ଦୈନିକ ରାଶିଫଳ: 14 ନଭେମ୍ବର 2021, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ନଭେମ୍ବର ମାସ ୧୪ ତାରିଖ, ରବିବାର, ତୁଳାମାସ ୨୯ ଦିନ, କାର୍ତ୍ତିକମାସ, ଶୁକ୍ଳପକ୍ଷ, ଏକାଦଶୀତିଥି, ପୂର୍ବଭାଦ୍ରପଦ ନକ୍ଷତ୍ର, କୁମ୍ଭରାଶିରେ ଚନ୍ଦ୍ର ଦିବା ୧୦ଟା ୧୨ମିନିଟ୍ ଗତେ ମୀନରାଶିରେ ଚନ୍ଦ୍ର । ହର୍ଷଣଯୋଗ । ବାଣିଜ୍ୟ କରଣ, ସନ୍ଧ୍ୟା ୬ଟା ୧୦ମିନିଟ୍ ଗତେ ବିଷ୍ଟି କରଣ । ମେଷ ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର ଦିବା ୧୦ଟା ୧୨ମିନିଟ୍ ଗତେ ଧନୁ ରାଶିର ଘାତଚନ୍ଦ୍ର । ଶିମ୍ବ, ଆମିଷ ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ଆହୋରାତ୍ର ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ଏକାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୭ମିନିଟ୍ ରୁ ଦିବା ୧୧ଟା ୩୦ମିନିଟ୍, ଦିବା ୧୧ଟା ୩୦ମିନିଟ୍ ରୁ ଦିବା ୧୨ଟା ୫୪ମିନିଟ୍, ରାତ୍ରି ୧ଟା ୮ମିନିଟ୍ ରୁ ରାତ୍ରି ୨ଟା ୪୫ମିନିଟ୍ । ଶୁଭସମୟ- ସକାଳ ୬ଟା ୪୩ମିନିଟ୍ ରୁ ୮ଟା ୫୪ମିନିଟ୍, ଦିବା ୧୨ଟା ୫୫ମିନିଟ୍ ରୁ ୨ଟା ୪୯ମିନିଟ୍, ଦିବା ୩ଟା ୩୫ମିନିଟ୍ ରୁ ୩ଟା ୩୯ମିନିଟ୍, ରାତ୍ର ୭ଟା ୩୯ମିନିଟ୍ ରୁ ରାତ୍ର ୯ଟା ୨୧ମିନିଟ୍, ରାତ୍ର ୧୧ଟା ୫୮ମିନିଟ୍ ରୁ ୧ଟା ୭ମିନିଟ୍, ରାତ୍ର ୨ଟା ୪୬ମିନିଟ୍ ରୁ ୫ଟା ୫୭ମିନିଟ୍ । ପର୍ବଦିନ- ଶିଶୁ ଦିବସ, ଜବାହାରଲାଲ୍ ନେହେରୁଙ୍କ ଜୟନ୍ତୀ ।

ମେଷ:-ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ । ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ । ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ବନ୍ଧୁମାନଙ୍କ ସାହାଯ୍ୟ ସହଯୋଗ ପାଇ ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇ ପାରେ । ଏହି ସମୟରେ ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ । ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ । କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ରାଜନୀତିରେ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ମିଥୁନ:-ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ । ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ । ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ସମୟ ଅନୁକୂଳ ହେଲେ ମଧ୍ୟ କାର୍ଯ୍ୟ ପୁରଣରେ ବାଧା ଆସିବ । ଜୀବନସାଥି, ସନ୍ତାନ ଓ ପରିବାରରେ ସମୟ ବିତେଇବେ । କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ପାରିବାରିକ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । କାରବାରରେ ସୁଧାର ଆସିବ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ସତର୍କତା ଅବଲମ୍ବନ ନକଲେ ମିଥ୍ୟା ଅପବାଦରେ ନିନ୍ଦିତ ହୋଇ ପାରନ୍ତି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-ଶତୃମାନେ ଦୂରେଇ ଯିବେ ଓ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ମାନସିକ ଶାନ୍ତି ମିଳିବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବା ଫଳରେ ମାନସିକ ଏକାଗ୍ରତା ବଜାୟ ରହିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ନୂତନ ଦ୍ରବ୍ୟ କ୍ରୟ କରିବେ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିଣାମ ମିଳିବ । ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ । ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପାରନ୍ତି । ବିଦ୍ୟାର୍ଥୀମାନେ ପ୍ରତିଯୋଗୀତା ପରୀକ୍ଷାରେ ଆଶାତୀତ ନମ୍ବର ରାଖୀ ପ୍ରଶଂସିତ ହେବେ । ପ୍ରତିକାର- ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ବିଚ୍ଛା:-ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । ରାଜନୀତି କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରି ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ଧନୁ:-ଶୁଭକାମ କରି ପ୍ରଶଂସିତ ହେବେ । ନିଜର ବୁଦ୍ଧି, ବିବେକ ଖଟାଇ ଅନେକ ସମସ୍ୟାର ସମାଧାନ କରିପାରିବେ । ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ । କେତେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଥିବାରୁ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ । ଆମୋଦ ପ୍ରମୋଦ, ମନୋରଞ୍ଜନ କାର୍ଯ୍ୟରେ ସାମିଲ ହୋଇ ଦୀର୍ଘଯାତ୍ରା, ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେବେ । ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ମକର:-ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ ଓ ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିପାରେ । ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ । ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଅଚାନକ ଧନପ୍ରାପ୍ତି ହେବା ଫଳରେ ଆର୍ଥିକକ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ପାରିବାରିକ ଅଶାନ୍ତି ଦୂରେଇଯିବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମୀନ:-କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ଜନ ସେବାରେ ନିଜକୁ ନିୟୋଜିତ କରିବେ । ପ୍ରେମିକ ପ୍ରେମିକାମାନେ ନୂଆ ସମସ୍ୟାର ସମ୍ମୁଖୀନ ହେଲେବି ସାମାନ୍ୟ କଥାରେ ଅଯଥା ତର୍କ ନକରି ଶାନ୍ତ ରହିବା ଉଚିତ୍ । କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର । ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!