ନଭେମ୍ବର 07 ତାରିଖରୁ ନଭେମ୍ବର 13 ତାରିଖ ସାପ୍ତାହିକ ରାଶିଫଳ, ଏହି 4ଟି ରାଶିର ବନୁଛି ମହାସଂଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବୁଦ୍ଧିମତା କାରଣରୁ ଆଶାତୀତ ଲାଭ ପାଇବେ ଓ ମନୋବାଞ୍ଛିତ କାର୍ଯ୍ୟ ପୂର୍ଣ୍ଣ ହେବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ପୁରାତନ ରୋଗର ଉପଶମ ମିଳିବ। କର୍ମ କ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ। ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ। ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହେବ। ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷାରେ ଭଲ ସଫଳତା ପାଇବେ। ବୃତ୍ତିଗତ ଜୀବନରେ ଉନ୍ନତି ଆଣିବା ପାଇଁ ବଡଧରଣର ବିନିଯୋଗ କରିବାକୁ ଯୋଜନା କରିବେ। ପ୍ରତିକାର- ପ୍ରତ୍ୟେକଦିନ ସିନ୍ଦୁରଟିକେ ମୁଣ୍ଡରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ଠିକ୍ ରହିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ବିରୋଧୀମାନେ ହଇରାଣ ହୋଇ ମଥାନତ କରିବେ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେଇ ସମ୍ମାନ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତାର ସୁଯୋଗ ପାଇବେ। ଶତୃ ବୃଦ୍ଧି ହେଲେ ମଧ୍ୟ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ବଦନାମ ହେବାର ସମ୍ଭାବନା ରହିଛି। ସେଥିପାଇଁ ଭାବିଚିନ୍ତି ବୁଝିବିଚାରୀ ସାର୍ବଜନୀକ ସ୍ଥାନରେ ପ୍ରତିକ୍ରିୟା କରିବା ଉଚିତ୍। ଆଇନ୍ କାନୁନ୍ ସମସ୍ୟାକୁ ଅବହେଳା କରନ୍ତୁ ନାହିଁ। ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମିଥୁନ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଗୃହରେ ଥିବା କଳହ, ପତିପତ୍ନୀ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତା ଭାବର ସମାଧାନ ହେବ। ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟି କାର୍ଯ୍ୟ କ୍ଷେତ୍ରର ପରିବର୍ତ୍ତନ ହେବ। ପ୍ରେମ କ୍ଷେତ୍ରରେ ରୋମାଣ୍ଟିକ୍ ମନୋ ଭାବରେ ରହିବେ। ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ବିଦେଶ ଯାତ୍ରାରେ ଲାଭବାନ ହେବେ ଓ ସମସ୍ତକାର୍ଯ୍ୟ ସହଜ ସରଳରେ ପୁରଣ କରିପାରିବେ। ବନ୍ଧୁଙ୍କ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ କିନ୍ତୁ ଯାତ୍ରାରେ ସଫଳତା ଲାଭ ହେବ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପ୍ରତିକାର- ପ୍ରତ୍ୟେକଦିନ ଦହି ମିଠା ଖାଇ ଘରୁ ବାହାରନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଅତ୍ୟନ୍ତ ଶୁଭ ଦାୟକ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ ପ୍ରଦାନ କରି ଉଚିତ ଲାଭ ପାଇବେ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ।ଅଧିକାରୀଙ୍କଠାରୁ ସହଯୋଗ ପାଇ କର୍ମକ୍ଷେତ୍ରରେ ଉନ୍ନତି କରିପାରିବେ। ଆର୍ଥିକ ସ୍ଥିତିରେ ଉନ୍ନତି ହେବାର ସମ୍ଭାବନା ଅଛି। ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ। ମାଲିମୋକଦ୍ଦମାରେ ଶୁଭ ସୂଚନା ପାଇବେ। ଯାହା ଚିନ୍ତା କରିବେ ତାହା ପୂରଣ ହେବ। କର୍ତ୍ତବ୍ୟନିଷ୍ଠା ପରାୟଣ ଯୋଗେ ଉଚ୍ଚଆଶା ସଫଳ ହେବ। ଦୂରଯାତ୍ରାର ସୁଯୋଗ ପାଇବେ। ଗୃହବାହନ ସମ୍ବନ୍ଧୀୟ ସମସ୍ୟା ସମାଧାନ କରି ପ୍ରଶଂସା ପାଇବେ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ନୂତନପନ୍ଥା ଅନୁସରଣ କରିବେ। ପୁରୁଣା ମିତ୍ରଙ୍କ ସହିତ ଭେଟ ହେବା ଫଳରେ ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତା ଯୋଗେ ଲୋକ ପ୍ରିୟତା ବୃଦ୍ଧି ହେବ। ସାମାଜିକ କାର୍ଯ୍ୟରେ ଅଧିକ ସମୟ ବିତେଇ ପ୍ରଶଂସା ପାଇବେ। ପ୍ରେମୀକା ପ୍ରେମିକଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ବିରୋଧିମାନେ ଦୂରେଇ ଯିବେ। କର୍ମଖେତ୍ରରେ କୌଣସି ଆଶ୍ଚର୍ଯ୍ୟ ଜନକ କଥା ଶୁଣି ଚକିତ ହେବେ। ଦୂରଯାତ୍ରାରେ ପ୍ରିୟଜନଙ୍କସହ ମିଳନ ହେବା ସହ ଅଟକିଥିବା କାର୍ଯ୍ୟ ପୂରଣ ହେବ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅଟକିଥିବା ଧନ ମିଳିବାରୁ ଖୁସି ହେବେ। କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ ଓ ମିତ୍ର, ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପାଇବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଆକସ୍ମିକ ଧନ ପ୍ରାପ୍ତି ହେବ। ଶିକ୍ଷାର୍ଥୀମାନେ ଅଧ୍ୟୟନରେ ମନ ନିବେଶ କରିବେ ଓ ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ସଫଳତା ପାଇବେ। ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ଜମିବାଡି ଜନିତ କେତେକ ସମସ୍ୟା ସମାଧାନ ହେବ। ସାମାନ୍ୟ କଥାରେ ଅଯଥା ତର୍କ ନକରି ଶାନ୍ତ ରହିବା ଉଚିତ୍ ନତୁବା ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହେବ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ। ବନ୍ଧୁ, ମିତ୍ର ମାନଙ୍କ ଦ୍ଵାରା ଲାଭବାନ ହେବେ ତତ୍ ସଙ୍ଗେ ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହି ଲାଭବାନ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମ୍ପଦ ପ୍ରାପ୍ତି ହେବ। ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ନିଜଆଚାର ବ୍ୟବହାରରେ ସନ୍ତୋଷ ହୋଇ ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହାଁଇ ପାରିବେ। ସନ୍ତାନ ସୁଖରେ ସୁଖୀ ହେବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପରିବାରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ କର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ଅନେକ ପ୍ରକାର ସୁବିଧା ସୁଯୋଗ ପାଇବା ଫଳରେ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ। କିନ୍ତୁ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ କଷ୍ଟ ସ୍ୱୀକାର କରିବେ। ପ୍ରତିକାର:- ପ୍ରତ୍ୟେକଦିନ ଶୟନ କକ୍ଷରେ ତେଲ ଦୀପ ଜାଳନ୍ତୁ।

ଧନୁ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। କର୍ମ କ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରିବାର ସୁଯୋଗ ପାଇ ପାରନ୍ତି। ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ।ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ବନ୍ଧୁ ମିତ୍ରଙ୍କର ସାହାଯ୍ୟ ପାଇ ସୁଖ, ସମ୍ପତ୍ତି ଲାଭ ହେବ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପ୍ରତିକାର:- ପ୍ରତ୍ୟେକଦିନ କଦଳୀଗଛ ମୂଳରେ ହଳଦୀପାଣି ଦିଅନ୍ତୁ।

ମକର:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ କ୍ଷେତ୍ରରେ ବନ୍ଧୁ, ମିତ୍ର ଓ ଭାଗୀଦାରୀଙ୍କ ପାଇଁ ପ୍ରଚୁର ଲାଭ ପାଇବେ। ନିଜଆଚାର ବ୍ୟବହାର ସନ୍ତୋଷ ଜନକ ହେବା ଦ୍ଵାରା ଗୁରୁଜନଙ୍କ ବିଶ୍ବାସ ଭାଜନ ହେବେ। ନିଜର ଇଛା ବିରୋଧରେ କୌଣସି କର୍ମକରି ଅଚାନକ ଭାବରେ କୌଣସି ସମସ୍ୟା ବା ବିବାଦରୁ ଦୂରେଇ ଯିବେ। କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ପରିବାରରେ ସୁଖଶାନ୍ତି ଦେଖା ଦେବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରିପାରିବେ। ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ପରିବାରରେ ମାନ ମନାନ୍ତର ଦୂର ହେବ। ଯୁକ୍ତିତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ପୈତୃକ ସମ୍ପତ୍ତିର ସମସ୍ୟା ସମାଧାନ ହେବ। ରାଜନୀତି କ୍ଷେତ୍ରରେ ସଂଘର୍ଷ ଦ୍ୱାରା ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। କୋର୍ଟ-କଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ରହିବ। ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀ, ଗୁରୁ ଓ ଗୁରୁଜନମାନଙ୍କର ସହଯୋଗ ପାଇବେ। ମାନସିକ ଦୁଶ୍ଚିନ୍ତା, ପୁରାତନ ରୋଗର ପ୍ରକୋପ ସହିତ ଉଦର ପୀଡ଼ା ଦେଖା ଦେଇପାରେ। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଶତୃ ମାନେ ମଥାନତ କରିବେ। ନିଜଲୋକ ସାହାଯ୍ୟ କରିବେ ଓ କୁଟୁମ୍ବରେ ବାଦବିବାଦ ମେଣ୍ଟିଯିବ। ପ୍ରେମିକ ପ୍ରେମିକା ମାନେ ଦୋଦୁଲ୍ୟ ମାନ ପରିସ୍ଥିତି ଯୋଗୁ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବେ। ପାରିବାରିକ ଜୀବନରେ ସରକାରୀ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି। ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ରାଜନୀତି କ୍ଷେତ୍ରରେ ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ। ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ଵାରା ପ୍ରଶଂସିତ ହେବେ। ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ।ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!