November 2022, ମାସିକ ରାଶିଫଳ, କଣ ରହିବ 12ଟି ରାଶିର ଶୁଭାଶୁଭଫଳ, କଣ କରିବେ ଅଶୁଭ ଗ୍ରହଙ୍କ ପାଇଁ ପ୍ରତିକାର? ଦେଖନ୍ତୁ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଯେଉଁ ମାନଙ୍କର ଯେ କୌଣସି ମାସର ୯, ୧୮ ଓ ୨୭ ତାରିଖରେ କିମ୍ବା ନବମୀ ତିଥିରେ ଜନ୍ମ ହୋଇଥିବ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ମେଷରାଶି ହେବ । ମେଷରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ବିଚାର ବିଭାଗର ରାୟ ଆପଣଙ୍କ ସପକ୍ଷରେ ଯିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ସହ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ ଓ ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ । ପ୍ରତ୍ୟେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ଼ ରହିବା ଫଳରେ କୌଣସି ଅସୁବିଧା ହେବନାହିଁ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ । ଦୂରବନ୍ଧୁ ଖୁବ୍ ସାହାଯ୍ୟ କରିବେ । ପ୍ରତିକାର- ସର୍ବଦାମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଯେଉଁ ମାନଙ୍କର ଯେ କୌଣସି ମାସର ୬, ୧୫ ଓ ୨୪ ତାରିଖରେ କିମ୍ବା ଷଷ୍ଠୀ ବା ପୂର୍ଣ୍ଣିମା ଓ ଅମାବାସ୍ୟାତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ବୃଷରାଶି ହେବ । ବୃଷରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ । ଅନେକ ଦିଗରୁ ଖୁସି ମିଳିବ । ସାମ୍ବାଦିକ ମାନେ ପ୍ରଶଂସିତ ହେବେ । କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବେ । ପ୍ରେମପ୍ରସଙ୍ଗରେ ସୁଖଦ ପରିଣାମ ଅବଶ୍ୟ ଆସିବ । ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ । ବିଦ୍ୟାର୍ଥୀ ମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ସାମାଜିକ କାମରେ ପ୍ରଶଂସା ମିଳିବ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ବ୍ୟବସାୟ କ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ମିଥୁନ:-ଯେଉଁ ମାନଙ୍କର ଯେ କୌଣସି ମାସର ୪ , ୧୩, ୨୨ ଓ ୩୧ ତାରିଖରେ କିମ୍ବା ଚତୁର୍ଥୀ ବା ତ୍ରୟୋଦଶୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ମିଥୁନରାଶି ହେବ । ମିଥୁନରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ । କାରବାରରେ ଉତ୍ଥାନ ହେବା ଫଳରେ ବ୍ୟବସାୟର ପରିବର୍ଦ୍ଧନ କରିବାର ଇଚ୍ଛା ଜାଗ୍ରତ ହେବ । ଅତି ନିକଟତର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟିହେବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ । ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ । ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍ । ପ୍ରତିକାର- ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ ।

