ନଭେମ୍ବର 21 ତାରିଖରୁ ନଭେମ୍ବର 27 ତାରିଖ ସାପ୍ତାହିକ ରାଶିଫଳ, ଏହି 3ଟି ରାଶିର ବନୁଛି ମହାସଂଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ କର୍ମ ନିଯୁକ୍ତିର ସୂଚନା ପାଇବେ। କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବାଫଳରେ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ ଓ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ଛାତ୍ର ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ଆନନ୍ଦିତ ହେବାସହ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ନିଜ ଲୋକମାନେ ହିଁ କାମରେ ଆସିବେ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ନୂତନ ବନ୍ଧୁ ଭେଟ ହେବେ ଓ ଶୁଭ ସମାଚାର ଶୁଣିବାକୁ ମିଳିବ। ପ୍ରେମ କ୍ଷେତ୍ରରେ ସଫଳ ହେବେ। ଜୀବନସାଥିଙ୍କ ସହ ସାମାନ୍ୟ କଥାରେ ଅଯଥା ତର୍କ ନକରି ଶାନ୍ତ ରହିବା ଉଚିତ୍। ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପାରିବାରିକ କ୍ଷେତ୍ରରେ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରି ସୁନାମ ଅର୍ଜନ କରିବେ। ଯାହା ଚିନ୍ତା କରିଛନ୍ତି ତାହା ପୂରଣ କରିବାକୁ ଚେଷ୍ଟା କରିବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ଧାର୍ମିକ କାର୍ଯ୍ୟରେ ରୁଚିବୃଦ୍ଧି ପାଇବ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ଧର୍ମକର୍ମରେ ରୁଚି ରହିବାସହ କୌଣସି ଆୟୋଜନ ମଧ୍ୟ କରେଇବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ପାରିବାରିକ ଜୀବନ ସୁଖମୟ ହେବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେବେ। ବ୍ୟବସାୟୀ ମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଜମି ଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆୟ ଉପାର୍ଜନରେ ବାଧା ନାହିଁ। ଶୁଭ କାମ କରି ପ୍ରଶଂସିତ ହେବେ। ଆୟବୃଦ୍ଧି, ଋଣମୁକ୍ତି, କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ପ୍ରତିଦ୍ୱନ୍ଦିତା, ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହି ଯିବା ଅଧିକ ଉତ୍ତମ। ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। ପ୍ରତିକାର-ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ ଜୀବନରେ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ସହ ସୁନାମ ଅର୍ଜନ କରିବେ। ଧାର୍ମିକ କାର୍ଯ୍ୟରେ ଯୋଗଦେଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବଜାୟ ରଖିବେ। ଶିକ୍ଷାର୍ଥୀ ମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ ଓ ପରୀକ୍ଷା ପ୍ରତିଯୋଗିତା, ସାକ୍ଷାତ୍କାରରେ ବିଜୟୀହେବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟରେ ସଫଳ ହୋଇ ପାରିବେ। ବ୍ୟବସାୟରେ ଉନ୍ନତି ହେବା ସହ ପ୍ରଚୁର ଲାଭବାନ ହେବେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ଥିବା ଛାତ୍ରଛାତ୍ରୀମାନେ ଖୁସି ହେବେ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ ଓ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି। ଭାତୃବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପରିସ୍ଥିତିରେ ପଡି ଧାରକରଜ କରିବାକୁ ବାଧ୍ୟ ହେବେ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ପ୍ରତିକାର- ପ୍ରତ୍ୟେକଦିନ ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ପନିପରିବା ବ୍ୟବସାୟୀମାନେ ବିଶେଷ ଲାଭାନ୍ଵିତ ହେବେ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି, ସମ୍ମାନବୃଦ୍ଧି, କର୍ମୋନ୍ନତି ଓ ବାସସ୍ଥାନ ପ୍ରାପ୍ତି ହେବ। ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବା ସହ ଦୂରଯାତ୍ରାର ସୁଯୋଗ ପାଇବେ। ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି, ଗ୍ରାହାକ ମାନଙ୍କ ସମ୍ପର୍କରେ ଉନ୍ନତି ହେବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ମାନସିକ ଶାନ୍ତି ମିଳିବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତରଣ ସହଜ ସରଳରେ ହୋଇ ପାରିବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଜନସେବାରେ ନିଜକୁ ନିୟୋଜିତ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ ଓ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ରହିବ। ପ୍ରତିକାର- ପ୍ରତ୍ୟେକଦିନ ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଅଧ୍ୟୟନ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ଉପଯୁକ୍ତ ରହିବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ପାଇବା ଫଳରେ ଉଚ୍ଚଆଶା ସଫଳ ହେବ ଓ ଶତୃ ଓ ବିରୋଧୀ ମାନେ କୌଣସି କ୍ଷତି କରିପାରିବେ ନାହିଁ। ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ସରକାରୀ କ୍ଷେତ୍ରରେ ଯଶ, କୀର୍ତ୍ତି, ମାନ-ସମ୍ମାନ ମିଳିବ। କର୍ମକ୍ଷେତ୍ରରେ କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ସମ୍ପର୍କ ହେବା ଫଳରେ ଆଗକୁ ବଢିବାରେ ସହାୟତା ମିଳିବ। ଜାଗାଜମି ଘରବାଡ଼ି ନେଇ ସମସ୍ୟା ଦେଖାଦେବ। ଭ୍ରମଣକାଳରେ କ୍ଲେଶ ଓ ସହକର୍ମୀଙ୍କ ସହ ବିବାଦ ଦେଖାଦେଇ ପାରେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରି ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ଆରମ୍ଭ କରିଥିବା କାର୍ଯ୍ୟ ପୂରଣ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବ୍ୟବସାୟରେ ବହୁବିଧ ଲାଭ ମିଳିବ। ସମାଚାର ପତ୍ର ବିଭାଗରେ କର୍ମରତ ଥିଲେ ବିଶେଷ ଲାଭବାନ୍ ହେବେ। ଶତୃମାନେ ମଥାନତ କରିବେ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ। ପ୍ରତିକାର:- ପ୍ରତ୍ୟେକଦିନ କଦଳୀଗଛ ମୂଳରେ ହଳଦୀପାଣି ଦିଅନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ରାଜନୈତିକ କ୍ଷେତ୍ରରରେ ସ୍ଥିତି ସୁଦୃଢ ହେବ। ପ୍ରେମିକ ପ୍ରେମିକା ମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ। ଅଧିକ ରୋଜ ଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ। ବନ୍ଧୁମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ବାସ ଗୃହ ଓ ଯାନବାହାନର କେତେକ ସମସ୍ୟାର ସମାଧାନ ହେବ। ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବାଫଳରେ ମାନସିକ ଦୁଃଶ୍ଚିନ୍ତା ବଢ଼ିଯିବ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ଗୃହରେ ଥିବା କଳହ, ପତିପତ୍ନୀଙ୍କ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତା ଭାବର ସମାଧାନ ହେବ। ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧିହେବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ଆଗକୁ ବଢ଼ିବାର ଇଚ୍ଛା ଜାଗ୍ରତହେବ ଓ ଅତ୍ୟଧିକ ଲାଭବାନ ହୋଇ ଆର୍ଥିକ ସ୍ଥିତି ସୁଦୃଢ ହେବ। ବନ୍ଧୁ ମିତ୍ରଙ୍କ ଉପଦେଶକୁ ଖରାପ ନଭାବି ମାନିନେଲେ ସାମାଜିକ ସ୍ଥିତି ଓ ମାନସମ୍ମାନ ବୃଦ୍ଧିହେବ। ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। କର୍ମକ୍ଷେତ୍ରରେ ମାନସିକ ଅଶାନ୍ତି ଦୂର ହୋଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ରାଜନୈତିକ କ୍ଷେତ୍ରରେ ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ। ଛାତ୍ରଛାତ୍ରୀ ମାନଙ୍କର ମାନସିକ ଅଶାନ୍ତି ଦୂର ହୋଇ ସୁଖ୍ୟାତି ଲାଭ ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ଆୟ ପନ୍ଥାର ପରିବର୍ତ୍ତନ ଆସିବ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପୁରୁଣା ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। ବ୍ୟବସାୟ କ୍ଷେତ୍ରକୁ ପ୍ରସାର ପ୍ରଚାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ ଝଗଡାଝାଣ୍ଟି ଥିଲେ ମେଣ୍ଟିଯିବ। ଆପଣା ଲୋକଙ୍କ ସାହାଯ୍ୟ ପାଇ କେତେକ ସମସ୍ୟା ସୁଧାରୀ ନେବେ। ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ। ନୂତନ ବାହନଆଦି କ୍ରୟ କରି ପାରନ୍ତି। ଅଶୁଭତ୍ୱନାଶ ହୋଇ ଶୁଭ ଫଳ ପ୍ରାପ୍ତି ହେବା ଫଳରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଅତ୍ୟନ୍ତ ପ୍ରିୟ ଲୋକମାନେ ଅସନ୍ତୁଷ୍ଟ ହୋଇ ଦୂରେଇ ଯାଇ ପାରନ୍ତି। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!