ଦୈନିକ ରାଶିଫଳ: 01 ନଭେମ୍ବର 2021, ମହାଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ନଭେମ୍ବର ମାସ ୧ ତାରିଖ, ସୋମବାର, ତୁଳା ମାସ ୧୬ ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ, ଏକାଦଶୀତିଥି, ପୂର୍ବାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । ଇନ୍ଦ୍ର ଯୋଗ । ବାଳବକରଣ ଦିବା ୧ଟା ୨୨ମିନିଟ୍ ଗତେ କୌଳବ କରଣ । ମିଥୁନ ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ଶିମ୍ବ, ଆମିଷ ନ ଖାଇଲେ ଭଲ, ଦିବା ୧ଟା ୨୨ମିନିଟ୍ ପରେ ପୋଇ, ମସୁରଡାଲି ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ଦିବା ୧ଟା ୨୨ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଏକାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ଏବଂ ଦ୍ଵାଦଶୀର ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ସକାଳ ୭ଟା ୧୬ମିନିଟ୍ ରୁ ସକାଳ ୮ଟା ୪୦ମିନିଟ୍, ଦିବା ୨ଟା ୧୯ମିନିଟ୍ ରୁ ଦିବା ୩ଟା ୪୪ମିନିଟ୍, ରାତ୍ରି ୯ଟା ୫୪ମିନିଟ୍ ରୁ ୧୧ଟା ୩୦ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୫୨ମିନିଟ୍ ରୁ ୭ଟା ୧୫ମିନିଟ୍, ସକାଳ ୮ଟା ୫୩ମିନିଟ୍ ରୁ ଦିବା ୧୧ଟା ୬ମିନିଟ୍, ରାତ୍ର ୭ଟା ୪୨ମିନିଟ୍ ରୁ ରାତ୍ର ୯ଟା ୫୩ମିନିଟ୍, ରାତ୍ର ୨ଟା ୨୯ମିନିଟ୍ ରୁ ରାତ୍ର ୩ଟା ୧୮ମିନିଟ୍ । ପର୍ବଦିନ- ସର୍ବସମ୍ମତ ରମା ଏକାଦଶୀ, ଗୋବତ୍ସା ଦ୍ଵାଦଶୀ ।

ମେଷ:- ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତରଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ମାଲି ମୋକଦ୍ଦମାରେ ଆଶାବାଦୀ ହେବେ । ବ୍ୟବସାୟୀ ମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣି ବାରେ ସଫଳ ହେବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବୃଷ:- ସୋଶିଆଲ୍‌ ମିଡିଆରେ ନୂଆ ଲୋକମାନଙ୍କ ସହିତ ସମ୍ପର୍କ ବୃଦ୍ଧି ପାଇବ । ବନ୍ଧୁ ମିତ୍ରମାନେ ସହଯୋଗ କରିବେ । ବନ୍ଧୁଙ୍କ ଆର୍ଥିକ ସହାୟତାରେ ଖୁସିହେବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବ୍ୟାପାରରେ ଅଟକି ଥିବା ଅର୍ଥ ମିଳିଯିବା ଫଳରେ ସାବଧାନ ରହି ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ପ୍ରେମପ୍ରସଙ୍ଗରେ ସଫଳତା ମିଳିବାର ସମ୍ଭାବନା ଅଛି । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:- ସବୁ କାର୍ଯ୍ୟ ସଠିକ୍‌ ସମୟରେ ପୂରଣ ହେବାରୁ ଆତ୍ମବିଶ୍ୱାସ ବୃଦ୍ଧି ହେବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ । ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ଚେଷ୍ଟାରେ ସଫଳ ହେବେ । ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ । ଯାନଆରୋହଣ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରନ୍ତୁ ନାହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:- ସାମାଜିକ ଉତ୍ସବରେ ଯୋଗ ଦେଲେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିଲେ କଷ୍ଟ ସହିବାକୁ ପଡିପାରେ । ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପ୍ରେମପ୍ରସଙ୍ଗରେ ମଧୁରତା ଆସିବ । ମିତ୍ର ବା ଜରୁରୀମନ୍ଦଙ୍କ ସହାୟତା ପାଇଁ ହାତ ବଢାଇବେ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

