Monthly Horoscope- କେମିତି କଟିବ ୨୦୨୧ ମସିହା ଜାନୁୟାରୀ ମାସଟି (ସିଂହ, କନ୍ୟା, ତୁଳା, ବିଛା) ରାଶିର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସିଂହ:-ମହିଳା ଓ ପୁରୁଷ ମାନଙ୍କର ସମୟ ଅନୁକୂଳ ଯୋଗେ କାର୍ଯ୍ୟ କ୍ଷେତ୍ରରେ ଶତ୍ରୁବାଧା ଦୂରେଇ ଯାଇ, ଯଶ ସମ୍ମାନ ବଢିବ । ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତି ହେବ । ଋଣରୁ ମୁକ୍ତି ମିଳିବ । ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର ଓ ବୃଦ୍ଧି କଲେ ଆଶାତିତ ଲାଭବାନ୍ ହେବେ । ସାମାଜିକ ସ୍ତରରେ ଖ୍ୟାତି ହେବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବା ଯୋଗେ ଦୃଢ଼ ଆତ୍ମ ବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ । ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ ଓ ଆର୍ଥିକକ୍ଷେତ୍ରରେ ଉନ୍ନତି ହେବ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ପାରିବାରିକ ଜୀବନରେ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବା ଫଳରେ ନାନା ବାଟରେ ଧନାଗମ ଘଟିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ । ଶରୀର ସୁସ୍ଥ ରହିବ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ନୂତନ ବସ୍ତୁ କ୍ରୟ କରିପାରିବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବା ସହ ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ସାମାନ୍ୟ ଉପସମ ମିଳିବ । ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ପରିବାରରେ ଓ କୁଟୁମ୍ବରେ କୌଣସି କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ ପ୍ରଶଂସା ପାଇବେ । ଛାତ୍ରଛାତ୍ରୀମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ସହ ପ୍ରଶଂସା ପ୍ରାପ୍ତି ହେବ । ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ସଫଳ ହେବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ ।

ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମକ୍ଷେତ୍ରରେ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ । ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ । ସାମାଜିକ କ୍ଷେତ୍ରରେ ତେଜସ୍ୱୀ, ବ୍ୟବହାରକୁଶଳ, ଅନୁଶାସନ ପ୍ରିୟ, ଗୁଣିଜ୍ଞାନୀ, ଯୋଗ୍ୟ, ଆଜ୍ଞାପାଳକ, ସୌଭାଗ୍ୟଶାଳୀ ହେବେ । ବିଭାଗୀୟ ପରୀକ୍ଷା, ପ୍ରତିଯୋଗି ପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନକର୍ମରେ ନିଯୁକ୍ତି ପାଇପାରିବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ତୁଳା:-ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ଦାଇତ୍ଵ ବଢିବା ସହ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଡାକ୍ତର ଇତ୍ୟାଦି ହୋଇଥିଲେ କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇ ପାରିବ । ରାଜନୀତି କ୍ଷେତ୍ରରେ ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବା ଫଳରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଲାଭହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ । କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ ।

ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ । ଶିକ୍ଷା କ୍ଷେତ୍ରରେ ସଫଳ ହେବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ମନୋରଞ୍ଜନ କାର୍ଯ୍ୟରେ ସମୟ କଟିବ । ସାମାଜିକ କାର୍ଯ୍ୟରେ ଭାଗ ନେବେ । ଚେଷ୍ଟା ସାର୍ଥକ ହେଲେ ମଧ୍ୟ ଭବିଷ୍ୟତ ଚିନ୍ତା ରହିବ । ସତର୍କ ରହିବା ଦ୍ଵାରା ଲାଭବାନ ହେବେ । ଦାମ୍ପତ୍ୟ ସୁଖରେ ସନ୍ତୋଷ ରହିବେ । କାର୍ଯ୍ୟରେ ସ୍ଥିରତା ଯୋଗେ ମିତ୍ର ଭାଇ ବନ୍ଧୁମାନେ ସହଯୋଗ କରିବେ । ନିଜର ଯୁକ୍ତିଦ୍ଵାରା କାର୍ଯ୍ୟରେ ସଫଳ ହେବ । ଭାଗୀଦାରୀରେ ହୋଇଥିବା କ୍ଷତିରୁ ବଞ୍ଚିଯିବେ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ୍ତ କରିପାରିବେ । ନୂଆ କାମ କିଛି ଆରମ୍ଭ କରିଲେ ବିପଦରେ ପଡି ପାରନ୍ତି । ପ୍ରତିକାର:- ସୂର୍ଯ୍ୟ ନମସ୍କାର କରନ୍ତୁ ।

