ଦୈନିକ ରାଶିଫଳ: 24 ନଭେମ୍ବର 2021, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ନଭେମ୍ବର ମାସ ୨୪ ତାରିଖ, ବୁଧବାର, ବିଛା ମାସ ୯ ଦିନ, ମାର୍ଗଶୀର ମାସ, କୃଷ୍ଣପକ୍ଷ, ପଞ୍ଚମୀ ତିଥି, ପୁନର୍ବସୁ ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର ସକାଳ ୯ଟା ୪୯ମିନିଟ୍ ଗତେ କର୍କଟ ରାଶିରେ ଚନ୍ଦ୍ର । ଶୁଭ ଯୋଗ, ସକାଳ ୭ଟା ୨୯ମିନିଟ୍ ଗତେ ଶୁକ୍ଳ ଯୋଗ । କୌଳବ କରଣ, ଦିବା ୨ଟା ୩ମିନିଟ୍ ଗତେ ତୈତିଳ କରଣ । କର୍କଟ ରାଶିର ଘାତବାର । ସକାଳ ୯ଟା ୪୯ମିନିଟ୍ ପର୍ଯ୍ୟନ୍ତ କନ୍ୟା ରାଶିର ଘାତଚନ୍ଦ୍ର । ବେଲ, ପଣସ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ରାତି ୩ଟା ୪ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ପଞ୍ଚମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୮ଟା ୪୮ମିନିଟ୍ ରୁ ୧୦ଟା ୧୧ମିନିଟ୍, ଦିବା ୧୧ଟା ୩୩ମିନିଟ୍ ରୁ ଦିବା ୧୨ଟା ୫୫ମିନିଟ୍, ରାତ୍ରି ୨ଟା ୪୯ମିନିଟ୍ ରୁ ରାତ୍ରି ୪ଟା ୨୭ମିନିଟ୍ । ଶୁଭସମୟ- ସକାଳ ୬ଟା ୫ମିନିଟ୍ ରୁ ୮ଟା ୧୪ମିନିଟ୍, ଦିବା ୧୦ଟା ୨୮ମିନିଟ୍ ରୁ ୧୧ଟା ୩୨ମିନିଟ୍, ଦିବା ୧ଟା ୨୩ମିନିଟ୍ ରୁ ୩ଟା ୩୩ମିନିଟ୍, ସନ୍ଧ୍ୟା ୫ଟା ୫୫ମିନିଟ୍ ରୁ ୬ଟା ୪୫ମିନିଟ୍, ରାତ୍ର ୮ଟା ୩୧ମିନିଟ୍ ରୁ ରାତ୍ର ୨ଟା ୪୮ମିନିଟ୍, ରାତ୍ର ୪ଟା ୨୮ମିନିଟ୍ ରୁ ୬ଟା ୩ମିନିଟ୍ । ପର୍ବଦିନ- ସୀତା ବିବାହ ।

ମେଷ:-ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ପ୍ରେମ କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପୂର୍ବରୁ ଥିବା ପାରିବାରିକ ସମସ୍ୟା ସମାଧାନ ହେବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବୃଷ:-ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ । ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ । ମାନସିକ ଚିନ୍ତା ଦୂର ହେବ । ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ । ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ । କର୍ମକ୍ଷେତ୍ରରେ ଦାଇତ୍ଵ ବଢିବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ନୂତନ ବସ୍ତୁ କ୍ରୟ କରିପାରିବେ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କର୍କଟ:-ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ । ନିଜ ଲୋକମାନେ ହିଁ କାମରେ ଆସିବେ । ପାରିବାରିକ ଅଶାନ୍ତି ଦୂରେଇ ଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । କର୍ମଚାରୀ ମାନେ କର୍ମକ୍ଷେତ୍ରରେ ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ବାଧା ଆସିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଶରୀର ସୁସ୍ଥ ରହିବ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇପାରେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ । ବ୍ୟାପାର ଓ ବ୍ୟବସାୟରେ ଉନ୍ନତି ହେବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ । ରାଜନୀତି ମାମଲାରେ ସଫଳତା ମିଳିବ । ପାରିବାରିକ ମାମଲା ବହୁତ ସହଜ ସରଳହେବ । ସ୍ୱାସ୍ଥ୍ୟ ଭଲ ରହିବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ଅବିବାହିତ ଯୁବକ ଯୁବତୀ ମାନେ ବିବାହ କରିବାର ସୁଯୋଗ ପାଇବେ । କଠିନ ପରିଶ୍ରମ କରିବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟରେ ଆକସ୍ମିକ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ଦୂର ଯାତ୍ରା କରି କଷ୍ଟରୁ ଅତିକଷ୍ଟରେ କାର୍ଯ୍ୟ ହାସଲ କରିବାକୁ ଚେଷ୍ଟା କରିବେ । ଶତୃ ଓ ବିରୋଧୀମାନେ କିଛି କ୍ଷତି କରିପାରିବେ ନାହିଁ । ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ଧନୁ:-ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ନୂଆ କାମ କିଛି ଆରମ୍ଭ କରିଲେ ବିପଦରେ ପଡି ପାରନ୍ତି । ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମକର:- ଶାରିରୀକ ସୁସ୍ଥତା ସହ ମାନସିକ ସ୍ଥିରତା ଦେଖାଦେବ । ସରକାରୀ କାମରେ ସଫଳତା ମିଳିବ । ବିଦ୍ୟା କ୍ଷେତ୍ରରେ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ । ଶତୃମାନେ ଦୂରେଇ ଯିବେ । ଅଧିକ ରୋଜଗାରର ବାଟଦେଖା ଦେବ । ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ଜନସମ୍ପର୍କ ସୁଦୃଢ ହେବ । ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ରାଜନୀତିରେ ଉନ୍ନତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ବ୍ୟବସାୟ କ୍ଷେତ୍ରରେ ସଫଳତା, ଆର୍ଥିକ ଉନ୍ନତି, ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ରୋଜଗାର ସମସ୍ୟା ସୁଧୁରି ଯିବ । ପ୍ରତିଯୋଗୀତା ପରୀକ୍ଷା ମାଲିମୋକଦ୍ଦମାରେ ବିଜୟ ପ୍ରାପ୍ତ ହେବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ନୂତନ କର୍ମସଂସ୍ଥାନରେ ନିଯୁକ୍ତି ପାଇବାର ସୁଯୋଗ ରହିଛି । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ମୀନ:-ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ହସ ଖୁସିରେ ସମୟ ବିତିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!