ଦୈନିକ ରାଶିଫଳ: 11 ନଭେମ୍ବର 2021, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସଜଡା୨୦୨୧ ମସିହା, ନଭେମ୍ବର ମାସ ୧୧ ତାରିଖ, ଗୁରୁବାର, ତୁଳାମାସ ୨୬ ଦିନ, କାର୍ତ୍ତିକମାସ, ଶୁକ୍ଳପକ୍ଷ, ସପ୍ତମୀତିଥି ସକାଳ ୬ଟା ୪୯ମିନିଟ୍ ଗତେ ଅଷ୍ଟମୀ ତିଥି କ୍ଷୟ, ଶ୍ରବଣା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର । ଗଣ୍ଡଯୋଗ ସକାଳ ୬ଟା ୪୧ମିନିଟ୍ ଗତେ ବୃଦ୍ଧିଯୋଗ । ବାଣିଜ୍ୟକରଣ, ସକାଳ ୬ଟା ୪୯ମିନିଟ୍ ଗତେ ବିଷ୍ଟି କରଣ । ତୁଳା, କୁମ୍ଭ ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ତାଳ ନ ଖାଇଲେ ଭଲ, ସକାଳ ୬ଟା ୪୯ମିନିଟ୍ ପରେ ନଡିଆ, ଆମିଷ ନ ଖାଇଲେ ଭଲ । ଯୋଗିନୀ- ବାୟବ୍ୟେ ସକାଳ ୬ଟା ୪୯ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ଅଷ୍ଟମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୧୭ମିନିଟ୍ ରୁ ଦିବା ୩ଟା ୪୧ମିନିଟ୍, ଦିବା ୩ଟା ୪୧ମିନିଟ୍ ରୁ ୫ଟା ୪ମିନିଟ୍, ରାତ୍ରି ୧୧ଟା ୩୦ମିନିଟ୍ ରୁ ରାତ୍ରି ୧ଟା ୭ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୫୭ମିନିଟ୍ ରୁ ୭ଟା ୨୪ମିନିଟ୍, ସନ୍ଧ୍ୟା ୫ଟା ୫୭ମିନିଟ୍ ରୁ ରାତ୍ର ୯ଟା ୨୧ମିନିଟ୍, ରାତ୍ର ୧ଟା ୮ମିନିଟ୍ ରୁ ରାତ୍ର ୩ଟା ୨୧ମିନିଟ୍, ରାତ୍ର ୪ଟା ୧୫ମିନିଟ୍ ରୁ ୫ଟା ୫୬ମିନିଟ୍ । ପର୍ବଦିନ- ଛଟ୍ ବ୍ରତ ଶେଷ, ମୁକ୍ତି ମଣ୍ଡପର ଷୋଳ ଶାସନ ଭୋଗ ।

ମେଷ:-ଶତୃମାନେ ପରାଜିତ ହେବେ । ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ । ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ପରିବାରରେ ସୁଖଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବିଦ୍ୟା କ୍ଷେତ୍ରରେ ମନ ଲାଗିବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଦୂରଯାତ୍ରାର ସୁଯୋଗ ପାଇବେ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । କର୍ମକ୍ଷେତ୍ରରେ ଉନ୍ନତି କରିପାରିବେ । ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ମିଥୁନ:-ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବ । ରାଜନୀତିରେ ପ୍ରଶଂସିତ ହେବେ । ଭାଇ ବନ୍ଧୁ ମାନଙ୍କ ଠାରୁ ଲାଭ ମିଳିବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ଉନ୍ନତିକର ହେବ । କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ହେବ । ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ । ପ୍ରତିକାର-ଭୋକିଲା ଲୋକକୁ ନିରାଶ କରିବେ ନାହିଁ ।

