ଦୈନିକ ରାଶିଫଳ: 09 ନଭେମ୍ବର 2021, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସଜଡା୨୦୨୧ ମସିହା, ନଭେମ୍ବର ମାସ ୯ ତାରିଖ, ମଙ୍ଗଳବାର, ତୁଳାମାସ ୨୪ ଦିନ, କାର୍ତ୍ତିକମାସ, ଶୁକ୍ଳପକ୍ଷ, ପଞ୍ଚମୀତିଥି ଦିବା ୧୦ଟା ୩୬ମିନିଟ୍ ପରେ ଷଷ୍ଠୀ ତିଥି, ପୂର୍ବାଷାଢା ନକ୍ଷତ୍ର, ଧନୁରାଶିରେ ଚନ୍ଦ୍ର । ଧୃତିଯୋଗ ଦିବା ୧୨ଟା ୫ମିନିଟ୍ ଗତେ ଶୂଳ ଯୋଗ । ବାଳବକରଣ, ଦିବା ୧୦ଟା ୩୬ମିନିଟ୍ ଗତେ କୌଳବ କରଣ । ମକର ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ବେଲ, ପଣସ ନ ଖାଇଲେ ଭଲ, ଦିବା ୧୦ଟା ୩୬ମିନିଟ୍ ପରେ ପିତା ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ଦିବା ୧୦ଟା ୩୬ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ପଞ୍ଚମୀର ଏକୋଦ୍ଦିଷ୍ଟ ଏବଂ ଷଷ୍ଠୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୧୯ମିନିଟ୍ ରୁ ୮ଟା ୪୨ମିନିଟ୍, ଦିବା ୧୨ଟା ୫୪ମିନିଟ୍ ରୁ ଦିବା ୨ଟା ୧୭ମିନିଟ୍, ସନ୍ଧ୍ୟା ୬ଟା ୪୧ମିନିଟ୍ ରୁ ରାତ୍ରି ୮ଟା ୧୭ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୫୬ମିନିଟ୍ ରୁ ୬ଟା ୩୯ମିନିଟ୍, ସକାଳ ୮ଟା ୪୩ମିନିଟ୍ ରୁ ଦିବା ୧୧ଟା ୭ମିନିଟ୍, ସନ୍ଧ୍ୟା ୫ଟା ୬ମିନିଟ୍ ରୁ ୬ଟା ୪୦ମିନିଟ୍, ରାତ୍ର ୮ଟା ୧୮ମିନିଟ୍ ରୁ ରାତ୍ର ୮ଟା ୨୯ମିନିଟ୍, ରାତ୍ର ୯ଟା ୨୩ମିନିଟ୍ ରୁ ରାତ୍ର ୧୧ଟା ୫୫ମିନିଟ୍, ରାତ୍ର ୧ଟା ୪୦ମିନିଟ୍ ରୁ ରାତ୍ର ୩ଟା ୨୦ମିନିଟ୍, ରାତ୍ର ୪ଟା ୧୪ମିନିଟ୍ ରୁ ୫ଟା ୫୫ମିନିଟ୍ ।

ମେଷ:-ଶତୃମାନେ ଦୂରେଇଯିବେ । ଅଶାନ୍ତିର ଝଡ ଶାନ୍ତ ହେବ । ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ । ଉଚ୍ଚପ୍ରଶଂସା ଲାଭ, ଦମ୍ଭସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । କର୍ମକ୍ଷେତ୍ରରେ ପଦୋନ୍ନତି ଓ ସୁଖସମ୍ପତ୍ତି ଲାଭ ହେବ । ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ । ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । ପ୍ରତିକାର- ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ । ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ । ନୈତିକତା ହିସାବରୁ ଆପଣ ବହୁତ ଉପକୃତ ହେବେ । ଅଧ୍ୟୟନ, ଅନୁସନ୍ଧାନ, ଲେଖନ ଆଦି କାର୍ଯ୍ୟରେ ପରିଶ୍ରମର ପୁରା ଲାଭ ମିଳିବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ନୂଆ ନିଯୁକ୍ତି ଯୋଗ ଅଛି । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ପ୍ରତିକାର- ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ ।

କର୍କଟ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ । ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ । ସବୁଥିରେ ସଫଳତା ମିଳିବ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ ହିସାବରେ ଆତ୍ମସନ୍ତୋଷ ମିଳିବ । ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ସିଂହ:-ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ସନ୍ତାନଙ୍କ ଖୁସି ଖବର ପାଇ ମାନସିକ ଶାନ୍ତି ପାଇବେ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ଫଳରେ ସମୟ ଗୁଡିକ ହସ ଖୁସିରେ ବିତିବ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇ ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ପ୍ରତିକାର- କମଳାରଙ୍ଗରବସ୍ତ୍ର ପରିଧାନ କରନ୍ତୁ । ନତୁବା କମଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କନ୍ୟା:-ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ରାଜକୀୟ ମାମଲାରେ ସଫଳତା ମିଳିବ । ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ । ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ । ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ । ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ତୁଳା:-ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ଚାକିରୀରେ ଆପଣଙ୍କ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ଜନସମ୍ପର୍କ ସୁଦୃଢ ହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ମାଲିମୋକଦ୍ଦମାରେ ବିଜୟୀ ହେବେ । ରାଜନୀତିରେ କୃତକାର୍ଯ୍ୟ ହେବେ । ବ୍ୟବସାୟ କ୍ଷେତ୍ରରେ ଉଚିତ ପନ୍ଥା ଗ୍ରହଣ କରି ଆଲୋଚନା ମାଧ୍ୟମରେ ଲାଭ ପାଇବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିପାରିବେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ଯାହା ଚିନ୍ତା କରିବେ ତାହା ପୂରଣ ହେବ । ମାନସିକ ଚିନ୍ତା ଦୂର ହେବ । ବିଦେଶ ଯାତ୍ରାରେ ଲାଭବାନ ହେବେ । ଛାତ୍ରଛାତ୍ରୀମାନେ କର୍ତ୍ତବ୍ୟନିଷ୍ଠା ପରାୟଣ ହୋଇ ବିଦ୍ୟାରେ ସଫଳ ହେବେ । ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ ମଧ୍ୟ କରିପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ ଓ ଦୂରଯାତ୍ରା କରି ମନ ଖୁସି ରହିବ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ବ୍ୟବସାୟ କ୍ଷେତ୍ରରେ କେତେକ ସମସ୍ୟା ଦୂର ହୋଇଯିବା ଫଳରେ ବ୍ୟବସାୟରେ ପ୍ରସାର, ପ୍ରଚାର କରିବା ସହ ନୂତନ ବ୍ୟବସାୟ ଆରମ୍ଭ କରି ଅର୍ଥ ଲାଭର ସୁଯୋଗ ପାଇବେ । ପରିବାରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହେବ । ନୂତନ କର୍ମ ପାଇଁ ଯୋଗାଯୋଗ କଲେ ସଫଳତା ମିଳିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:-ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯାଇ କାର୍ଯ୍ୟ ପୁରଣ ହେବା ଫଳରେ ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ । ପରୋପକାର ଓ ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପ୍ରତ୍ତି ବୃଦ୍ଧି ପାଇବ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ଧାର୍ମିକ କାର୍ଯ୍ୟରେ ମନ ବଳାଇ ବିଗିଡି ଯାଇଥିବା କାର୍ଯ୍ୟକୁ ସୁଧାରି ପାରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ସଂଘର୍ଷ ଦ୍ଵାରା ସଫଳତା ମିଳିବ । ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ । ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ । ନୂତନ ଲୋକଙ୍କ ସହିତ ଭେଟ ହୋଇ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ ଓ ଆୟ ବୃଦ୍ଧି ହେବ । ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତହେବ । ମନ ଲଗାଇ କାର୍ଯ୍ୟକରି ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବେ । ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ । ଫୋନ ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ । ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!