ଦୈନିକ ରାଶିଫଳ: 16 ନଭେମ୍ବର 2021, ମା’ ମଙ୍ଗଳାଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ନଭେମ୍ବର ମାସ ୧୬ ତାରିଖ, ମଙ୍ଗଳବାର, ବିଛାମାସ ୧ ଦିନ, କାର୍ତ୍ତିକମାସ, ଶୁକ୍ଳପକ୍ଷ, ଦ୍ଵାଦଶୀତିଥି ସକାଳ ୮ଟା ୨ମିନିଟ୍ ଗତେ ତ୍ରୟୋଦଶୀତିଥି, ରେବତୀ ନକ୍ଷତ୍ର, ମୀନରାଶିରେ ଚନ୍ଦ୍ର । ସିଦ୍ଧିଯୋଗ । ବାଳବ କରଣ, ସକାଳ ୮ଟା ୨ମିନିଟ୍ ଗତେ କୌଳବ କରଣ । ମକର ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର । ପୋଇ, ମସୁରଡାଲି ନ ଖାଇଲେ ଭଲ, ସକାଳ ୮ଟା ୨ମିନିଟ୍ ପରେ ବାଇଗଣ ନ ଖାଇଲେ ଭଲ । ଯୋଗିନୀ- ନୈଋତେ ସକାଳ ୮ଟା ୨ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ତ୍ରୟୋଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୨୨ମିନିଟ୍ ରୁ ୮ଟା ୪୫ମିନିଟ୍, ଦିବା ୧୨ଟା ୫୪ମିନିଟ୍ ରୁ ଦିବା ୨ଟା ୧୭ମିନିଟ୍, ସନ୍ଧ୍ୟା ୬ଟା ୪୦ମିନିଟ୍ ରୁ ରାତ୍ରି ୮ଟା ୧୭ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ରୁ ୬ଟା ୪୩ମିନିଟ୍, ସକାଳ ୮ଟା ୪୬ମିନିଟ୍ ରୁ ଦିବା ୧୧ଟା ୮ମିନିଟ୍, ସନ୍ଧ୍ୟା ୫ଟା ୪ମିନିଟ୍ ରୁ ୬ଟା ୩୯ମିନିଟ୍, ରାତ୍ର ୮ଟା ୧୮ମିନିଟ୍ ରୁ ରାତ୍ର ୮ଟା ୨୯ମିନିଟ୍, ରାତ୍ର ୯ଟା ୨୩ମିନିଟ୍ ରୁ ରାତ୍ର ୧୧ଟା ୫୬ମିନିଟ୍, ରାତ୍ର ୧ଟା ୪୨ମିନିଟ୍ ରୁ ରାତ୍ର ୩ଟା ୨୩ମିନିଟ୍, ରାତ୍ର ୪ଟା ୧୭ମିନିଟ୍ ରୁ ୫ଟା ୫୯ମିନିଟ୍ । ପର୍ବଦିନ- ବିଛା ସଂକ୍ରାନ୍ତି, ତୁଳସୀ ବିବାହ ।

ମେଷ:-ଅଚାନକ ଭାବରେ ଦୂରଯାତ୍ରା କରିବେ । ଅଫିସରେ ଟେନସନ ଦୂର ହେବ । କାର୍ଯ୍ୟ କ୍ଷେତ୍ରରେ ଲୋକସମର୍ଥନ ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ । ଛାତ୍ର ଛାତ୍ରୀମାନେ ନିଜ ପରିଶ୍ରମରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ଆଚାର ଓ ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ । ବ୍ୟବସାୟରେ ଉତ୍ଥାନ-ପତ୍ତନର ସମ୍ମୁଖୀନ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବୃଷ:-ସ୍ଵାସ୍ଥ୍ୟରେ ସୁଧାର ଆସିବ । ଜାଗାଜମି, ଯାନବାହନ ଆଦି କ୍ରୟ କରିପାରିବେ । ଆର୍ଥିକ ବୃଦ୍ଧି ସହ ଯଶ ସମ୍ମାନ ବଢିବ । କର୍ମକ୍ଷେତ୍ରରେ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ । ଦୂରଯାତ୍ରାରେ ସଫଳ ହେବେ । ସାମାଜିକ କାର୍ଯ୍ୟରେ ଯୋଗଦାନ କରି ପ୍ରଶଂସା ପାଇବେ । ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ଖେଳ, କୁଦ ଓ ପ୍ରତିଯୋଗିତାରେ ସଫଳ ହେବେ । ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ମିଥୁନ:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କଲେ ସଫଳତା ପ୍ରାପ୍ତି ହେବ । କିଛି ନୂତନ କର୍ମ ଆରମ୍ଭ କଲେ ସମ୍ପର୍କୀୟଙ୍କଠାରୁ ପ୍ରଶଂସା ପାଇବେ । ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ, ସେଥିପାଇଁ ଇଣ୍ଟରନେଟ୍ ଠାରୁ ଆରମ୍ଭ କରି ଫୋନ୍ ସବୁ କାରବାର କରିବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କର୍କଟ:-ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ । କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇ ପାରିବେ । ଘର-ପରିବାରକୁ ପ୍ରାଥମିକତା ଦେବେ । ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ । ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-ଶତୃମାନେ ଦୂରେଇ ଯିବେ । ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ । ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ । ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଘଟିପାରେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କନ୍ୟା:-ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ । ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ । ପରିବାରର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ । ମାଲିମୋକଦ୍ଦମାରେ ସଫଳତା ମିଳିବ । ପିଲାମାନଙ୍କ ପାଠପଢା ନେଇ କରିଥିବା ଚିନ୍ତା ଦୂରେଇ ଯିବ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ । ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-ସନ୍ତାନ ସମ୍ବନ୍ଧୀୟ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ । ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଶତୃମାନେ ପରାଜିତ ହେବେ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ । ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ଏହି ସମୟରେ ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ । ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ । ନତୁବା ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ଧନୁ:-କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ । ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇପାରେ । ପତ୍ନୀ, ସନ୍ତାନ ଓ ପରିବାରରେ ସମୟ ବିତେଇବେ । କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ । ଅତିରିକ୍ତ ଆୟର ଦରକାର ଅନୁଭବ ହେବ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତିର ବାତାବରଣ ଦେଖାଦେବ । ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:- ସମୟ ଅନୁକୂଳ ହୋଇଥିବାରୁ ସେୟାର ବଜାରରେ ମୁନାଫା ମିଳିବ ଓ ପୁରୁଣା ନିବେଶ ଲାଭ ଦେବ । ସଂମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ମାଲିମୋକଦ୍ଦମାରେ ସଫଳତା ମିଳିବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପାରନ୍ତି । କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପରିବହନରେ ବିଶେଷ ଲାଭବାନ ହେବେ । ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମୀନ:-ଶତୃ ପରାଜିତ ହେବେ ଓ ଶାରିରୀକ ଅସୁସ୍ଥତା ଦୂରହେବ । ସନ୍ତାନମାନଙ୍କ ଉନ୍ନତି ପାଇଁ ଆନନ୍ଦିତ ହେବେ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ସହଯୋଗ ପାଇ ମନ ଖୁସୀ ରହିବ । ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ । ଖେଳ, କୁଦ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!