ଦୈନିକ ରାଶିଫଳ: 31 ଅକ୍ଟୋବର 2021 , ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅକ୍ଟୋବର ମାସ ୩୧ ତାରିଖ, ରବିବାର, ତୁଳାମାସ ୧୫ ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ, ଦଶମୀତିଥି, ମଘା ନକ୍ଷତ୍ର, ସିଂହରାଶିରେ ଚନ୍ଦ୍ର। ବ୍ରହ୍ମାଯୋଗ। ବିଷ୍ଟି କରଣ ଦିବା ୨ଟା ୨୭ମିନିଟ୍ ଗତେ ବବ କରଣ। ମେଷ ରାଶିର ଘାତବାର। କର୍କଟ, ମକର ରାଶିର ଘାତଚନ୍ଦ୍ର। କଳମଶାଗ ନ ଖାଇଲେ ଭଲ, ଦିବା ୨ଟା ୨୭ମିନିଟ୍ ପରେ ଶିମ୍ବ, ଆମିଷ ନ ଖାଇଲେ ଭଲ। ଯୋଗିନୀ- ଉତ୍ତରେ ଦିବା ୨ଟା ୨୭ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ। ଶ୍ରାଦ୍ଧ ତର୍ପଣ- ଦଶମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ଦିବା ୧୦ଟା ୫ମିନିଟ୍ ରୁ ଦିବା୧୧ଟା ୩୦ମିନିଟ୍, ଦିବା ୧୧ଟା ୩୦ମିନିଟ୍ ରୁ ଦିବା ୧୨ଟା ୫୪ମିନିଟ୍, ରାତ୍ରି ୧ଟା ୫ମିନିଟ୍ ରୁ ରାତ୍ରି ୨ଟା ୪୦ମିନିଟ୍। ଶୁଭସମୟ- ସକାଳ ୬ଟା ୩୭ମିନିଟ୍ ରୁ ୮ଟା ୫୦ମିନିଟ୍, ଦିବା ୧୨ଟା ୫୫ମିନିଟ୍ ରୁ ୨ଟା ୫୨ମିନିଟ୍, ଦିବା ୩ଟା ୩୯ମିନିଟ୍ ରୁ ୩ଟା ୪୩ମିନିଟ୍, ରାତ୍ର ୭ଟା ୪୨ମିନିଟ୍ ରୁ ରାତ୍ର ୯ଟା ୨୨ମିନିଟ୍, ରାତ୍ର ୧୧ଟା ୫୬ମିନିଟ୍ ରୁ ୧ଟା ୪ମିନିଟ୍, ରାତ୍ର ୨ଟା ୪୧ମିନିଟ୍ ରୁ ୫ଟା ୫୦ମିନିଟ୍।

ମେଷ:-ବ୍ୟବସାୟିକ ସ୍ଥିତି ସୁଧୁରିଯିବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। କର୍ମକ୍ଷେତ୍ରରେ ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧିହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବିରୋଧିମାନେ ଦୂରେଇ ଯିବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-ବ୍ୟବସାୟରେ ସଫଳତା ଅର୍ଜନ କରିବା ସହ ଦୂରଯାତ୍ରାର ସୁଯୋଗ ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଯୁବକ ଯୁବତୀ ମାନଙ୍କର ଉତ୍ତରଦାୟିତ୍ୱ ବଢ଼ିବ। ଭୌତିକ ସୁଖ-ସୁବିଧା ସାଧନର ବୃଦ୍ଧି ହେବ ଓ ପରିଶ୍ରମ କଷ୍ଟର ପୁରା ଲାଭ ମିଳିବ। ପ୍ରାୟକାର୍ଯ୍ୟ ପୂରଣ ହେବା ସହ ଆୟ ବୃଦ୍ଧିହେବ। ପ୍ରେମ-ପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ମାନସିକ ସୁସ୍ଥତା ଅନୁଭବ କରି ଶାନ୍ତିପାଇବେ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣ ସଫଳତା ଅର୍ଜନ କରିବେ। ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ। ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ। ଦୂରଯାତ୍ରାରେ ଲାଭପାଇବେ। ବ୍ୟବସାୟରେ ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତ ହେବ। ପ୍ରତିକାର:-ଗଙ୍ଗାଜଳ ସେବନ କରନ୍ତୁ।

