ଦୈନିକ ରାଶିଫଳ: 23 ନଭେମ୍ବର 2021, ମା’ ମଙ୍ଗଳାଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ନଭେମ୍ବର ମାସ ୨୩ ତାରିଖ, ମଙ୍ଗଳବାର, ବିଛା ମାସ୮ ଦିନ, ମାର୍ଗଶୀର ମାସ, କୃଷ୍ଣପକ୍ଷ, ଚତୁର୍ଥୀ ତିଥି, ଆର୍ଦ୍ରାନକ୍ଷତ୍ର ଦିବା ୧ଟା ୪୩ମିନିଟ୍ ଗତେ ପୁନର୍ବସୁ ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ସାଧ୍ୟଯୋଗ, ସକାଳ ୬ଟା ୪୪ମିନିଟ୍ ଗତେ ଶୁଭଯୋଗ । ବବକରଣ, ଦିବା ୧୧ଟା ୪୩ମିନିଟ୍ ଗତେ ବାଳବ କରଣ । ମକର ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ମୂଳା ନ ଖାଇଲେ ଭଲ । ଯୋଗିନୀ- ନୈଋତେ ରାତି ୧୨ଟା ୫୫ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ଚତୁର୍ଥୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୨୫ମିନିଟ୍ ରୁ ୮ଟା ୪୮ମିନିଟ୍, ଦିବା ୧୨ଟା ୫୫ମିନିଟ୍ ରୁ ଦିବା ୨ଟା ୧୭ମିନିଟ୍, ସନ୍ଧ୍ୟା ୬ଟା ୪୦ମିନିଟ୍ ରୁ ରାତ୍ରି ୮ଟା ୧୭ମିନିଟ୍ । ଶୁଭସମୟ- ସକାଳ ୬ଟା ୪ମିନିଟ୍ ରୁ ୬ଟା ୪୬ମିନିଟ୍, ସକାଳ ୮ଟା ୪୯ମିନିଟ୍ ରୁ ଦିବା ୧୧ଟା ୧୦ମିନିଟ୍, ସନ୍ଧ୍ୟା ୫ଟା ୩ମିନିଟ୍ ରୁ ୬ଟା ୩୯ମିନିଟ୍, ରାତ୍ର ୮ଟା ୧୮ମିନିଟ୍ ରୁ ରାତ୍ର ୮ଟା ୨୯ମିନିଟ୍, ରାତ୍ର ୯ଟା ୨୩ମିନିଟ୍ ରୁ ରାତ୍ର ୧୧ଟା ୫୮ମିନିଟ୍, ରାତ୍ର ୧ଟା ୪୪ମିନିଟ୍ ରୁ ରାତ୍ର ୩ଟା ୨୬ମିନିଟ୍, ରାତ୍ର ୪ଟା ୨୧ମିନିଟ୍ ରୁ ୬ଟା ୩ମିନିଟ୍ ।

ମେଷ:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ । ଜାଗା, ଜମି ଗୃହ ସମ୍ବନ୍ଧୀୟ କୌଣସି ମାମଲା, ସମାଧାନ ହୋଇଯିବ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ନୂଆ ସମ୍ପର୍କରେ ଉନ୍ନତି ହେବା ସହ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ପ୍ରେମିକ ପ୍ରେମିକାମାନେ ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ ପାରନ୍ତି । ବ୍ୟବସାୟ କ୍ଷେତ୍ରରେ କଥା ଓ ବ୍ୟବହାର ନିୟନ୍ତ୍ରଣ ନକଲେ ଲୋକ ସଂପର୍କରେ ବାଧା ଉପୁଯିବ । ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧିହେବ । ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତିର ସମାଧାନ ହେବ । ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇ ପାରିବ । ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆର ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ । ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ । ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-କାର୍ଯ୍ୟକ୍ଷେତ୍ରରେ ସୁଯୋଗ ପାଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି । ପିଲାମାନେ ପରୀକ୍ଷାରେ ସଫଳତା ଲାଭ କରିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କନ୍ୟା:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ପ୍ରେମପ୍ରସଙ୍ଗକୁ ସାମାଜିକ ମାନ୍ୟତା ମିଳିଯିବ । ପତିପତ୍ନୀଙ୍କ ମଧ୍ୟରେ କଳହ ସମାପ୍ତ ହୋଇ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି । ବ୍ୟବସାୟରେ କଠିନ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ । ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ । ବନ୍ଧୁଙ୍କ ଠାରୁ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ମିଳିବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେଇ ପାରେ । ଦାମ୍ପତ୍ୟ ସୁଖରେ ଆନନ୍ଦ ଦାଯକ ପରିସ୍ଥିତି ଦେଖାଦେଇ ପାରେ । ବାଣିଜ୍ୟ ବ୍ୟାପାର କାମପାଇଁ ବାହାରକୁ ଯିବାକୁ ପଡିପାରେ । ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବିଚ୍ଛା:-ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । ଲକ୍ଷ ପ୍ରାପ୍ତି ପାଇଁ ପୂର୍ଣ୍ଣ ରୂପରେ ସମର୍ପିତ ରହିବେ । ନିଜର କଷ୍ଟ ଓ ପରିଶ୍ରମର ଫଳ ବା ପୁରସ୍କାର ମିଳିବ । ଦୌଡ-ଧୂପରେ ସୁଖ ଅନୁଭବ କରିବେ । ଭାଇଙ୍କ ସହିତ ଲାଗିଥିବା ବିବାଦର ସମାଧାନ ହୋଇ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ଦେଖା ଦେବ । କିନ୍ତୁ ପାଖ ପଡ଼ୋଶୀ ମାନେ କଟୁବଚନ ଶୁଣେଇ ପାରନ୍ତି । ଅଯଥା ଭ୍ରମଣ କରିବା ଫଳରେ ଦେହ ଅସୁସ୍ଥି ରହିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ଧନୁ:- ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ଶୁଭ ସମାଚାର ପ୍ରାପ୍ତି ହେବ । କୌଣସି ବନ୍ଧୁଙ୍କ ସାହାଯ୍ୟରେ ବିଗିଡିଥିବା କାର୍ଯ୍ୟ ସୁଧାରୀ ପାରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ହେବ । ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ । ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ପରିବାରରେ ମାନ ମନାନ୍ତର ଦୂର ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ସମସ୍ତ ଚିନ୍ତା ଦୂର ହେବା ଫଳରେ ମାନସିକ ଶାନ୍ତି ପାଇବେ । ସାମାନ୍ୟ ପରିଶ୍ରମ କଲେ ଅଧିକ ଧନ ପ୍ରାପ୍ତି ହେବ । ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ । ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତା ପୂର୍ଣ୍ଣ ହେବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ପଡୋଶୀଙ୍କ ସହ ଝଗଡ଼ା ହେଲେ ମଧ୍ୟ ସାମଞ୍ଜସ୍ୟ ଓ ସମନ୍ଵୟ ଦ୍ଵାରା କାମ ହାସଲ କରିପାରିବେ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ । ବ୍ୟବସାୟରେ ବନ୍ଧୁମାନେ ବିଶ୍ୱାସ ଘାତକତା କରିପାରନ୍ତି । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ସନ୍ତାନର କାର୍ଯ୍ୟରେ ଉନ୍ନତି ଖବର ପାଇ ଖୁସି ହେବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଦୂରଯାତ୍ରାର ସୁଯୋଗ ପାଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!