ଦୈନିକ ରାଶିଫଳ: 30 ନଭେମ୍ବର 2021, ମା’ ମଙ୍ଗଳାଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ନଭେମ୍ବରମାସ ୩୦ ତାରିଖ, ମଙ୍ଗଳବାର, ବିଛାମାସ ୧୫ ଦିନ, ମାର୍ଗଶୀରମାସ, କୃଷ୍ଣପକ୍ଷ, ଏକାଦଶୀ ତିଥି, ହସ୍ତାନକ୍ଷତ୍ର, କନ୍ୟାରାଶିରେ ଚନ୍ଦ୍ର । ଆୟୁଷ୍ମାନଯୋଗ । ବବକରଣ, ଦିବା ୩ଟା ୩୫ମିନିଟ୍ ଗତେ ବାଳବ କରଣ । ମକର ରାଶିର ଘାତବାର । ବୃଷରାଶିର ଘାତଚନ୍ଦ୍ର । ଶିମ୍ବ, ଆମିଷ ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ରାତି ୨ଟା ୩୦ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଏକାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ସକାଳ ୭ଟା ୩୬ମିନିଟ୍ ରୁ ୮ଟା ୫୭ମିନିଟ୍, ଦିବା ୧ଟା ୨ମିନିଟ୍ ରୁ ଦିବା ୨ଟା ୨୨ମିନିଟ୍, ସନ୍ଧ୍ୟା ୬ଟା ୪୪ମିନିଟ୍ ରୁ ରାତ୍ରି ୮ଟା ୨୩ମିନିଟ୍ । ଶୁଭସମୟ- ପ୍ରାତଃ ଠାରୁ ୬ଟା ୫୮ମିନିଟ୍, ସକାଳ ୭ଟା ୪୦ମିନିଟ୍ ରୁ ଦିବା ୧୧ଟା ୧୬ମିନିଟ୍, ରାତ୍ର ୭ଟା ୪୩ମିନିଟ୍ ରୁ ରାତ୍ର ୮ଟା ୩୩ମିନିଟ୍, ରାତ୍ର ୯ଟା ୨୭ମିନିଟ୍ ରୁ ରାତ୍ର ୧୨ଟା ୨ମିନିଟ୍, ରାତ୍ର ୧ଟା ୪୯ମିନିଟ୍ ରୁ ରାତ୍ର ୩ଟା ୩୨ମିନିଟ୍, ପ୍ରାତଃ ୫ଟା ୧୯ମିନିଟ୍ ରୁ ୬ଟା ୧୦ମିନିଟ୍ । ପର୍ବଦିନ- ରାମାନୁଜ ଭିନ୍ନ ସର୍ବସମ୍ମତ ଉତ୍ପନା ଏକାଦଶୀ ।

ମେଷ:-ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ । ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ ଓ ଆର୍ଥିକ ମାମଲା ସୁଧୁରିବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ବୃଷ:-ପ୍ରିୟ ଲୋକମାନଙ୍କ ସହିତ ସମ୍ବନ୍ଧ ଓ ସମ୍ପର୍କ ସ୍ଥାପନ ହେବ । ଅଧିକ ପରିଶ୍ରମ କରି ଅର୍ଥ ଲାଭ ହେବ ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ । ଶତୃ ଓ ବିରୋଧୀଙ୍କ ଠାରୁ ନିଜର ବୁଦ୍ଧିମତା କାରଣରୁ କାମ ହାସିଲ କରିପାରିବେ । ଅଫିସର, ସହକର୍ମୀ ଓ ମିତ୍ରମାନେ କାମର ପ୍ରଶଂସା କରିବେ । ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବ । ପରିଶ୍ରମ ଓ କଷ୍ଟକରି ଶାନ୍ତିବଜାୟ ରଖିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ନିଜର ରଚନାତ୍ମକତା ଚରମ ହେବ ତଥା ଲୋକଙ୍କୁ ନିଜର କରିପାରିବେ । କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରି ପାରିବେ । ଗୃହପୋକରଣ ନୂତନ ବସ୍ତୁ କ୍ରୟ କରିପାରିବେ । ଯାତ୍ରା କରିବା ସମୟରେ କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ । ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ । କାହାକୁ ଦେଇଥିବା ଉଧାର ଟଙ୍କା ମିଳିଯିବ । ପ୍ରଚୁର ଅର୍ଥ ଲାଭ ହେବ ଓ ପରିସ୍ଥିତି ବଦଳିଯିବ । ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କର୍କଟ:-ପାରିବାରିକ ଜୀବନରେ ସୁଧାର ହେବ । କୋର୍ଟ-କଚେରୀ ମାମଲା ସମାଧାନ ହୋଇଯିବ । କୌଣସିଠାରୁ ଶୁଭ ସମାଚାର ପ୍ରାପ୍ତ ହେବ । କୌଣସି ନୂଆ ଯୋଜନା ଆରମ୍ଭ କରିପାରିବେ । ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ । ଚାକିରୀ କ୍ଷେତ୍ରରେ ମଧ୍ୟ ସୁଧାର ଆସିବ । ବିଗିଡି ଯାଇଥିବା କାର୍ଯ୍ୟ ବା ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ବିଦ୍ୟାର୍ଥୀଙ୍କୁ ସଫଳତା ମିଳିବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ ଓ ସମ୍ବନ୍ଧରେ ମଧୁରତା ଆସିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ମାନସିକ ଶାନ୍ତି ଅନୁଭବ କରିବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଧର୍ମାନ୍ଧତାରୁ ଦୂରେଇ ରହି, ଅଧ୍ୟାତ୍ମିକତାର ପ୍ରଦର୍ଶନ କରିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପରିବାରରେ ଆଦର୍ଶବାଦୀର ମାନ୍ୟତା ପାଇ ସାମାଜିକ ସ୍ତରରେ ପ୍ରଶଂସିତ ହେବା ସହ ପ୍ରେମ କ୍ଷେତ୍ରରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂରହେବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ତୁଳା:-ସରକାରୀ କାମରେ ସଫଳତା ମିଳିବ । ବନ୍ଧୁଙ୍କ ଆଗମନ ହେବା ଫଳରେ ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । କର୍ମକ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ । ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:-ସାଂସାରିକ ଜୀବନରେ ମହତ୍ଵପୂର୍ଣ୍ଣ କାର୍ଯ୍ୟରେ ପରାକ୍ରମ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ସମ୍ମାନ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ୍ଣ ଦୂର ହେବ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ନୂତନ କାର୍ଯ୍ୟଆରମ୍ଭ କରି ପାରିବେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ରାଜନୈତିକ କ୍ଷେତ୍ରରେ ଉଚ୍ଚପ୍ରଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ଧନୁ:-ଶତୃମାନେ ଦୂରେଇ ଯିବେ, ସ୍ୱାସ୍ଥ୍ୟ ଭଲ ରହିବା ସହ ଉନ୍ନତିର ମାର୍ଗ ପ୍ରଶସ୍ତ ହେବ । ଉଚ୍ଚଅଧିକାରୀଙ୍କଠାରୁ ସହଯୋଗ ମିଳିବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମକର:-ସମସ୍ତ କାର୍ଯ୍ୟର ସମସ୍ୟା ସମାଧାନ ହୋଇଯିବ । କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରେମ-ପ୍ରସଙ୍ଗରେ ଭୁଲ୍ ବୁଝାମଣାର ନିରାକରଣ ହେବ । ରାଜନୀତିରେ ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ଅତ୍ୟନ୍ତ ଆବଶ୍ୟକ ଅଟେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ । କୌଣସି ମିତ୍ରଙ୍କୁ ସହାୟତା ପାଇଁ ହାତ ବଢେଇବେ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବା ସହ ପାରିବାରିକ ସୁଖଶାନ୍ତି ମିଳିବ । ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ । କୌଣସି ବରିଷ୍ଠ ରାଜନେତାଙ୍କ ସାହାଯ୍ୟ ପାଇ ଶତୃଙ୍କ ସହିତ ମୁକାବିଲା କରିପାରିବେ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । କଥାବାର୍ତ୍ତା ଓ ନିଜର କ୍ରୋଧକୁ ନିୟନ୍ତ୍ରଣ କରିବା ଉଚ୍ଚିତ୍ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବା ଫଳରେ ଯଶ କୀର୍ତ୍ତି ସୁଖ ସମୃଦ୍ଧି ବୃଦ୍ଧି ହେବ । ରାଜନୀତି ମାମଲାରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ସଫଳତା ମିଳିବ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । କୌଣସି ଶୁଭ ସମାଚାର ଶୁଣି ହସ-ଖୁସିରେ ସମୟ ବ୍ୟତୀତ ହେବ । ବନ୍ଧୁଙ୍କ ଆର୍ଥିକ ସହାୟତାରେ ଖୁସିହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!