ଦୈନିକ ରାଶିଫଳ: 08 ନଭେମ୍ବର 2021, ଭୋଲେନାଥଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସଜଡା୨୦୨୧ ମସିହା, ନଭେମ୍ବର ମାସ ୮ ତାରିଖ, ସୋମବାର, ତୁଳାମାସ ୨୩ ଦିନ, କାର୍ତ୍ତିକମାସ, ଶୁକ୍ଳପକ୍ଷ, ଚତୁର୍ଥୀତିଥି, ମୂଳାନକ୍ଷତ୍ର, ଧନୁରାଶିରେ ଚନ୍ଦ୍ର । ସୁକର୍ମା ଯୋଗ ଦିବା ୩ଟା ୨୬ମିନିଟ୍ ଗତେ ଧୃତି ଯୋଗ । ବିଷ୍ଟିକରଣ, ଦିବା ୧ଟା ୧୭ମିନିଟ୍ ଗତେ ବବ କରଣ । ମିଥୁନ ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ମୂଳା ନ ଖାଇଲେ ଭଲ, ଦିବା ୧ଟା ୧୭ମିନିଟ୍ ପରେ ବେଲ, ପଣସ ନ ଖାଇଲେ ଭଲ । ଯୋଗିନୀ- ନୈଋତେ ଦିବା ୧ଟା ୧୭ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଚତୁର୍ଥୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ଏବଂ ପଞ୍ଚମୀର ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ସକାଳ ୭ଟା ୧୮ମିନିଟ୍ ରୁ ୮ଟା ୪୨ମିନିଟ୍, ଦିବା ୨ଟା ୧୭ମିନିଟ୍ ରୁ ଦିବା ୩ଟା ୪୧ମିନିଟ୍, ରାତ୍ରି ୯ଟା ୫୪ମିନିଟ୍ ରୁ ରାତ୍ରି ୧୧ଟା ୩୦ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୫୫ମିନିଟ୍ ରୁ ୭ଟା ୧୭ମିନିଟ୍, ସକାଳ ୮ଟା ୫୪ମିନିଟ୍ ରୁ ଦିବା ୧୧ଟା ୬ମିନିଟ୍, ରାତ୍ର ୭ଟା ୪୦ମିନିଟ୍ ରୁ ରାତ୍ର ୯ଟା ୫୩ମିନିଟ୍, ରାତ୍ର ୨ଟା ୩୧ମିନିଟ୍ ରୁ ରାତ୍ର ୩ଟା ୨୦ମିନିଟ୍ । ପର୍ବଦିନ- ନାଗ ଚତୁର୍ଥୀ, ବିନାୟକ ଚତୁର୍ଥୀ, ଗୌରୀଗଣେଶ ଚତୁର୍ଥୀ, ଛଟ୍ ବ୍ରତ ଆରମ୍ଭ ।

ମେଷ:-ସ୍ୱାସ୍ଥ୍ୟ ସମସ୍ୟାରୁ ମୁକ୍ତି ପାଇବେ । ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହି କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଅନ୍‌ଲାଇନ୍‌ ସପିଂରେ ବହୁତ ସଞ୍ଚୟ କରିପାରିବେ । ପରିବାରର ସଦସ୍ୟମାନେ ବହୁତ ଖୁସି ହେବେ । କୋର୍ଟ କଚେରୀ ମାମଲାରେ ବିଜୟ ପ୍ରାପ୍ତି ହେବାର ସମ୍ଭାବନା ରହିଛି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ସାଧାରଣ କଥାକୁ ଭୃକ୍ଷେପ ନକରି ମାନସିକ ଶାନ୍ତି ଅନୁଭବ କରିବେ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ନିଜ ଚେଷ୍ଟାରେ ସାମାନ୍ୟ ଚେଷ୍ଟାକଲେ ବାକିଥିବା ଅର୍ଥ ପାଇବେ । ଗୃହ ସମସ୍ୟାର ସମାଧାନ କରି ପ୍ରଶଂସିତ ହେବେ । ରାଜନୈତିକ ଜୀବନ ଝଡଝଞ୍ଜାମୟ ଥିଲେବି ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧିହେବ । ଆଶା କରିଥିବା କାମ ପୂରଣ ହେବା ଯୋଗେ ମନ ଖୁସି ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମିଥୁନ:-ସାମାଜିକ ପ୍ରତିଷ୍ଠା ବଢ଼ିବ । ସେବା ସମ୍ବନ୍ଧିୟ କାର୍ଯ୍ୟରେ ପ୍ରଶଂସିତ ହେବେ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ଉଚ୍ଚ ଶିକ୍ଷାପାଇଁ ଯାତ୍ରା କରିବା ସାର୍ଥକ ହେବ । ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ । ଦୃଢ଼ ନିଷ୍ଠା ବଳରେ ବଡ଼ ସଫଳତା ହାସଲ କରିପାରିବେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ପ୍ରତିକାର- ଘିଅ ବା କ୍ରିମରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ସିଂହ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ମାନ ମନାନ୍ତର ଦୂର ହେବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧିଘଟିବ ଓ ଲାଭବାନ ହେବେ । ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । ସ୍ଥଗିତଥିବା କର୍ମଟି ପୂରଣ ହେବ । ବ୍ୟବସାୟରେ ମନମୁତାବକ ଲାଭ ପାଇ, ଭବିଷ୍ୟତ ଯୋଜନାରେ ନିବେଶ କରିବେ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇପାରେ । ପରିବାରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ । ଛାତ୍ର ଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ । ନିଜ ଲୋକମାନେ ହିଁ କାମରେ ଆସିବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । ବିଦ୍ୟା କ୍ଷେତ୍ରରେ ବୀଜୟ ପ୍ରାପ୍ତ ହେବ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ବିଶେଷ ଲାଭବାନ ହେବେ । ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ । ନତୁବା ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ଧନୁ:-ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ । ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ । ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ । କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଉଚ୍ଚଆଶା ସଫଳ ହେବ । ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ । ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ । ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ । ନୂତନ ସମ୍ବନ୍ଧ ସୃଷ୍ଟି ହେବାଯୋଗେ ଚିନ୍ତା ଭାବନା ଦୂର ହୋଇଯିବ । ମାଙ୍ଗଳିକ କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କୁମ୍ଭ:-ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ । ଆୟ ବୃଦ୍ଧି ହେବା ଫଳରେ ବ୍ୟବସାୟରେ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ବିବାହ ଓ ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ । ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇ ପୈତୃକ ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ ପ୍ରଶଂସିତ ହେବେ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ପ୍ରତିକାର- ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!