ଦୈନିକ ରାଶିଫଳ: 04 ନଭେମ୍ବର 2021, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସଜଡା୨୦୨୧ ମସିହା, ନଭେମ୍ବର ମାସ ୪ ତାରିଖ, ଗୁରୁବାର, ତୁଳାମାସ ୧୯ ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ, ଚତୁର୍ଦ୍ଦଶୀତିଥି ସକାଳ ୬ଟା ୩ମିନିଟ୍ ଗତେ ଅମାବାସ୍ୟା ତିଥି କ୍ଷୟ, ଚିତ୍ରା ନକ୍ଷତ୍ର ସକାଳ ୭ଟା ୪୧ମିନିଟ୍ ଗତେ ସ୍ଵାତୀ ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର । ପ୍ରୀତି ଯୋଗ ଦିବା ୧୧ଟା ୯ମିନିଟ୍ ଗତେ ଆୟୁଷ୍ମାନ ଯୋଗ । ଶକୁନିକରଣ ସକାଳ ୬ଟା ୩ମିନିଟ୍ ଗତେ ଚତୁଷ୍ପଦ କରଣ । ତୁଳା, କୁମ୍ଭ ରାଶିର ଘାତବାର । ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ, ସକାଳ ୬ଟା ୩ମିନିଟ୍ ପରେ ଆମିଷ, ତୈଳ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ସକାଳ ୬ଟା ୩ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ଅମାବାସ୍ୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୧୮ମିନିଟ୍ ରୁ ଦିବା ୩ଟା ୪୨ମିନିଟ୍, ଦିବା ୩ଟା ୪୨ମିନିଟ୍ ରୁ ୫ଟା ୭ମିନିଟ୍, ରାତ୍ରି ୧୧ଟା ୩୦ମିନିଟ୍ ରୁ ରାତ୍ରି ୧ଟା ୬ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୫୩ମିନିଟ୍ ରୁ ୭ଟା ୨୧ମିନିଟ୍, ସନ୍ଧ୍ୟା ୫ଟା ୫୯ମିନିଟ୍ ରୁ ରାତ୍ର ୯ଟା ୨୧ମିନିଟ୍, ରାତ୍ର ୧ଟା ୭ମିନିଟ୍ ରୁ ରାତ୍ର ୩ଟା ୧୯ମିନିଟ୍, ରାତ୍ର ୪ଟା ୧୨ମିନିଟ୍ ରୁ ୫ଟା ୫୨ମିନିଟ୍ । ପର୍ବଦିନ- ନରକ ଚତୁର୍ଦ୍ଦଶୀ, ଯମତର୍ପଣ, ଦୀପାବଳୀ ଅମାବାସ୍ୟା, ପାୟା ଶ୍ରାଦ୍ଧ, ସୁଖ ରାତ୍ରି, କାଳୀପୂଜା ।

ମେଷ:-ସରକାରୀ କ୍ଷେତ୍ରରେ ଯଶ, କୀର୍ତ୍ତି, ମାନ-ସମ୍ମାନ ମିଳିବ । ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଯାହାଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ବ୍ୟବସାୟିକ ସ୍ଥିତି ସୁଧୁରିଯାଇ କମ୍ ପରିଶ୍ରମରେ ଆଶାଜନକ ଲାଭପ୍ରାପ୍ତିହେବ । ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତା ଲୋକପ୍ରିୟତା ବୃଦ୍ଧି ହେବ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବା ସହ ପାରିବାରିକ କ୍ଷେତ୍ରରେ ଆନନ୍ଦ ମିଳିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-କର୍ମକ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସହଜ ସରଳରେ ସମ୍ପନ୍ନ ହୋଇ ଆର୍ଥିକସ୍ଥିତି ପୂର୍ବପରି ରହିବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରି ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । ସାଙ୍ଗସାଥିମାନେ ସାହାଯ୍ୟ କରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ଶୁଭ ସମାଚାର ଶୁଣିବାକୁ ମିଳିବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ବ୍ୟବସାୟ କାରବାରରେ ବହୁତ ଭଲଲାଭ ହେବ । ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ । ରାଜନୀତି କ୍ଷେତ୍ରରେ ଲୋକପ୍ରିୟତା ବୃଦ୍ଧି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ଶରୀର ସୁସ୍ଥ ରହିବ । ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନରେ ବୃଦ୍ଧି ହେବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ । ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ । ପ୍ରେମୀକ ପ୍ରେମିକାଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ । ସନ୍ତାନ ମାନେ ଯାନ ବାହନ ଇତ୍ୟାଦି କ୍ରୟ କରିବା ପାଇଁ ଜିଦ୍ ଧରି ପାରନ୍ତି । ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ସୁଖ ଶାନ୍ତିରେ ଦିନଟି କାଟିବେ । ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ । ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ଆପଣଙ୍କ ସପକ୍ଷରେ ଯିବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି ଖୁସିର ବାତାବରଣସ୍ଥାୟି ରହିବ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ କମିଯିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ-ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ । ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ବ୍ୟବସାୟର ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । କୌଣସି ଧର୍ମସ୍ଥଳ, ମନ୍ଦିର, ମଠକୁ ଯିବା ପାଇଁ ପୋଗ୍ରାମ୍ କରିବେ । ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ପାରିବାରିକ ସ୍ତରରେ ଉଚ୍ଚଆଶା ସଫଳ ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ସ୍ୱାସ୍ଥ୍ୟ ଭଲ ରହିବ । ସାମାଜିକ ସ୍ତରରେ ଖ୍ୟାତି ହେବ । ଛାତ୍ର ଛାତ୍ରୀମାନଙ୍କର ଶିକ୍ଷାକ୍ଷେତ୍ର ବ୍ୟବସ୍ଥିତତା ହେତୁ ଶାନ୍ତି ଉପୁଜିବ । କାରବାରର ସୀମା ବଢାଇବା ଫଳରେ ସନ୍ତୋଷ ଦେଖା ଦେବ । ସନ୍ତାନ ସନ୍ତତି ମାନଙ୍କର ଶୁଭ ଖବର ପାଇ ଖୁସିହେବେ । ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ । ପଦୋନ୍ନତି ସହ ନୂତନକର୍ମପ୍ରାପ୍ତି ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇଯିବ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ମକର:-ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ବ୍ୟବସାୟରେ ଉନ୍ନତି ହେବା ଫଳରେ ଖୁସି ରହିବେ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ପରିବାରର ସାହାଯ୍ୟରେ ଉପକୃତ ହେବେ । ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ରାଜନୀତି ମାମଲାରେ ସଫଳତା ମିଳିବ । ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ । ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ । କର୍ମକ୍ଷେତ୍ରଟି ସୁଦୃଢ ହେବ । ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!