କର୍କଟ:-ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ । ବ୍ୟୟ ଅପେକ୍ଷା ଆୟ ଅଧିକ ହେବ ଓ ନୂତନ ସଂସ୍ଥାର ଆୟୋଜନ କରିବେ । ମାଲିମୋକଦ୍ଦମାରେ ଜୟ, ରାଜନୀତିରେ ପୂର୍ଣ୍ଣ ସଫଳତା ପ୍ରାପ୍ତି, ବ୍ୟବସାୟରେ ସଫଳତା ଅର୍ଜନ କରିବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ସିଂହ:-ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ । କୌଣସି ନୂତନ କର୍ମର ଆୟୋଜନ କରିପାରିବେ । ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧି ଘଟିବ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ଅନେକ ଦିଗରୁ ଧନର ଆଗମନ ହୋଇ ପାରେ । ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ଶରୀର ଭଲ ରହିବ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ବିଦେଶ ଯାତ୍ରାରେ ସଫଳ ହେବେ । ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ । ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ତୁଳା:-ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟା କ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ପଢାପଢିରେ ମାନସିକ ଶାନ୍ତି ପାଇବେ । ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବା ପାଇଁ କଷ୍ଟକର ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ । ଜଗାଜମି, ଗୃହ ଉପକରଣ କ୍ରୟ କରିବେ । କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ । ଋଣପ୍ରାପ୍ତି ଓ ଋଣମୁକ୍ତର ରାସ୍ତା ପରିଷ୍କାର ହେବ । ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ରାଜନୀତିରେ ଫାଇଦା ଉଠାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ପରିବାରର ସାହାଯ୍ୟରେ ଉପକୃତ ହେବେ । ଭୁଲ୍ ବୁଝିଥିବା ଲୋକମାନେ ନିଜର ତ୍ରୁଟି ଜାଣି ପାରିବେ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ଟେନସନ ଦୂର ହେବ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ମକର:-ସଙ୍ଗୀତ ଓ କଳାରେ ସୁନାମ ଅର୍ଜନ କରିବେ । ଦୂରେଇ ଯାଇଥିବା ବନ୍ଧୁମାନେ ଅତି ଆପଣାର ହେବେ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ । ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ । କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । ପରୀକ୍ଷା ପ୍ରତିଯୋଗିତାରେ ଶୁଭ ଖବର ଶୁଣି ଗୃହରେ ଶାନ୍ତ ବାତାବରଣ ଦେଖା ଦେବ । କ୍ୟାରିୟରକୁ ନେଇ ମନ ଖୁସି ରହିବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

କୁମ୍ଭ:-ସହକର୍ମୀଙ୍କ ସହଯୋଗ ପାଇ କର୍ମକ୍ଷେତ୍ରରେ ପ୍ରାଧାନ୍ୟତା ବୃଦ୍ଧି ପାଇବ । ଶିକ୍ଷା କ୍ଷେତ୍ରରେ ଆଶାନୁଯାଇ ଫଳାଫଳ ମିଳିବ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ । ବ୍ୟବସାୟୀମାନଙ୍କର ଲାଭ ହେଲେ ମଧ୍ୟ ବ୍ୟୟ ଅଧିକ କରିବେ । ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତି କରିପାରେ । ଦୂରସ୍ଥାନକୁ ଯାତ୍ରାକଲେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ମୀନ:-ସନ୍ତାନ ମାନଙ୍କ ବିଷୟରେ ଶୁଭ ସମାଚାର ଶୁଣିବେ । କ୍ୟାରିୟରର ଭବିଷ୍ୟତକୁ ନେଇ ଯୋଜନା କରିବେ । ଜୀବନସାଥୀଙ୍କ ପରାମର୍ଶରେ ଯଦି କୌଣସି ନିବେଶ କରିବାକୁ ଯୋଜନା କରୁଛନ୍ତି ତେବେ ଆଶାନୁଯାଇ ଫଳ ମିଳିବ । ଟଙ୍କା ଆଦାନ ପ୍ରଦାନ କାରବାରରେ ଉନ୍ନତି କରିପାରିବେ । ବନ୍ଧୁ ମିତ୍ରଙ୍କର ସମ୍ପୂର୍ଣ୍ଣ ସହଯୋଗ ପାଇ ଶାନ୍ତିଭାବରେ କାମ ପୂରଣ ହେବ । ବିଦ୍ୟାର୍ଥୀମାନେ ଅଧ୍ୟୟନ ପ୍ରତି ଆଗ୍ରହୀ ହେବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!