ଦୈନିକ ରାଶିଫଳ: 22 ନଭେମ୍ବର 2021, ମହାଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ନଭେମ୍ବର ମାସ ୨୨ ତାରିଖ, ସୋମବାର, ବିଛା ମାସ ୭ ଦିନ, ମାର୍ଗଶୀରମାସ, କୃଷ୍ଣପକ୍ଷ, ତୃତୀୟା ତିଥି, ମୃଗଶିରା ନକ୍ଷତ୍ର ଦିବା ୧୦ଟା ୪୩ମିନିଟ୍ ଗତେ ଆର୍ଦ୍ରା ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ସାଧ୍ୟଯୋଗ । ବାଣିଜ୍ୟ କରଣ, ସକାଳ ୯ଟା ୮ମିନିଟ୍ ଗତେ ଗତେ ବିଷ୍ଟି କରଣ । ମିଥୁନ ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ପୋଟଳ ନ ଖାଇଲେ ଭଲ, ରାତି ୧୦ଟା ୨୭ମିନିଟ୍ ପରେ ମୂଳା ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ରାତି ୧୦ଟା ୨୭ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ତୃତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୨୫ମିନିଟ୍ ରୁ ୮ଟା ୪୭ମିନିଟ୍, ଦିବା ୨ଟା ୧୭ମିନିଟ୍ ରୁ ଦିବା ୩ଟା ୩୯ମିନିଟ୍, ରାତ୍ରି ୯ଟା ୫୫ମିନିଟ୍ ରୁ ରାତ୍ରି ୧୧ଟା ୩୨ମିନିଟ୍ । ଶୁଭସମୟ- ସକାଳ ୬ଟା ୪ମିନିଟ୍ ରୁ ୭ଟା ୨୪ମିନିଟ୍, ସକାଳ ୮ଟା ୫୯ମିନିଟ୍ ରୁ ଦିବା ୧୧ଟା ୯ମିନିଟ୍, ରାତ୍ର ୭ଟା ୩୯ମିନିଟ୍ ରୁ ରାତ୍ର ୯ଟା ୫୪ମିନିଟ୍, ରାତ୍ର ୨ଟା ୩୬ମିନିଟ୍ ରୁ ରାତ୍ର ୩ଟା ୨୬ମିନିଟ୍ ।

ମେଷ:- ସାମାଜିକ କାର୍ଯ୍ୟରେ ସମୟ ବିତେଇବେ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ପରିବାରରେ କୌଣସି ଶୁଭକାର୍ଯ୍ୟ ହେବ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ଉନ୍ନତିହେବ । କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ । ଅନେକଙ୍କୁ ନେଇ ସାମୁହିକ ଗତିବିଧି ଦ୍ଵାରା ଆପଣ ସଫଳତା ହାସଲ କରିପାରିବେ । ଆର୍ଥିକ ସ୍ଥିତି ସୁଦୃଢ ରହିବ । କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତାରେ ସାହାଯ୍ୟ କରିବେ । ପାରିବାରିକ ଜୀବନରେ ସୁଖ ସମ୍ପଦ ପ୍ରାପ୍ତି ହେବ । ପ୍ରତିଯୋଗିତା ପରୀକ୍ଷା ଓ ମାଲିମୋକଦ୍ଦମାରେ ଶୁଭଫଳ ମିଳିବ । ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମିଥୁନ:-ଶତୃଙ୍କ ସହିତ ମୁକାବିଲା କରିପାରିବେ । ନିଜର ବ୍ୟବହାର ଓ ଜୀବନ ଶୈଳୀକୁ ମଧ୍ୟ ପରିବର୍ତ୍ତନ କରିବେ । ଚାକିରୀ ଓ କାର୍ଯ୍ୟ କ୍ଷେତ୍ରରେ ଆଗକୁ ବଢିପାରିବେ । ବ୍ୟାପାର ବା କାରବାରରେ ବହୁତ ଭଲ ଲାଭ ହେବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ଦୂର ହେବ । ପ୍ରତିସ୍ପର୍ଦ୍ଧା ଓ ପ୍ରତିଯୋଗିତାରେ ବିଜୟଶ୍ରୀ ହେବ । ଧୈର୍ଯ୍ୟ ଓ ସାହସ ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ମାନସିକତାରେ ପରିବର୍ତ୍ତନ ହେବ । କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ । ଘନିଷ୍ଠ ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ । ଯାତ୍ରା କରିବା ଦ୍ଵାରା ଭବିଷ୍ୟରେ ଧନ ଲାଭ ହେବାର ସମ୍ଭାବନା ଅଛି । ସାଂସାରିକ ଜୀବନରେ ସୁଖ ପ୍ରାପ୍ତି ହେବ । ମହତ୍ଵପୂର୍ଣ୍ଣ କାର୍ଯ୍ୟରେ ପରାକ୍ରମ ଓ ପରିଶ୍ରମଦ୍ଵାରା ଲାଭ ମିଳିବ । ବହୁତ ପରିଶ୍ରମ କରି ଅର୍ଥ ଲାଭ ହେବ, କିନ୍ତୁ ବ୍ୟୟ ମଧ୍ୟ କରିବେ । ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ ଯନ୍ତ୍ରଣା ଭୋଗିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ସିଂହ:-ପରିବାରରେ ଖୁସିର ବାତା ବରଣ ସ୍ଥାୟି ରହିବ । ନୂତନ ସମ୍ବନ୍ଧ ସୃଷ୍ଟିହେବ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ । ମାନସିକ ସୁସ୍ଥତା ଅନୁଭବ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସମ୍ମାନ ପାଇବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ । କର୍ମକ୍ଷେତ୍ରରେ ପଦୋନ୍ନତି ଓ ବନ୍ଧୁ ଲାଭହୋଇପାରେ । ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହୋଇପାରେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ସ୍ଵାସ୍ଥ୍ୟରେ ଉନ୍ନତି ଦେଖା ଦେଇପାରେ ବା ରକ୍ତଚାପ, ମଧୁମେହ, ଉଦରପୀଡା ରୋଗରୁ ଉପସମ ମିଳିବ । ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ହେତୁ ସାମାଜିକ ପତିଆରା ଅମଳିନ ରହିବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ । ଗୃହୋପକରଣ କ୍ରୟ କରିବା ପାଇଁ ମନ ବଳେଇ ପାରନ୍ତି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-କର୍ମ କ୍ଷେତ୍ରରେ ଶୁଭ ସୂଚନା ଶୁଣିବେ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ମାଲିମୋକଦ୍ଦମାରେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ କର୍ମଚାରୀଙ୍କର ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢି ପାରିବେ । ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ପ୍ରେମ ପ୍ରସଙ୍ଗ ରେ ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍ । ଗୁପ୍ତ ଶତ୍ରୁମାନେ ବାହାରକୁ ପ୍ରକାଶ ପାଇବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-କର୍ମକ୍ଷେତ୍ରରେ ଶୁଭ ସୂଚନା ପାଇବେ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ପାଇ ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ ଓ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ନୂତନ ଯୋଜନାକୁ କ୍ରିୟାନ୍ୱିତ କରି ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:-ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର କରି ପାରନ୍ତି । ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-ପରିବାର ସମ୍ବନ୍ଧିତ କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡି ପାରେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ଆୟବୃଦ୍ଧି ହୋଇ ଟଙ୍କାର ଆବଶ୍ୟକତା ପୂରଣ ହେବ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯାଇ ପାରେ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!