ଦୈନିକ ରାଶିଫଳ: 02 ନଭେମ୍ବର 2021, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସଜଡା୨୦୨୧ ମସିହା, ନଭେମ୍ବର ମାସ ୨ ତାରିଖ, ମଙ୍ଗଳବାର, ତୁଳା ମାସ ୧୭ ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ, ଦ୍ଵାଦଶୀତିଥି ଦିବା ୧୧ଟା ୩୧ମିନିଟ୍ ଗତେ ତ୍ରୟୋଦଶୀ ତିଥି, ଉତ୍ତରାଫାଲଗୁନୀ ନକ୍ଷତ୍ର ଦିବା ୧୧ଟା ୪୨ମିନିଟ୍ ଗତେ ହସ୍ତା ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର । ବୈଧୃତି ଯୋଗ । ତୈତିଳକରଣ ଦିବା ୧୧ଟା ୩୧ମିନିଟ୍ ଗତେ ଗର କରଣ । ମକର ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । ପୋଇ, ମସୁରଡାଲି ନ ଖାଇଲେ ଭଲ, ଦିବା ୧୧ଟା ୩୧ମିନିଟ୍ ପରେ ବାଇଗଣ ନ ଖାଇଲେ ଭଲ । ଯୋଗିନୀ- ନୈଋତେ ଦିବା ୧୧ଟା ୩୧ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ଦ୍ଵାଦଶୀର ଏକୋଦ୍ଦିଷ୍ଟ ଏବଂ ତ୍ରୟୋଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୧୬ମିନିଟ୍ ରୁ ସକାଳ ୮ଟା ୪୧ମିନିଟ୍, ଦିବା ୧୨ଟା ୫୪ମିନିଟ୍ ରୁ ଦିବା ୨ଟା ୧୯ମିନିଟ୍, ସନ୍ଧ୍ୟା ୬ଟା ୪୩ମିନିଟ୍ ରୁ ରାତ୍ରି ୮ଟା ୧୯ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୫୨ମିନିଟ୍ ରୁ ୬ଟା ୩୬ମିନିଟ୍, ସକାଳ ୮ଟା ୪୨ମିନିଟ୍ ରୁ ଦିବା ୧୧ଟା ୬ମିନିଟ୍, ସନ୍ଧ୍ୟା ୫ଟା ୯ମିନିଟ୍ ରୁ ୬ଟା ୪୨ମିନିଟ୍, ରାତ୍ର ୮ଟା ୨୦ମିନିଟ୍ ରୁ ରାତ୍ର ୮ଟା ୩୧ମିନିଟ୍, ରାତ୍ର ୯ଟା ୨୩ମିନିଟ୍ ରୁ ରାତ୍ର ୧୧ଟା ୫୪ମିନିଟ୍, ରାତ୍ର ୧ଟା ୩୮ମିନିଟ୍ ରୁ ରାତ୍ର ୩ଟା ୧୮ମିନିଟ୍, ରାତ୍ର ୪ଟା ୧୧ମିନିଟ୍ ରୁ ୫ଟା ୫୧ମିନିଟ୍ । ପର୍ବଦିନ-ଧନ ତ୍ରୟୋଦଶୀ, ଧନ୍ଵନ୍ତରୀ ଜୟନ୍ତୀ, ଧନତେରସ, ଲକ୍ଷ୍ମୀପୂଜା, ଯମ ଦୀପ ଦାନ ।

ମେଷ:-ସ୍ୱାସ୍ଥ୍ୟ ଭଲ ରହିବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ନୂତନ ସଂସ୍ଥାର ଆୟୋଜନ କରିବେ । ଜାଗା ଜମି, ଗୃହ ଉପକରଣ କ୍ରୟ କରିବେ । ଯାନ ବାହାନ ପ୍ରାପ୍ତି ହେବ । କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଏବଂ ସମ୍ମାନଜନକ ଘଟଣା ଦେଖା ଦେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବୃଷ:-ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ଗୃହ ସମସ୍ୟା ସଜାଡିବାକୁ ଯାଇ ସୁବିଧା ସୁଯୋଗ ପାଇବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଅନେକ ପ୍ରକାର ପରିବର୍ତ୍ତନ ଆସିବ । ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳା ସଙ୍ଗୀତ, ମଉଜ ମଜିଲିସ୍ ରେ ଆନନ୍ଦିତ ହେବେ । କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମିଥୁନ:-ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ଶତୃ ଓ ବିରୋଧୀମାନେ ମଧ୍ୟ କିଛି କ୍ଷତି କରିପାରିବେ ନାହିଁ । ଟଙ୍କାର ଆବଶ୍ୟକତା ପୂରଣହେବ । ବକ୍ତବ୍ୟପ୍ରଭାବ ଫଳରେ ପରାକ୍ରମ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଦାଇତ୍ଵ ବଢିବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ନୂତନ ବସ୍ତୁ କ୍ରୟ କରି ପାରିବେ । ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କର୍କଟ:-ଉଚ୍ଚାଧିକାରୀ କାମରେ ପ୍ରସନ୍ନ ରହିବେ । କୌଣସି ମିତ୍ରଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ । ବିରୋଧୀମାନେ ସାମ୍ନାକୁ ଆସିପାରିବେ ନାହିଁ । ବନ୍ଧୁ ମିତ୍ରଙ୍କ କାର୍ଯ୍ୟରେ ଯୋଗଦେଇ ଆନନ୍ଦ ଅନୁଭବ କରିବେ । ଲେଖନ, କଳା ଓ ସମ୍ପାଦନ ଆଦିରେ ଜଡିତ ବ୍ୟକ୍ତିମାନେ ଉନ୍ନତି କରି ପାରିବେ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନପଦାର୍ଥ ସଂଗ୍ରହ କରି ପାରନ୍ତି । ଜୀବନର ନୂଆ ପରିବର୍ତ୍ତନ ହେବାର ସମ୍ଭାବନା ଅଛି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-ସନ୍ତାନଙ୍କ ସମ୍ବନ୍ଧୀତ କୌଣସି ଶୁଭ ସମାଚାର ଶୁଣିବେ । ନିଶ୍ଚିତ ରୂପରେ ଯୋଜନାବଦ୍ଧ କର୍ମରେ ସଫଳତା ମିଳିବ । ପରିବାରରେ ସୁଖ ଶାନ୍ତି ଓ ସାମଞ୍ଜସ୍ୟ ବାତାବରଣ ରହିବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରି ପାରନ୍ତି । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ରାଜନୀତି କ୍ଷେତ୍ରରେ ସମର୍ଥକଙ୍କ ସଂଖ୍ୟା ବୃଦ୍ଧି ହେବ । ବୈବାହିକ ଜୀବନ ସୁଖମୟ ହେବ । ନିୟନ୍ତ୍ରଣ ମଧ୍ୟରେ ହିଁ କାମ କରିବା ଉଚିତ୍ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କନ୍ୟା:-ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ କାର୍ଯ୍ୟକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ । କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସଖୁସିରେ ବାତାବରଣ ଖେଳିଯିବ । ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ତୁଳା:-ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ । ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇବେ ଓ ବିଶେଷ ଲାଭାନ୍ୱିତ ହୋଇ ପାରନ୍ତି । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ସମସ୍ୟାର ସମାଧାନ ହୋଇପାରେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସ୍ୱାସ୍ଥ୍ୟ ଠିକ୍ ରହିବ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ବ୍ୟବସାୟରେ କର୍ମତତ୍ପରତା ଓ ସଫଳତା ଯୋଗେ ଉଚ୍ଚ ସମ୍ମାନ ଲାଭ ହେବ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ । କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-ସମସ୍ତ କାର୍ଯ୍ୟ ସିଦ୍ଧି ହେବ । ଶରୀର ସୁସ୍ଥ ରହିବା ସହ ଋଣରୁ ମୁକ୍ତି ମିଳିବ । ଶତୃମାନେ ଦୂରେଇ ଯିବେ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଆକସ୍ମିକ ଧନ ପ୍ରାପ୍ତି ହେବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ବନ୍ଧୁ ମିତ୍ରମାନେ ସହଯୋଗ କରିବେ । ମିଷ୍ଠାନ୍ନ ଭୋଜନ କରିବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ମକର:-ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ । ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହେବ । ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । ରାଜନୀତିରେ ଯଶମାନ ବୃଦ୍ଧି ହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ସ୍ୱାସ୍ଥ୍ୟ ସମସ୍ୟା ସେତେଟା ଭଲ ରହିବ ନାହିଁ । ସତର୍କତା ଅବଲମ୍ବନ ନକଲେ ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇ ଉନ୍ନତି କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ଶିକ୍ଷା କ୍ଷେତ୍ରରେ ଆଦୌ ମନ ଲାଗି ନ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ସାମାଜିକ ପତିଆରା ଅମଳିନ ରହିବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । ଆକସ୍ମିକ ଧନ ପ୍ରାପ୍ତିର ଯୋଗ ଅଛି । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!