ଦୈନିକ ରାଶିଫଳ: 27 ନଭେମ୍ବର 2021, ଶନିଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ନଭେମ୍ବରମାସ ୨୭ ତାରିଖ, ଶନିବାର, ବିଛାମାସ ୧୨ ଦିନ, ମାର୍ଗଶୀରମାସ, କୃଷ୍ଣପକ୍ଷ, ଅଷ୍ଟମୀତିଥି, ମଘାନକ୍ଷତ୍ର, ସିଂହରାଶିରେ ଚନ୍ଦ୍ର । ଇନ୍ଦ୍ରଯୋଗ, ସକାଳ ୭ଟା ୩୫ମିନିଟ୍ ଗତେ ବୈଧୃତିଯୋଗ । ବାଳବ କରଣ, ସନ୍ଧ୍ୟା ୫ଟା ୫୭ମିନିଟ୍ ଗତେ କୌଳବ କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ନଡିଆ, ଆମିଷ ନ ଖାଇଲେ ଭଲ । ଯୋଗିନୀ- ଐଶାନ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଅଷ୍ଟମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ପ୍ରାତଃ ୬ଟା ୬ମିନିଟ୍ ରୁ ୭ଟା ୨୮ମିନିଟ୍, ଦିବା ୧୨ଟା ୫୬ମିନିଟ୍ ରୁ ୨ଟା ୧୮ମିନିଟ୍, ଦିବା ୩ଟା ୪୦ମିନିଟ୍ ରୁ ୫ଟା ୨ମିନିଟ୍, ସନ୍ଧ୍ୟା ୫ଟା ୨ମିନିଟ୍ ରୁ ୬ଟା ୪୦ମିନିଟ୍, ରାତ୍ରି ୪ଟା ୨୮ମିନିଟ୍ ରୁ ୬ଟା ୬ମିନିଟ୍ । ଶୁଭସମୟ- ସକାଳ ୭ଟା ୩୪ମିନିଟ୍ ରୁ ସକାଳ ୮ଟା ୪୯ମିନିଟ୍, ଦିବା ୧୧ଟା ୫୭ମିନିଟ୍ ରୁ ୧୨ଟା ୫୫ମିନିଟ୍, ଦିବା ୨ଟା ୧୯ମିନିଟ୍ ରୁ ୨ଟା ୪୯ମିନିଟ୍, ଦିବା ୩ଟା ୩୫ମିନିଟ୍ ରୁ ୩ଟା ୩୯ମିନିଟ୍, ରାତ୍ର ୨ଟା ୩୮ମିନିଟ୍ ରୁ ରାତ୍ର ୩ଟା ୨୮ମିନିଟ୍ । ପର୍ବଦିନ- ପ୍ରଥମାଷ୍ଟମୀ, ପୋରୁହାଁ ଅଷ୍ଟମୀ, ଶ୍ରୀଲୀଙ୍ଗରାଜଦେବଙ୍କ ଯାତ୍ରା, ମହାକାଳଭୈରବାଷ୍ଟମୀ, କାଳଭୈରବ ଜୟନ୍ତୀ ।

ମେଷ:-ସୁଖ, ସମ୍ପତ୍ତି ଲାଭ ଓ ମିଷ୍ଠାନ୍ନ ଭୋଜନ ପ୍ରାପ୍ତି ହେବ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ବିଦ୍ୟା କ୍ଷେତ୍ରରେ ବୀଜୟ ପ୍ରାପ୍ତ ହେବ । କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଆୟ ବ୍ୟୟରେ ତାଳମେଳ ରହିବ ନାହିଁ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବୃଷ:-ସାମାଜିକ ପତିଆରା ଅମଳିନ ରହିବ । ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସ୍ୱାସ୍ଥ୍ୟରେ ଉନ୍ନତୀ ଘଟିବ । ଶତ୍ରୁବାଧା ଦୂରେଇ ଯିବ, ଆୟରସ୍ରୋତ ବୃଦ୍ଧିହେବ, ଋଣରୁ ମୁକ୍ତି ମିଳିବ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ଦୂରଯାତ୍ରାର ସୁଯୋଗ ପାଇବେ । ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତଶୁଭ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦ ଅନୁଭବ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଆଶା ମୁତାବକ ଫଳ ପାଇବେ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ ଓ ଶାନ୍ତିଶୃଙ୍ଖଳା ଦେଖାଦେବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଆୟ ଉପାର୍ଜନ ବୃଦ୍ଧି ହେବ । ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ପୈତୃକସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ ମେଣ୍ଟିଯିବ । ଆର୍ଥିକଦିଗରୁ ସୁବିଧାହେଲେ ମଧ୍ୟ ମନରେ ଅଶାନ୍ତି ଅସନ୍ତୋଷ ସାମାନ୍ୟ ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ସାହାଯ୍ୟ ସହଯୋଗ ପାଇ କାର୍ଯ୍ୟର ପ୍ରଗତିପାଇଁ ସମସ୍ତପ୍ରକାର ପ୍ରୟାସ କରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ବନ୍ଧୁ, ମିତ୍ର ସହକର୍ମୀ ଓ ଭାଗୀଦାରୀଙ୍କ ପାଇଁ ବିଶେଷ ଲାଭ ପାଇବେ । ଧର୍ମକାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ । ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ଶତୃମାନେ ଦୂରେଇଯିବେ । ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ । ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳ ହେବେ । କର୍ତ୍ତବ୍ୟନିଷ୍ଠା ପରାୟଣ ହେବେ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇ ପାରେ । ଅନ୍ୟର ଉପକାରକରି ପ୍ରଶଂସିତ ହେବେ । କିନ୍ତୁ ଆର୍ଥିକ ଅନାଟନ ଦେଖା ଦେଇ ପାରେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀ ଅସନ୍ତୋଷ ପ୍ରକାଶ କରି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ । ବିଦେଶ ଯାତ୍ରାରେ ଲାଭବାନ ହେବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ ମଧ୍ୟ କରିପାରିବେ । ଗୃହବାହନ ପ୍ରାପ୍ତି ପରିଜନ ଓ ସାଧୁଜନପ୍ରିୟ ହେବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ । ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ନୂତନ କର୍ମ ନିଯୁକ୍ତି ପାଇବେ ଓ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ । ଅନେକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ । ପାରିବାରିକ କ୍ଷେତ୍ରରେ ସୁଖଶାନ୍ତି ବିରାଜମାନ କରିବ । ଛାତ୍ରଛାତ୍ରୀମାନେ ବିଦ୍ୟାରେ ମନଯୋଗ ଦେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ । ଗୃହ ସମସ୍ୟାରେ ଧନ୍ଦି ହୋଇଯିବେ । ନିଜ ଲୋକମାନେ ହିଁ କାମରେ ଆସିବେ । କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ । ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ଅଶାନ୍ତିର ଝଡ ଶାନ୍ତ ହେବ । ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମକର:-ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ପରିବାରରେ ମାନ ମନାନ୍ତର ଦୂର ହେବ । ରାଜନୀତି କ୍ଷେତ୍ରରେ ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ । ଛାତ୍ର-ଛାତ୍ରୀମାନେ ସାକ୍ଷାତକାର ପାଇଁ ଦୂରଯାତ୍ରା କରି ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:- ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ । ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ ଓ ଉଚ୍ଚଆଶା ସଫଳ ହେବ । ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧିଘଟିବ ଓ ଲାଭବାନ ହେବେ । ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ମୀନ:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀ ମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ କରି ପ୍ରଶଂସିତ ହେବେ । ଉଚ୍ଚ ଶିକ୍ଷା ଲାଭ ପାଇଁ ଓ ସାକ୍ଷାତକାର ପାଇଁ ଦୂରଯାତ୍ରା କରିବେ । ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ । ବ୍ୟବସାୟ କ୍ଷେତ୍ରରେ ଆର୍ଥିକ ଉନ୍ନତି ହେବା ସହ ଶତୃ ପରାଜିତ ହେବେ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସମ୍ବନ୍ଧ ସ୍ଥିରହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!