ସିଂହ:- ସ୍ୱାସ୍ଥ୍ୟରେ ଉନ୍ନତି ଦେଖା ଦେବା ସହ ଆର୍ଥିକ ଚିନ୍ତା ଦୁରହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ରାଜନୀତି କ୍ଷେତ୍ର ସୁଦୃଢ ହେବ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବା ସହ ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ସେବାକାରୀମାନଙ୍କ ସହଯୋଗରେ ସମ୍ମ । ନ ଜନକ ସ୍ଥିତି ପରିଲକ୍ଷିତ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ କଠିନ ପରିଶ୍ରମ କରି ପୁରଣ କରି ପାରନ୍ତି । କର୍ମକ୍ଷେତ୍ରରେ ନିଜ କର୍ମଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ଅକ୍ଷୁର୍ଣ୍ଣ ରହିବ । କୋର୍ଟକଚେରୀ ମାମଲା ସମାଧାନ ହୋଇଯିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ତୁଳା:-ଶତ୍ରୁହାନି, ଉଚ୍ଚପ୍ରଶଂସାଲାଭ, ଦମ୍ଭସାହସବୃଦ୍ଧି, କ୍ଷମାଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ । ବ୍ୟବସାୟରେ ଶ୍ରମ ସାର୍ଥକ ହେବା ସହ ଆୟ ବଢିବ । ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବା ସହ ଉଚ୍ଚ ଆଶାରେ ଆଗେଇବେ । ଜାଗାଜମି, ଉଚ୍ଚସ୍ତରୀୟ ବାହନ ଆଦି ଆଜି କ୍ରୟ କରିପାରନ୍ତି । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ବା ଚାକିରୀ ଇତ୍ୟାଦି ସଂପୂର୍ଣ୍ଣ ହେବ । ନୂତନଦ୍ରବ୍ୟ କ୍ରୟକଲେ ଲାଭମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦଥିବା କାର୍ଯ୍ୟ ପୂରଣ ହେବ । ଜନସେବାଦ୍ଵାରା ଓ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ । କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନରେ ବୃଦ୍ଧି ହେବ । ଗୁରୁଜନମାନଙ୍କର ଆଦର ପାଇବା ସହ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ । କୌଣସି ଶୁଭ ସମାଚାର ଶୁଣି ହସ-ଖୁସିରେ ସମୟ ବ୍ୟତୀତ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପାରିବେ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ବିଗିଡିଥିବା କାର୍ଯ୍ୟ କାହାର ସାହାଯ୍ୟ ଦ୍ଵାରା ସମ୍ପନ୍ନ ହେବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ । କୌଣସି ଦୂର ସ୍ଥାନକୁ ଯାତ୍ରା କରିଲେ ଧନ ହାନି ହେବାର ସମ୍ଭାବନା ଅଛି । ସମ୍ବନ୍ଧ ଓ ସମ୍ପର୍କରେ ସୁଖ ଶାନ୍ତିରେ ଦିନଟି କଟାଇ ପାରିବେ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

ମକର:-ସାମାଜିକ ପତିଆରା ଅମଳିନ ରହିବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀ ହେବେ । ମାନସିକ ଅସ୍ଥିରତା ଦେଖାଦେବ ଓ କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରନ୍ତୁ । ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ବାହ୍ୟ ଯୋଗା ଯୋଗରେ ଲାଭ ମିଳିବ । ନିଜର କାମ କରିବା ଷ୍ଟାଇଲରେ କିଛି ବଦଳାଇବାକୁ ଗୁରୁତ୍ଵ ଦେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । କଠିନରୁ କଠିନତମ କାର୍ଯ୍ୟକୁ ଧୈର୍ଯ୍ୟରସହ ସମ୍ପାଦନ କରି ପାରିବେ । ରାଜନୀତିରେ ଲୋକପ୍ରିୟତା ହାସଲ କରିବେ । ପାଠ ପଢ଼ାରେ ମନଯୋଗ ଦେବେ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ । ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!