Monthly Makar ଦୈନିକ ରାଶିଫଳ ସାପ୍ତାହିକ ରାଶିଫଳ ମାସିକ ରାଶିଫଳ ବାର୍ଷିକ ରାଶିଫଳ ମେଷ ବୃଷ ମିଥୁନ କର୍କଟ ସିଂହ କନ୍ୟା ତୁଳା ବିଛା ଧନୁ ମକର କୁମ୍ଭ ମୀନ Monthly Makara Bhagyaphala (August 2026) : Capricorn Predictions & Lucky Dates☀️ ମକର ରାଶିର ମାସିକ ରାଶିଫଳ ମକର ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ତୃତୀୟ ଭାବରେ ବା ବିକ୍ରମ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଉନ୍ନତିର ସୁଯୋଗ ପାଇ ପାରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥôଲେ ପଢା ପଢିରେ ମନ ଦେବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବା ଫଳରେ ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ । ପରହାତରେ ଥôବା ଧନ ସହଜରେ ପ୍ରାପ୍ତି ହେବା ଫଳରେ ସାଂସାରିକ ଜୀବନ ସୁଖମୟ ହେବ । ପ୍ରତିକାର- ପ୍ରତ୍ୟେକଦିନ ଦହି ମିଠା ଖାଇ ଘରୁ ବାହାରନ୍ତୁ ।