2021 ମସିହା ନଭେମ୍ବର ମାସଟି 12ଟି ରାଶିର କେମିତି କଟିବ, କଣ ଅକରିବେ ପ୍ରତିକାର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ମସିହା ନଭେମ୍ବର ମାସଟି ବାରୋଟି ରାଶି ଜାତ ମହିଳା ଓ ପୁରୁଷ ମାନଙ୍କର କେମିତି କଟିବ, କଣ କରିବେ ଅଶୁଭ ଗ୍ରହଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:- ଯେଉଁ ମାନଙ୍କର ଯେ କୌଣସି ମାସର ୯, ୧୮ ଓ ୨୭ ତାରିଖରେ କିମ୍ବା ନବମୀ ତିଥିରେ ଜନ୍ମ ହୋଇଥିବ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ମେଷରାଶି ହେବ । ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ଆନ୍ତରିକ ଉତ୍ସାହ ବୃଦ୍ଧିହେବା ଫଳରେ ଜଟିଳ ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ । କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ପ୍ରଚୁର ଲାଭ ମିଳିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଅସହାୟ ମାନଙ୍କୁ ସାହାଯ୍ୟ କରିବା ଦ୍ଵାରା ସାଧାରଣ ଲୋକମାନେ ସମ୍ମାନ ଦେବେ । ଶତ୍ରୁ ମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ । ଅର୍ଥକୁ ଭଗବାନ ଜ୍ଞାନ କରି ବିବାଦମାନ ପରିସ୍ଥିତିର ବି ସମ୍ମୁଖୀନ ହେବାକୁ ପଡିପାରେ । ସ୍ଥଳ ବିଶେଷେ ସ୍ଥାନ ପରିବର୍ତ୍ତନ ଯୋଗେ ଅସନ୍ତୋଷର କାରଣ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ଯେଉଁ ମାନଙ୍କର ଯେ କୌଣସି ମାସର ୬, ୧୫ ଓ ୨୪ ତାରିଖରେ କିମ୍ବା ଷଷ୍ଠୀ ବା ପୂର୍ଣ୍ଣିମା ଓ ଅମାବାସ୍ୟାତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ବୃଷରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ମାନସିକ ସ୍ଥିରତା ଦେଖାଦେବ । କର୍ମକ୍ଷେତ୍ରରେ ପଦୋନ୍ନତି ହେବାର ସୂଚନା ପାଇବେ । ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇ ଯିବ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ୍ତ କରି ପାରିବେ । ପାରିବାରିକ ସ୍ତରରେ କିଛି କୁହୁଳା ଅଶାନ୍ତି ଦୂରେଇ ଯିବ । ଦାମ୍ପତ୍ୟ ଜୀବନରେ ଚିତ୍ତପ୍ରସନ୍ନ ଓ କାର୍ଯ୍ୟ ସିଦ୍ଧି ହେବ । ସନ୍ତାନଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ସମ୍ପର୍ଣ୍ଣ କରି ଆନନ୍ଦିତ ହେବେ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ରାଜନୀତି କ୍ଷେତ୍ରରେ କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ । ଗସ୍ତ କାର୍ଯ୍ୟ କ୍ରମରେ ବହୁ ସମୟ ବାହାରେ କଟାଇବାକୁ ବାଧ୍ୟ ହେବେ । ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବା ସହ ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ । ଆର୍ଥିକସ୍ଥିତି ସୁଧୁରିବା ସହ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ । ପରୋପକାର ଓ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ଯେଉଁ ମାନଙ୍କର ଯେ କୌଣସି ମାସର ୪ , ୧୩, ୨୨ ଓ ୩୧ ତାରିଖରେ କିମ୍ବା ଚତୁର୍ଥୀ ବା ତ୍ରୟୋଦଶୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ମିଥୁନରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ । ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ପାଇଁ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି । ଦାମ୍ପତ୍ୟ ଜୀବନରେ ବିଶେଷ ସୁଖ ପ୍ରାପ୍ତି ହେବ । ସେନା ନାୟକ ବା ପୁଲିସ ହାକିମ, ଅଥବା ପ୍ରଶାସକ ମାନଙ୍କର ଉନ୍ନତି ହେବ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ । ଛାତ୍ର ଛାତ୍ରୀମାନେ ପ୍ରତ୍ୟୁତ୍ମନ ମତିତା କାରଣରୁ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ ଓ ଖୁସି ଗପ ମଉଜ ମଜଲିସ୍ କରିବେ । ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ । ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ ବଢିଯିବ । ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ଯେଉଁ ମାନଙ୍କର ଯେ କୌଣସି ମାସର ୨, ୧୧, ୨୦ ଓ ୨୯ ତାରିଖରେ କିମ୍ବା ଦ୍ଵିତୀୟା ବା ଏକାଦଶୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ କର୍କଟରାଶି ହେବ । ମହିଳା ଓ ପୁରୁଷ ମାନେ ସ୍ଥଳବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବେ । ବିଦେଶ ଯାତ୍ରାରେ ଲାଭବାନ ହେବେ । ଗୃହବାହନ ପ୍ରାପ୍ତି, ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ ଓ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧିହେବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ ଓ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ । ଛାତ୍ର ଛାତ୍ରୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବାକୁ ହକ୍ ହେବେ । ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ । ପାରିବାରିକ କ୍ଷେତ୍ରରେ ଗୁରୁଜନଙ୍କ ସ୍ନେହ-ସହାନୁଭୁତି ହାସଲ କରିବା ଫଳରେ ଅସ୍ଥିରତା ଓ ଅଶାନ୍ତି ଦୂରେଇ ଯିବ । ସେବାୟତ ମାନଙ୍କ ଉପରେ କର୍ତ୍ତୃତ୍ଵ ବିସ୍ତାର କରି କାର୍ଯ୍ୟ ହାସଲ କରିବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ଦୂରେଇ ଯିବ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ସିଂହ:-ଯେଉଁ ମାନଙ୍କର ଯେ କୌଣସି ମାସର ୧, ୧୦, ୧୯ ଓ ୨୮ ତାରିଖରେ କିମ୍ବା ପ୍ରତିପଦ ବା ଦଶମୀତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ସିଂହରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ସୁସ୍ଥତା ଦେଖା ଦେବ । ଆକସ୍ମିକ ଧନପ୍ରାପ୍ତି ହେବା ଫଳରେ ମନ ଖୁସି ରହିବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଯଦି ବ୍ୟବସାୟ କରୁଥାନ୍ତି ଅତ୍ୟନ୍ତ ଲାଭାନ୍ନିତ ହୋଇ ସଂପତ୍ତି କ୍ରୟ କରିବେ । ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ବିଦ୍ୟାର୍ଥୀ ହୋଇଥିଲେ ପ୍ରଶାସନିକ ସେବା ସଂବନ୍ଧିତ ପରୀକ୍ଷା ପାଇଁ ପ୍ରସ୍ତୁତ ହେବା ଉଚିତ କିମ୍ବା ଡାକ୍ତରୀ ପାଠ ପଢ଼ୁଥିଲେ ବିଶେଷ ସଫଳତା ପ୍ରାପ୍ତ ହେବ । ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବେ । ଭାଗ୍ୟର ପ୍ରବଳତା ହେତୁ ସମସ୍ତ କାର୍ଯ୍ୟ ପୂର୍ଣ୍ଣ ହେବ । ସନ୍ତାନ କ୍ଷେତ୍ରରେ ସର୍ବ ଶ୍ରେଷ୍ଠ ଫଳ ପାଇବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ନୂତନ ଗୃହ, ନୂତନ ଯାନ, ନୂତନ ବ୍ୟବସାୟ, ନୂତନ ଜାଗା ଜମିପ୍ରାପ୍ତି ହେବ । ଚାକିରୀ ପାଇଁ ଚେଷ୍ଟା କରୁଥିଲେ ଶିକ୍ଷାକ୍ଷେତ୍ର, ଧର୍ମାନୁଷ୍ଠାନ, ଭୋଜନାଳୟ, ପ୍ରଶାସନ ବିଭାଗ, ଖାଦ୍ୟ ସଂବନ୍ଧୀୟ ବିଭାଗ, ଖାଦ୍ୟ ପ୍ରସ୍ତୁତି କରୁଥିବା କାରଖାନାରେ ଯୋଗାଯୋଗ କରନ୍ତୁ । ରାଜନୀତି କ୍ଷେତ୍ରରେ ଅନୁକୂଳ ହେତୁ ଲୋକ ସମର୍ଥନ ବୃଦ୍ଧି ପାଇବ । ପୈତୃକ ସମ୍ପତ୍ତି, ପାରିବାରିକ ଦ୍ଵନ୍ଦର ସମାଧାନ ହେବା ଯୋଗେ ଚିତ୍ତପ୍ରସନ୍ନ ରହିବ । ଉଚ୍ଚ ଆଶାରେ ଆଗେଇ କାର୍ଯ୍ୟ ସିଦ୍ଧି ହେବା ଫଳରେ ଆର୍ଥିକ ଦିଗରୁ ସୁବିଧା ମିଳିବ । ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ଯେଉଁ ମାନଙ୍କର ଯେ କୌଣସି ମାସର ୫, ୧୪ ଓ ୨୩ ତାରିଖରେ କିମ୍ବା ପଞ୍ଚମୀ ବା ଚତୁର୍ଦ୍ଦଶୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ କନ୍ୟାରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣ ହେବ । ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ ଓ ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧୀକାରୀଙ୍କ ପ୍ରିୟଭାଜନ ହେବେ । କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ ପ୍ରଶଂସିତ ହେବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ଯେଉଁ ମାନଙ୍କର ଯେ କୌଣସି ମାସର ୬, ୧୫ ଓ ୨୪ ତାରିଖରେ କିମ୍ବା ଷଷ୍ଠୀ ବା ପୂର୍ଣ୍ଣିମା ଓ ଅମାବାସ୍ୟାତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ତୁଳାରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ପାରିବାରିକ ଜୀବନରେ ଆୟ ବୃଦ୍ଧିହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ପତି-ପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ । ଶିକ୍ଷାକ୍ଷେତ୍ରରେ ଅପେକ୍ଷା କରିଥିବା କାମରେ ଶୁଭ ସୂଚନା ପାଇବେ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ସାମ୍ବାଦିକତାରେ ପ୍ରଂଶସିତ ହେବେ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ । ବ୍ୟବସାୟରେ ଓ କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ ଓ ଉତ୍ତମ ରୋଜଗାର କରି ପାରିବେ । ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ଆର୍ଥିକ ଉନ୍ନତି ଫଳରେ ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ଯେଉଁ ମାନଙ୍କର ଯେ କୌଣସି ମାସର ୯, ୧୮ ଓ ୨୭ ତାରିଖରେ କିମ୍ବା ନବମୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ବିଛାରାଶି ହେବ । ମହିଳା ଓ ପୁରୁଷ ମାନେ ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ଉଚିତ୍ ଲାଭ ପ୍ରାପ୍ତ ହେବା ସହ କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରିପାରିବେ । ଉତ୍ତରାଧିକାର ଏବଂ ପୈତୃକ ସମ୍ପତ୍ତିକୁନେଇ କୋର୍ଟକଚେରୀ ମାମଲାରେ ବିଜୟୀ ହେବେ । ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଲେ ଯଶପ୍ରାପ୍ତି ହେବ । ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଆର୍ଥିକ ସଙ୍କଟ ଦୂରେଇଯିବ । ପ୍ରେମୀକ ପ୍ରେମିକାଙ୍କ ମିଳନ ହେବ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ । ରାଜନୀତିରେ ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ । ଯୋଗାଯୋଗ, ସଭାସମିତି ପାଇଁ ବିଶେଷ ସମୟ ଦେବାକୁ ପଡ଼ିବ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ । ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟହେବା ଫଳରେ କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ଅପେକ୍ଷା କରୁଥିବା କାର୍ଯ୍ୟଟି ପୂରଣ କରିବାପାଇଁ ଚେଷ୍ଟା କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ଧନୁ:-ଯେଉଁ ମାନଙ୍କର ଯେ କୌଣସି ମାସର ୭, ୧୬ ଓ ୨୫ ତାରିଖରେ କିମ୍ବା ସପ୍ତମୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ଧନୁରାଶି ହେବ । ମହିଳା ଓ ପୁରୁଷ ମାନେ ଧାର କରଜ ସୁଝିବାପାଇଁ ସୁଯୋଗ ପାଇବେ । ଶାରୀରିକ କ୍ଷେତ୍ରରେ ଉନ୍ନତି ହେବା ସହ ମନ ଶରୀର ଭଲ ରହିବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରିବେ । କଠିନରୁ କଠିନତମ କାର୍ଯ୍ୟକୁ ଧୈର୍ଯ୍ୟରସହ ସମ୍ପାଦନ କରି ପାରିବେ । ଯେକୌଣସି କାର୍ଯ୍ୟରେ ହାତଦେଲେ ସଫଳତା ମିଳିବ । ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତରହିବେ । କ୍ୟାରିଅର ସମସ୍ୟା ସମାଧାନର ବାଟ ମିଳିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ପାଠପଢ଼ାରେ ମନଯୋଗ ଦେବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେବେ । ପ୍ରେମ କ୍ଷେତ୍ରରେ ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡ଼କୁ ନଜରଦେଇ କାମକରିବା ଉଚିତ୍ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମକର:-ଯେଉଁ ମାନଙ୍କର ଯେ କୌଣସି ମାସର ୮, ୧୭ ଓ ୨୬ ତାରିଖରେ କିମ୍ବା ଅଷ୍ଟମୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ମକରରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ସମସ୍ତ କ୍ଷେତ୍ରରେ ଖୁସି ମିଳିବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ବିଚାର ବିଭାଗର ରାୟ ଆପଣଙ୍କ ସପକ୍ଷରେ ଯିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ସହ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ ଓ ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ । ପ୍ରତ୍ୟେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ଼ ରହିବା ଫଳରେ କୌଣସି ଅସୁବିଧା ହେବନାହିଁ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ । ପ୍ରତିକାର- ଅଷ୍ଟଗନ୍ଧ ତିଳକଚନ୍ଦନ ଧାରଣ କରନ୍ତୁ ।

କୁମ୍ଭ:-ଯେଉଁ ମାନଙ୍କର ଯେ କୌଣସି ମାସର ୮, ୧୭ ଓ ୨୬ ତାରିଖରେ କିମ୍ବା ଅଷ୍ଟମୀ ତିଥିରେ ଜନ୍ମ ହୋଇଥିବ ସେମାନଙ୍କର କୁମ୍ଭରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । କାମକାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ । ସେୟାର ବଜାରରେ ମୁନାଫା ମିଳିବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ । ରାଜନୀତି, ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକ ମାନଙ୍କର ବିଶେଷ ଉନ୍ନତିହେବ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନପ୍ରତିଷ୍ଠା ବଢିବ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡି ପାରେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ପ୍ରତିକାର- ନୀଳବସ୍ତ୍ର ପରିଧାନ କରନ୍ତୁ । ନତୁବା ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।

ମୀନ:-ଯେଉଁ ମାନଙ୍କର ଯେ କୌଣସି ମାସର ୩, ୧୨, ୨୧ ଓ ୩୦ ତାରିଖରେ କିମ୍ବା ତୃତୀୟା ବା ଦ୍ଵାଦଶୀ ତିଥିରେ ଜନ୍ମ ହୋଇଥିବ ସେମାନଙ୍କର ମୀନରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ସମାଜିକ କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । କାଷ୍ଠ ଉପକରଣ ବ୍ୟବସାୟୀ ମାନେ ଲାଭବାନ ହେବେ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ଜନ ସେବାରେ ନିଜକୁ ନିୟୋଜିତ କରିବେ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ମିଳିବ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ । ରାଜନୀତି ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ । କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ । ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!