କର୍କଟ:-ଯେଉଁ ମାନଙ୍କର ଯେ କୌଣସି ମାସର ୨, ୧୧, ୨୦ ଓ ୨୯ ତାରିଖରେ କିମ୍ବା ଦ୍ଵିତୀୟା ବା ଏକାଦଶୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ କର୍କଟରାଶି ହେବ । କର୍କଟରାଶି ଜାତ ମହିଳା ଓ ପୁରୁଷ ମାନେ କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । ବ୍ୟବସାୟରେ ବିରୋଧୀ ମାନଙ୍କୁ ପରାସ୍ତ କରି ବିଜୟୀ ହେବା ସହ ବକେୟା ଅର୍ଥ ପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ଥିତି ସୁଧୁରି ଯିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପରିବାରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ । ପ୍ରତିଯୋଗିତାମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ଛାତ୍ରଛାତ୍ରୀମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ସିଂହ:-ଯେଉଁ ମାନଙ୍କର ଯେ କୌଣସି ମାସର ୧, ୧୦, ୧୯ ଓ ୨୮ ତାରିଖରେ କିମ୍ବା ପ୍ରତିପଦ ବା ଦଶମୀତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ସିଂହରାଶି ହେବ । ସିଂହରାଶି ଜାତ ମହିଳା ଓ ପୁରୁଷ ମାନଙ୍କର କମିଶନ ସମ୍ବନ୍ଧିତ କାର୍ଯ୍ୟରେ ପ୍ରଚୁର ଲାଭ ମିଳିବ । ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ । ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ । ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରିବେ । କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ମୂଲ୍ୟବାନ ବା ସୌଖୀନ ପଦାର୍ଥ ସଂଗ୍ରହ ତଥା ନିର୍ମାଣ କ୍ଷେତ୍ରରେ ଅଗ୍ରଗତି ନିମନ୍ତେ ସମର୍ଥ ହୋଇ ପାରିବେ । କୌଣସି ବ୍ୟାଙ୍କରୁ ମଧ୍ୟ ଋଣ ପାଇବା ଯୋଗ ଅଛି । ସ୍ଵାଭିମାନକୁ ବଜାୟ ରଖି କର୍ମୋନ୍ନତି ଭାଗ୍ୟୋନ୍ନତି କରି ପାରିବେ । ଅଚାନକ ଭାବରେ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ । ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-ଯେଉଁ ମାନଙ୍କର ଯେ କୌଣସି ମାସର ୫, ୧୪ ଓ ୨୩ ତାରିଖରେ କିମ୍ବା ପଞ୍ଚମୀ ବା ଚତୁର୍ଦ୍ଦଶୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ କନ୍ୟାରାଶି ହେବ । କନ୍ୟାରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ପ୍ରତେକ କ୍ଷେତ୍ରରେ ମାନସିକ ସ୍ଥିତି ସୁଦୃଢ ରହିବ । ସମସ୍ୟାର ସମାଧାନ ହୋଇ ସାଧାରଣ ଦିନଚର୍ଯ୍ୟାରେ ଅତୁଟ ରହିବ । ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ । ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର । ତୀର୍ଥାଟନ ଯୋଗ ଥିବାରୁ ଯାତ୍ରା କରି ଆନନ୍ଦିତ ହେବେ । ଖାଦ୍ୟପେୟରେ ନୀତିନିୟମ ରକ୍ଷା କରିବା ସହିତ ମନକୁ ଶାନ୍ତ ରଖି ପାରିଲେ ସ୍ୱାସ୍ଥ୍ୟ ଠିକ୍ ରହିବ । ବୁଦ୍ଧିମତା କାରଣରୁ ଅନ୍ୟମାନଙ୍କ କାନ୍ଧରେ ବନ୍ଧୁକରଖି ଖେଳ ଖେଳିବେ ଏବଂ ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ । କୌଣସିକାର୍ଯ୍ୟ କରିବା ପୂର୍ବରୁ ବୁଝିବିଚାରି ନିର୍ଣ୍ଣୟ ନେବା ଆବଶ୍ୟକ । ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ବ୍ୟବସାୟୀ ଲାଭାନ୍ଵିତ ହେବେ । ପ୍ରତିକାର- ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-ଯେଉଁ ମାନଙ୍କର ଯେ କୌଣସି ମାସର ୬, ୧୫ ଓ ୨୪ ତାରିଖରେ କିମ୍ବା ଷଷ୍ଠୀ ବା ପୂର୍ଣ୍ଣିମା ଓ ଅମାବାସ୍ୟାତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ତୁଳାରାଶି ହେବ । ତୁଳାରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ରାଜନୀତିରେ ଲୋକସମର୍ଥନ ପ୍ରଚୁର ମିଳିବା ଫଳରେ ପ୍ରଶଂସିତ ହେବେ ଓ କାହାରି ପାଖରେ ମୁଣ୍ଡ ନଇଁବ ନାହିଁ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ ଓ ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଜୀବନ ସାଥିଙ୍କ ସହ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବା ସହ ଦାମ୍ପତ୍ୟ ଜୀବନ ସୁଖମୟ ହେବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ । ଆର୍ଥିକ ଉନ୍ନତି ଯୋଗୁଁ ଗୃହର ବାତାବରଣ ଶାନ୍ତ ରହିବ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ । ରାଜନୀତିରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରି ନୂତନ ଯୋଜନା ପ୍ରସ୍ତୁତ କରି ପାରିବେ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ନତୁବା ଯାତ୍ରା କରି ନିଜକୁ ଅସୁସ୍ଥ ମନେ କରିବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ବିଚ୍ଛା:-ଯେଉଁ ମାନଙ୍କର ଯେ କୌଣସି ମାସର ୯, ୧୮ ଓ ୨୭ ତାରିଖରେ କିମ୍ବା ନବମୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ବିଛାରାଶି ହେବ । ବିଛାରାଶି ଜାତ ମହିଳା ଓ ପୁରୁଷ ମାନେ ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରି ପାରିବେ । ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ । ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ । ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଆୟ ଉପାର୍ଜନର ବୃଦ୍ଧି ହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । କୃଷିଜୀବୀମାନେ ନୂତନ ଯୋଜନା ପ୍ରସ୍ତୁତ କରିବା ସହ ସୁ ସମ୍ବାଦ ପାଇ ଖୁସିହେବେ । କର୍ମକ୍ଷେତ୍ରରେ ପଦୋନ୍ନତି ସହ ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ଧନୁ:-ଯେଉଁ ମାନଙ୍କର ଯେ କୌଣସି ମାସର ୭, ୧୬ ଓ ୨୫ ତାରିଖରେ କିମ୍ବା ସପ୍ତମୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ଧନୁରାଶି ହେବ । ଧନୁରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଦୂରଯାତ୍ରାର ସୁଯୋଗ ପାଇବେ । ଆୟ ଉପାର୍ଜନର ବୃଦ୍ଧି ହେବ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ସମସ୍ତ କାର୍ଯ୍ୟରେ ସଫଳତା ପାଇବେ । ଧାର୍ମିକ ଓ ସାମାଜିକ ଉତ୍ସବରେ ଯୋଗ ଦେଇ ପ୍ରସଂଶିତ ହେବେ । ଶତ୍ରୁହାନୀ, ସହଯୋଗ ପ୍ରାପ୍ତି, ମିତ୍ରଲାଭ, ଋଣପ୍ରାପ୍ତି, କର୍ମତତ୍ପର, ଚିତ୍ତ ପ୍ରସନ୍ନ, କାର୍ଯ୍ୟ ସିଦ୍ଧି ହେବ । ଉଚ୍ଚ ସମ୍ମାନ ଲାଭ, ମନରେ ଉତ୍ସାହ ଓ ମିଷ୍ଠାନ୍ନ ଭୋଜନ ପ୍ରାପ୍ତି ହେବ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ । ଅନେକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ । ବ୍ୟବସାୟରେ ସାହସୀ ଓ ଦୃଢସଂକଳ୍ପ ଫଳରେ ଆଶାତୀତ ଲାଭବାନ ହେବେ । ପୂରାତନ ବନ୍ଧୁ ଓ ମିତ୍ରଙ୍କ ସହଯୋଗ ଅଧିକ ଲାଭଦାୟକ ହେବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ଫଳରେ ମିତ୍ର ଓ ସହଯୋଗୀଙ୍କ ଠାରୁ ଆଶାତୀତ ସହଯୋଗ ପ୍ରାପ୍ତି ହେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ପ୍ରତିକାର- ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମକର:-ଯେଉଁ ମାନଙ୍କର ଯେ କୌଣସି ମାସର ୮, ୧୭ ଓ ୨୬ ତାରିଖରେ କିମ୍ବା ଅଷ୍ଟମୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ମକରରାଶି ହେବ । ମକରରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ଆୟ ବୃଦ୍ଧି ପାଇବା ଦ୍ଵାରା ଅଟକିଥିବା କାର୍ଯ୍ୟ ପୁନରାୟ ଚାଲୁ କରିବେ । ନୂତନ ବନ୍ଧୁଙ୍କ ସାହାଯ୍ୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ୍ ହେବେ । ଧନ ଆଗମନର ନୂତନ ସ୍ରୋତ ଖୋଲିଯିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ । ପରିଜନଙ୍କ ସମ୍ବନ୍ଧିତ ଶୁଭ ସମାଚାର ପାଇବେ । ଦୂର ଯାତ୍ରାକରିଲେ ବହୁ କଷ୍ଟରେ କାର୍ଯ୍ୟ ପୂରଣ ହେବ । କୃଷିଜିବୀମାନେ ଲାଭବାନ୍ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଦୁଇଗୁଣ ଉତ୍ସାହ ସହ ଆଗେଇ ଯିବେ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ବିଦେଶରେ ଅଧ୍ୟୟନ କରୁଥିବା କିମ୍ବା ଅନୁସନ୍ଧାନ କରୁଥିବା ଶିକ୍ଷାର୍ଥୀଭଲ ସଫଳତା ପାଇବେ । ଆର୍ଥିକ ପ୍ରସଙ୍ଗରେ ସମସ୍ୟା ଦୂର ହେବା ଫଳରେ ଆପଣଙ୍କର ସଞ୍ଚୟ ପ୍ରଭାବିତ ହୋଇପାରେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କୁମ୍ଭ:-ଯେଉଁ ମାନଙ୍କର ଯେ କୌଣସି ମାସର ୮, ୧୭ ଓ ୨୬ ତାରିଖରେ କିମ୍ବା ଅଷ୍ଟମୀ ତିଥିରେ ଜନ୍ମ ହୋଇଥିବ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ କୁମ୍ଭରାଶି ହେବ । କୁମ୍ଭରାଶି ଜାତ ମହିଳା ଓ ପୁରୁଷ ମାନେ ଯେ କୌଣସିକାର୍ଯ୍ୟରେ ହାତଦେଲେ ସଫଳ ହେବେ । ସନ୍ତାନମାନଙ୍କ ଭବିଷ୍ୟତ ନେଇ ଆନନ୍ଦିତ ହେବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ଜମିବାଡ଼ି ନେଇ କେତେକ ସମସ୍ୟା ଉପୁଜି ସମାଧାନ ହୋଇ ଯିବ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ଧାର୍ମିକକାର୍ଯ୍ୟରେ ରୁଚି ବୃଦ୍ଧିହେବ । ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

ମୀନ:-ଯେଉଁ ମାନଙ୍କର ଯେ କୌଣସି ମାସର ୩, ୧୨, ୨୧ ଓ ୩୦ ତାରିଖରେ କିମ୍ବା ତୃତୀୟା ବା ଦ୍ଵାଦଶୀ ତିଥିରେ ଜନ୍ମ ହୋଇଥିବ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ମୀନରାଶି ହେବ । ମୀନରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଅଫିସରେ ସିନିୟରମାନେ ଆପଣଙ୍କ ପ୍ରତି ସଂବେଦନ ଶୀଳ ହୋଇପାରନ୍ତି । କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ ଓ ଶତୃମାନଙ୍କୁ ମୁକାବିଲା କରିପାରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସନ୍ତାନ ମାନଙ୍କର ଉନ୍ନତି ହେବା ସହ ପ୍ରତ୍ୟେକ କ୍ଷେତ୍ରରେ ହାତ ବଢାଇଲେ ମଧ୍ୟ ସଫଳତା ପ୍ରାପ୍ତ ହେବ । ନୂତନକାର୍ଯ୍ୟ ଆରମ୍ଭକଲେ କ୍ଷତିରେ ପଡ଼ିବେ । ଜାଣିଶୁଣି ଭୁଲ୍ ଲୋକର ପରାମର୍ଶରେ ଭୁଲ୍ ବାଟରେ ଯାଇ ପାରନ୍ତି କିନ୍ତୁ ଉଦ୍ୟେଶ୍ୟ ପୂର୍ଣ୍ଣ ହେବ ନାହିଁ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!