ଦୈନିକ ରାଶିଫଳ: 25 ନଭେମ୍ବର 2021, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ରାଶିଙ୍କ ଘରକୁ ହେବ ଧନର ଆଗମନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ନଭେମ୍ବର ମାସ ୨୫ ତାରିଖ, ଗୁରୁବାର, ବିଛାମାସ ୧୦ ଦିନ, ମାର୍ଗଶୀରମାସ, କୃଷ୍ଣପକ୍ଷ, ଷଷ୍ଠୀତିଥି, ପୁଷ୍ୟାନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ଶୁକ୍ଳ ଯୋଗ, ସକାଳ ୭ଟା ୫୬ମିନିଟ୍ ଗତେ ବ୍ରହ୍ମଯୋଗ । ଗରକରଣ, ଦିବା ୩ଟା ୫୭ମିନିଟ୍ ଗତେ ବାଣିଜ୍ୟ କରଣ । ତୁଳା, କୁମ୍ଭ ରାଶିର ଘାତବାର । ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ରାତି ୪ଟା ୪୨ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଷଷ୍ଠୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ଦିବା ୨ଟା ୧୭ମିନିଟ୍ ରୁ ଦିବା ୩ଟା ୪୦ମିନିଟ୍, ଦିବା ୩ଟା ୪୦ମିନିଟ୍ ରୁ ୫ଟା ୨ମିନିଟ୍, ରାତ୍ରି ୧୧ଟା ୩୩ମିନିଟ୍ ରୁ ରାତ୍ରି ୧ଟା ୧୧ମିନିଟ୍ । ଶୁଭସମୟ- ସକାଳ ୬ଟା ୫ମିନିଟ୍ ରୁ ୭ଟା ୩୧ମିନିଟ୍, ସନ୍ଧ୍ୟା ୫ଟା ୫୫ମିନିଟ୍ ରୁ ରାତ୍ର ୯ଟା ୨୨ମିନିଟ୍, ରାତ୍ର ୧ଟା ୧୨ମିନିଟ୍ ରୁ ରାତ୍ର ୩ଟା ୨୭ମିନିଟ୍, ରାତ୍ର ୪ଟା ୨୨ମିନିଟ୍ ରୁ ୬ଟା ୪ମିନିଟ୍ । ପର୍ବଦିନ- ମାଣବସା ଗୁରୁବାର ପ୍ରଥମ ପାଳି ଆରମ୍ଭ ।

ମେଷ:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ । ଧନ ଲାଭ ହେବାରୁ ମନ ଖୁସି ରହିବ । ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନରେ ଶାନ୍ତି ପାଇବେ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବୃଷ:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ବନ୍ଧୁ, ମିତ୍ରଙ୍କର ସାହାଯ୍ୟ ସହଯୋଗ ପାଇ ପୁରୁଣାପ୍ରାପ୍ୟ ଆଦାୟ ହୋଇ ପାରିବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ଅବିବାହିତ ଯୁବକ ଓ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ । ବ୍ୟବସାୟରେ ଲାଭବାନ୍ ହେବେ । କର୍ମ ନିଯୁକ୍ତିରେ ସଫଳ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ:-ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ । ମାନସିକ ଚିନ୍ତା ଦୂର ହେବ । ଗୃହରେ ମାଙ୍ଗଳିକ ଓ ଶୁଭକାର୍ଯ୍ୟର ଆୟୋଜନ କରିପାରିବେ । କର୍ମକ୍ଷେତ୍ରରେ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:-ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣରେ ସହଜ ହେବ । ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଉଚିତ୍ ପନ୍ଥା ଗ୍ରହଣ କରି ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।

କନ୍ୟା:-ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ । ରାଜକୀୟ ମାମଲାରେ ସଫଳତା ମିଳିବ । ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ । ଭାଇ ଭଉଣୀଙ୍କ ସହ ମନୋମାଳିନ୍ୟ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖାଦେବ । କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସଂଘର୍ଷ ଦ୍ଵାରା ସଫଳତା ମିଳିବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ମେଣ୍ଟିଯିବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ଏମିତି କାର୍ଯ୍ୟ ଆଜି କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ । ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ସନ୍ତାନଙ୍କ ଚିନ୍ତାରେ ମାନସିକ ଶାନ୍ତି ପାଇବେ । କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ । ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ । ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ନିଜ ଲୋକ ମନମୋଟିଆ ହେବେ । ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଖୁସି ହେବେ । ସୁଖ ଶାନ୍ତିରେ ଦିନଟି କଟାଇବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଦିଗ ଭ୍ରଷ୍ଟର ଶିକାର ନ ହେଲେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ରାଜନୀତି କ୍ଷେତ୍ରରେ ଅସାଧାରଣ ସ୍ଥିତି ଅତୁଟ ରହିବ । ଭଲ କାମ କରି ସୁଖରେ ଦିନଟି ବିତାଇବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!