୨୦୨୧ ମସିହା, ନଭେମ୍ବର ମାସ ୨୮ ତାରିଖ, ରବିବାର, ବିଛାମାସ ୧୩ ଦିନ, ମାର୍ଗଶୀରମାସ, କୃଷ୍ଣପକ୍ଷ, ନବମୀତିଥି, ପୂର୍ବାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । ବୈଧୃତି ଯୋଗ, ସକାଳ ୬ଟା ୩୬ମିନିଟ୍ ଗତେ ବିଷ୍କୁମ୍ଭ ଯୋଗ । ତୈତିଳ କରଣ, ସନ୍ଧ୍ୟା ୫ଟା ୫୧ମିନିଟ୍ ଗତେ ଗର କରଣ । ମେଷ ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ଲାଉ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ପ୍ରାତଃ ୫ଟା ୩୦ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ନବମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।
ଅଶୁଭସମୟ- ଦିବା ୧୦ଟା ୧୨ମିନିଟ୍ ରୁ ଦିବା ୧୧ଟା ୩୪ମିନିଟ୍, ଦିବା ୧୧ଟା ୩୪ମିନିଟ୍ ରୁ ୧୨ଟା ୫୬ମିନିଟ୍, ରାତ୍ରି ୧ଟା ୧୨ମିନିଟ୍ ରୁ ରାତ୍ରି ୨ଟା ୫୧ମିନିଟ୍ । ଶୁଭସମୟ- ସକାଳ ୬ଟା ୫୧ମିନିଟ୍ ରୁ ୯ଟା, ଦିବା ୧୨ଟା ୫୭ମିନିଟ୍ ରୁ ୨ଟା ୫୦ମିନିଟ୍, ଦିବା ୩ଟା ୩୫ମିନିଟ୍ ରୁ ୩ଟା ୩୯ମିନିଟ୍, ରାତ୍ର ୭ଟା ୪୦ମିନିଟ୍ ରୁ ରାତ୍ର ୯ଟା ୨୨ମିନିଟ୍, ରାତ୍ର ୧୨ଟା ୨ମିନିଟ୍ ରୁ ୧ଟା ୧୧ମିନିଟ୍, ରାତ୍ର ୨ଟା ୫୨ମିନିଟ୍ ରୁ ୬ଟା ୬ମିନିଟ୍ । ପର୍ବଦିନ- କାଞ୍ଜିଅଁଳାନବମୀ ।
ମେଷ:-ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:-ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା, ବିବେକ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ଛାତ୍ର ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ପାରିବାରିକ ମାମଲା ବହୁତ ଆନନ୍ଦ ଦାୟକ ରହିବ । ମାନସିକ ଶାନ୍ତି ମିଳିବ । ଶତୃମାନେ ଦୂରେଇ ଯିବେ । ପ୍ରେମପ୍ରସଙ୍ଗରେ ସଫଳତା ମିଳିବ । ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ । ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ମିଥୁନ:-ସ୍ୱାସ୍ଥ୍ୟ ଭଲ ରହିବ । ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ପଡିରହି୍ଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ । ନୂତନ କର୍ମନିଯୁକ୍ତି, ନୂତନ ବ୍ୟବସାୟରମ୍ଭ, ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଯୋଗା ଯୋଗ କରିବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ରାଜନୀତି କ୍ଷେତ୍ରରେ କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କର୍କଟ:-ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ଛାତ୍ରଛାତ୍ରୀ ମାନଙ୍କର ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପାରିବାରିକ ଅଶାନ୍ତି ଦୂରେଇ ଯାଇ ଆଗାମୀ ଯୋଜନା ପାଇଁ ପ୍ରସ୍ତୁତ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ସିଂହ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ପରିବାର ସଦସ୍ୟଙ୍କର ଆଦରଣୀୟ ହୋଇ ସୁଖଭୋଗ କରିବେ । ବ୍ୟବସାୟୀ ମାନଙ୍କର ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା ସହଜରେ ହସ୍ତଗତ ହେବ । ଖେଳରେ ଉନ୍ନତି ହେବ । କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।
କନ୍ୟା:-ଶାରୀରିକ କଷ୍ଟ ଦୂର ହେବ । ବାଦବିବାଦ, ଖେଳକୁଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ଯଶ ପ୍ରତିଷ୍ଠା ମିଳିବ । ସଂମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ । ଅଟକି ଥିବା କାର୍ଯ୍ୟ ପୂରଣ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ତୁଳା:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ଦୂର ସ୍ଥାନକୁ ଯାତ୍ରା ଯୋଗ ଅଛି । ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ବକେୟା ଅର୍ଥ କିଛି ପ୍ରାପ୍ତି ହେବା ଫଳରେ ବ୍ୟବସାୟରେ ଉନ୍ନତି ହେବା ସହ ଆର୍ଥିକ ସ୍ଥିତି ସୁଧୁରିଯିବ । ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ବିଚ୍ଛା:-ସମସ୍ତ କ୍ଷେତ୍ରରେ ଖୁସି ମିଳିବ । ସହପାଠୀ ମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ଜୀବନସାଥୀଙ୍କ ସହଯୋଗରେ ଆଶାତୀତ ଲାଭ ପାଇବେ । ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ବହୁତ ଦିନରୁ ଚିନ୍ତା କରୁଥିବା କାର୍ଯ୍ୟ ଆଜି ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ନୂତନ କର୍ମଆଶାୟୀ ଯୁବକ ଯୁବତୀ ମାନଙ୍କର ଆଶା ପୂରଣ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ଧନୁ:-ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । କାମ କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ । ପାରିବାରିକ ଜୀବନରେ ଶାନ୍ତି ଆସିବ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ମକର:-ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ । ମାଙ୍ଗଳିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବାକୁ ପଡିବା ଫଳରେ କଷ୍ଟ ସ୍ଵୀକାର କରିବେ । ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ । ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ । ମନରେଥିବା କାମନା ପୂର୍ଣ୍ଣ ହେବ । ବ୍ୟବସାୟରେ ବାଦବିବାଦ, ଝଗଡାଝାଣ୍ଟି ମୁଣ୍ଡ ଟେକିବ । ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କୁମ୍ଭ:-ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷଜନକ ହେବ । ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।
ମୀନ:-ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ଛାତ୍ର ଛାତ୍ରୀମାନେ ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
Jyotirbid Dr. Pramod Satapathy
Jantra Jyotisha, Cuttack
For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674