କର୍କଟ:-ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଧର୍ମକାର୍ଯ୍ୟରେ ନିୟୋଜିତ ହେବେ। ପ୍ରେମୀକ ପ୍ରେମିକାଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ। କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ। ସାମୁହିକ ଗତିବିଧି ଦ୍ଵାରା ଆପଣ ସଫଳତା ହାସଲ କରିପାରିବେ। କୌଣସି ଧର୍ମସ୍ଥଳ, ମନ୍ଦିର, ମଠକୁ ଯିବା ପାଇଁ ପୋଗ୍ରାମ୍ କରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସାମାଜିକ କାର୍ଯ୍ୟରେ ଆଜି ଅଧିକ ସମୟ ବିତେଇ ପ୍ରଶଂସା ପାଇବେ। ଚାକିରୀ କ୍ଷେତ୍ରରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବେ। ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ। ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ। ଅନେକ ଦିଗରୁ ଖୁସି ମିଳିବ। ପୁରୁଣା ମିତ୍ରଙ୍କ ସହିତ ଭେଟ ହେବା ଫଳରେ ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ଲୋକପ୍ରିୟତା ବୃଦ୍ଧି ହେବ। ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-ଦୂରଯାତ୍ରାର ସୁଯୋଗ ପାଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ଆର୍ଥିକ କ୍ଷେତ୍ରରେ ଉନ୍ନତିହେବା ସହ ନୂଆ ଯୋଜନାରେ ସଫଳହେବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି ଖୁସିର ବାତାବରଣସ୍ଥାୟି ରହିବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ତୁଳା:-ଶତୃମାନଙ୍କୁ ମିତ୍ର କରିବା ପାଇଁ ପ୍ରୟାସରତ ରହିବେ। ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ ଓ ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହେବ। ସରକାରୀ କ୍ଷେତ୍ରରେ ଯଶ, କୀର୍ତ୍ତି, ମାନ-ସମ୍ମାନ ମିଳିବ। ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ନୂତନ କାର୍ଯ୍ୟକିଛି ଶୁଭାରମ୍ଭ କରି ପାରନ୍ତି। ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ବ୍ୟବସାୟିକ ସ୍ଥିତି ସୁଧୁରିଯାଇ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଯାହାଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

ଧନୁ:-ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ନୂଆ କାମ ନୂଆ ପ୍ରେରଣା ଦେବ। ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତା ଲୋକପ୍ରିୟତା ବୃଦ୍ଧି ହେବ। ବ୍ୟବସାୟ କାରବାରରେ ବହୁତ ଭଲଲାଭ ହେବ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବା ସହ ପାରିବାରିକ କ୍ଷେତ୍ରରେ ଆନନ୍ଦ ମିଳିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ବୃଦ୍ଧିହେବ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ଆର୍ଥିକସ୍ଥିତି ପୂର୍ବପରି ରହିବ। ଖେଳରେ ଉନ୍ନତି ହେବ। ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ଆପଣଙ୍କ ସପକ୍ଷରେ ଯିବ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଶାରୀରିକ ପୀଡା ଦୂରେଇ ଯାଇ ସ୍ୱାସ୍ଥ୍ୟ ଭଲ ରହିବ। କର୍ମକ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଲାଭବାନ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଆଶାତୀତ ଲାଭ ପାଇବେ।ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। ମନରେ ଥିବା ଅଶାନ୍ତି ଅସନ୍ତୋଷ ଦୂରେଇ ଯିବ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!