଉଁ ମାନଙ୍କର ଯେ କୌଣସି ମାସର ୯, ୧୮ ଓ ୨୭ ତାରିଖରେ କିମ୍ବା ନବମୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ବିଛାରାଶି ହେବ । ମହିଳା ଓ ପୁରୁଷ ମାନେ ଏମାସରେ ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ । ରାଜନୀତିରେ ଉନ୍ନତି ହେବ । ବନ୍ଧୁବାନ୍ଧବଙ୍କ ଦିଗରୁ ହସଖୁଶିର ବାତାବରଣ ସୃଷ୍ଟି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ । ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ଯେଉଁ ମାନଙ୍କର ଯେ କୌଣସି ମାସର ୭, ୧୬ ଓ ୨୫ ତାରିଖରେ କିମ୍ବା ସପ୍ତମୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ନୁରାଶି ହେବ । ମହିଳା ଓ ପୁରୁଷ ମାନେ ଏମାସରେ ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ପାରେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ନୂତନ ସଂସ୍ଥାର ଆୟୋଜନ କରନ୍ତୁ ନାହିଁ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ମକର:-ଯେଉଁ ମାନଙ୍କର ଯେ କୌଣସି ମାସର ୮, ୧୭ ଓ ୨୬ ତାରିଖରେ କିମ୍ବା ଅଷ୍ଟମୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ମକରରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ଏମାସରେ କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଧନ ଲାଭ ହେବାରୁ ମନ ଖୁସି ରହିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତିରେ ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ ଓ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ରୋଜଗାର ସମସ୍ୟା ସୁଧୁରି ଯିବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କୁମ୍ଭ:-ଯେଉଁ ମାନଙ୍କର ଯେ କୌଣସି ମାସର ୮, ୧୭ ଓ ୨୬ ତାରିଖରେ କିମ୍ବା ଅଷ୍ଟମୀ ତିଥିରେ ଜନ୍ମ ହୋଇଥିବ ସେମାନଙ୍କର କୁମ୍ଭରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ଏମାସରେ ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ସବୁଥିରେ ସଫଳତା ମିଳିବା ଫଳରେ ସମୟ ହସ ଖୁସିରେ ବିତିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ପ୍ରତିକାର- ନୀଳବସ୍ତ୍ର ପରିଧାନ କରନ୍ତୁ । ନତୁବା ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।

ମୀନ:-ଯେଉଁ ମାନଙ୍କର ଯେ କୌଣସି ମାସର ୩, ୧୨, ୨୧ ଓ ୩୦ ତାରିଖରେ କିମ୍ବା ତୃତୀୟା ବା ଦ୍ଵାଦଶୀ ତିଥିରେ ଜନ୍ମ ହୋଇଥିବ ସେମାନଙ୍କର ମୀନରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ଏମାସରେ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ । ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ଶତୃମାନେ ଦୂରେଇଯିବେ ଓ ଅଶାନ୍ତିର ଝଡ ଶାନ୍ତ ହେବ । ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ । ଗୃହ ସମସ୍ୟାରେ ଧନ୍ଦି ହୋଇଯିବା ଫଳରେ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ଯଦି ଆପଣଙ୍କୁ ଆମର ଏଇ ଆର୍ଟିକିଲ୍ ଟି ପସନ୍ଦ ଆସିଥାଏ ତେବେ ଲାଇକ ଓ ଶେୟାର କରିବାକୁ ଭୁଲିବେ ନାହିଁ । ଆଗକୁ ଆମ ସହିତ ରହିବା ପାଇଁ ପେଜକୁ ଲାଇକ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!