Monthly Tula ଦୈନିକ ରାଶିଫଳ ସାପ୍ତାହିକ ରାଶିଫଳ ମାସିକ ରାଶିଫଳ ବାର୍ଷିକ ରାଶିଫଳ ମେଷ ବୃଷ ମିଥୁନ କର୍କଟ ସିଂହ କନ୍ୟା ତୁଳା ବିଛା ଧନୁ ମକର କୁମ୍ଭ ମୀନ Monthly Tula Bhagyaphala (July 2026) : Libra Predictions & Lucky Dates☀️ ତୁଳା ରାଶିର ମାସିକ ରାଶିଫଳ ତୁଳା ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଷଷ୍ଠଭାବରେ ବା ରୋଗ, ରୁଣ, ଶତ୍ରୁ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଆର୍ଥôକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନାପାଇ ସଫଳତା ଲାଭ କରିବେ । ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରିବେ । ଶତ୍ରୁମାନେ ତଳମୁହାଁ ହେବେ ଓ ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥôବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଶୁଭ ସମାଚାର ଶୁଣି ଆନନ୍ଦିତ ହେବାସହ ମନୋରଞ୍ଜନ ଓ ମଉଜ ମସ୍ତିରେ ସମୟ କଟି ପାରେ । ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ ଦଳଗତ ସମସ୍ୟାରେ ସଫଳତା ପାଇଁ ଗର୍ବିତ ହେବେ । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପାରିବାରିକ ଜୀବନରେ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ପ୍ରତିକାର- ପ୍ରତ୍ୟେକଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।