ବିଚ୍ଛା:-ମହିଳା ଓ ପୁରୁଷ ମାନଙ୍କର ଶତୃମାନେ ଦୁର୍ବଳ ହେବେ । ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଶ୍ରେଷ୍ଠ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବା ଦ୍ଵାରା ଶୁଭ ସଂବାଦ ପାଇ ଉତ୍ସାହିତ ହେବେ । ସମ୍ପତ୍ତି କ୍ରୟ ବିକ୍ରୟ ଓ ଯାନ ବାହନ କ୍ରୟ ବିକ୍ରୟ କରି ପାରନ୍ତି । ବ୍ୟବସାୟ ବୃଦ୍ଧି ହେବା ଫଳରେ ଅଧିକ ଧାଁ ଦୌଡ ହେଲେ ଲାଭ ମିଳିବ ଓ ମାନସିକ ଚିନ୍ତା ଦୂର ହେବ । ଶୁଭ ଲାଭ ହେବା ସହ ନୂଆ ସମ୍ପର୍କ ସୃଷ୍ଟି ହେବ ଓ ନୂଆ ସମ୍ପର୍କ ଭବିଷ୍ୟତରେ ଲାଭଦାୟକ ହେବ ।

ସାଧାରଣ ଲୋକଙ୍କ ମିଳାମିଶା ଦ୍ଵାରା ସମୟ ଆନନ୍ଦରେ କଟିବ । ସହରଠାରୁ ଦୂରକୁ ଯିବାକୁ ପଡିପାରେ । ବିପରୀତ ପରିସ୍ଥିତିରେ ମଧ୍ୟ ଦୈନିକ କାର୍ଯ୍ୟଗତି ଅନୁକୂଳ ହେବ । ସଞ୍ଚୟ କମ୍ ହେବ ଓ ଖର୍ଚ୍ଚ ଅଧିକ ହେବ । ସ୍ୱାସ୍ଥ୍ୟ ଉପରେ ବିଶେଷ ଧ୍ୟାନ ଦେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ସ୍ଵଜନ ଓ ମିତ୍ରଙ୍କଠାରୁ ପୂର୍ଣ୍ଣ ସହଯୋଗ ମିଳିବ । ମନୋରଞ୍ଜନ କରିବା ପାଇଁ ସମୟ ମିଳିବ । ଗୃହ ବଦଳେଇବେ ନତୁବା ଗୃହରେ କିଛି ପରିବର୍ତ୍ତନ କରି ପାରନ୍ତି । ସମୟ ଅନୁକୂଳ ଥିବାରୁ ଆଖପାଖକୁ ଯାତ୍ରା କରି ମହତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇଯିବ । ଦାମ୍ପତ୍ୟ ସୁଖବୃଦ୍ଧି ହେବ । ଆର୍ଥିକ ସମସ୍ୟାରେ ସଫଳତା ମିଳିବ କିନ୍ତୁ ସନ୍ତୁଷ୍ଟ ହେବେ ନାହିଁ । କ୍ରୋଧିତ ହେବେ ନାହିଁ ନଚେତ୍ ତିଆରି କରିଥିବା କାର୍ଯ୍ୟ ବିଫଳ ହେବ । ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!