ନଭେମ୍ବର 28 ତାରିଖରୁ ଡିସେମ୍ବର 4 ତାରିଖ ସାପ୍ତାହିକ ରାଶିଫଳ, ଏହି 4ଟି ରାଶିର ବନୁଛି ରାଜଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ ହେବ। ସାମାଜିକ ସ୍ତରରେ ଖ୍ୟାତି ହେବ ଓ ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ ଓ କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ସନ୍ତୋଷ ଲାଭ କରିବେ। କୋର୍ଟକଚେରୀ ମାମଲାରେ ସଫଳ ହେବା ସହ ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଅସହାୟ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। କ୍ୟାରିଅର ସମସ୍ୟା ସମାଧାନର ବାଟ ମିଳିବ। ପ୍ରତିକାର- ପ୍ରତ୍ୟେକଦିନ ସିନ୍ଦୁରଟିକେ ମୁଣ୍ଡରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃ ଓ ବିରୋଧିମାନେ ଅପଦସ୍ଥ ହେବେ। ପତିପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ। କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ। ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ପାରିବାରିକସ୍ତର ହସ ଖୁସିରେ କଟିବ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ସହଜରେ ପୂରଣ ହେବ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭ ହେବ। ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ପରିବାରର ଉନ୍ନତି ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। କାର୍ଯ୍ୟକ୍ଷେତ୍ରରେ ସଂଘର୍ଷ ଦେଇ ଗତିକଲେ ମଧ୍ୟ ସଫଳତା ପାଇବେ। ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଉତ୍ତରାଧିକାର ଓ ପୈତୃକ ସମ୍ପତ୍ତିକୁନେଇ କୋର୍ଟକଚେରୀ ମାମଲାରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ଅଧିକ ଲୋକସମ୍ପର୍କ ଫଳରେ ଆତ୍ମସନ୍ତୋଷ ମିଳିବ। ପୁରାତନ ରୋଗର ଉପସମ ହୋଇ ସ୍ୱାସ୍ଥ୍ୟରେ ସୁଧାର ଆସିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଘଟିପାରେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ବୈଷୟିକ କ୍ଷେତ୍ରରେ ଧାଁଦୌଡ ଯୋଗୁ ଆଶାତୀତ ଧନ ଲାଭହେବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିପାରନ୍ତି। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ସମସ୍ୟା ସମାଧାନ କରି ମାନସିକ ଶାନ୍ତି ପାଇବେ। ପ୍ରତିବେଶୀଙ୍କ ସହ କଳହ ସୃଷ୍ଟି ହୋଇପାରେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:- ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ। ପତିପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବା ସହ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ। ବ୍ୟବସାୟୀ ମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିସ୍କାର କରିବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଆଶା କରିଥିବା କାର୍ଯ୍ୟଟି ପୂରଣ କରିବାକୁ ଚେଷ୍ଟା କରିବେ।ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:- ୫୬୭ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟରେ ଲାଭବାନ ହେବେ। କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ପାଇବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟିବ ଓ ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ। ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ପ୍ରେମ କ୍ଷେତ୍ରରେ ମଉଜ ମସ୍ତିରେ ସମୟ କଟିପାରେ। ପ୍ରତିକାର-ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି। ଅବହେଳିତ ଲୋକଙ୍କସହ ମିଳାମିଶା କରି ନୂତନ ଦିଗ୍ଦର୍ଶନ ପାଇବେ। ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ। ବ୍ୟବସାୟୀ ମାନେ ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ସାହାଯ୍ୟ ସହଯୋଗ ପାଇ ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତ କରିବେ। କୋର୍ଟ କଚେରୀ ମାମଲା ସହଜରେ ସମାଧାନ ହୋଇଯିବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଛାତ୍ରଛତ୍ରୀ ମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ। ରାଜନୀତି କ୍ଷେତ୍ରରେ ଲୋକପ୍ରିୟତା ବୃଦ୍ଧି ହେବା ସହ କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ। ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। ପରିବାର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ପ୍ରତିକାର- ପ୍ରତ୍ୟେକଦିନ ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନିଜର କାମ ଉପରେ ଧ୍ୟାନ ଦେଲେ କଠିନ ପରିଶ୍ରମର ଫଳାଫଳ ପାଇବେ।ଆୟର ନୂତନ ଉତ୍ସଗୁଡିକ ବିକାଶ କରିପାରିବେ। ମାନସିକ ସ୍ଥିରତା ଦେଖାଦେବ ଓ ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ। କର୍ମ କ୍ଷେତ୍ରରେ ଆପଣ କିଛି ଅସୁବିଧାର ସମ୍ମୁଖୀନ ହେବେନାହିଁ। ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ। ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ। ପରିବାର ସମ୍ବନ୍ଧିତ ଶୁଭ ସମାଚାର ଶୁଣିବେ। ଦୂରଯାତ୍ରାରେ ପ୍ରିୟଜନଙ୍କସହ ମିଳନ ହେବା ସହ ଅଟକିଥିବା କାର୍ଯ୍ୟ ପୂରଣ ହେବ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର- ପ୍ରତ୍ୟେକଦିନ ସିନ୍ଦୁରଟିକେ ମୁଣ୍ଡରେ ଲଗେଇ ଦିଅନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ। ପିଲାମାନଙ୍କ ବିଷୟରେ ଗର୍ବ ଅନୁଭବ କରିବେ। ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ। ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ରୁଣ କିମ୍ବା ଉଧାର ନେବା ଠାରୁ ଦୂରେଇ ରହିବା ଉଚିତ୍। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ। ବ୍ୟକ୍ତିଗତ ଜୀବନରେ ଅନ୍ୟ ବ୍ୟକ୍ତିଙ୍କ ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି। ପ୍ରତିକାର- ପ୍ରତ୍ୟେକଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ରାଜନୀତି କ୍ଷେତ୍ରରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ଓକିଲାତି ଓ ପରିଚାଳନା ସହିତ ଜଡିତ ଲୋକଙ୍କୁ ବହୁତ ସମ୍ମାନ ମିଳିପାରେ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବାଫଳରେ ମାନସିକ ଦୁଃଶ୍ଚିନ୍ତା ବଢ଼ିଯିବ। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। କର୍ମକ୍ଷେତ୍ରରେ ଆପଣ କିଛି ଅସୁବିଧାର ସମ୍ମୁଖୀନ ହେବେନାହିଁ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ। ମିତ୍ର ବା ଜରୁରୀମନ୍ଦଙ୍କ ସହାୟତା ପାଇଁ ହାତ ବଢାଇବେ। ରୁଣ କିମ୍ବା ଉଧାର ନେବା ଠାରୁ ଦୂରେଇ ରହିବା ଉଚିତ୍। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ। ବ୍ୟକ୍ତିଗତ ଜୀବନରେ ଅନ୍ୟ ବ୍ୟକ୍ତିଙ୍କ ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି। ଆୟର ନୂତନ ଉତ୍ସଗୁଡିକ ବିକାଶ କରିପାରିବେ। ପିଲାମାନଙ୍କ ବିଷୟରେ ଗର୍ବ ଅନୁଭବ କରିବେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ମାନସିକ ସ୍ଥିରତା ଦେଖାଦେବାସହ ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ। ନିଜର କାମ ଉପରେ ଧ୍ୟାନ ଦେଲେ କଠିନ ପରିଶ୍ରମର ଫଳାଫଳ ପାଇବେ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହୋଇ ପାରନ୍ତି। ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ। ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ। ପରିବାର ସମ୍ବନ୍ଧିତ ଶୁଭ ସମାଚାର ଶୁଣିବେ। ଦୂରଯାତ୍ରାରେ ପ୍ରିୟଜନଙ୍କସହ ମିଳନ ହେବା ସହ ଅଟକିଥିବା କାର୍ଯ୍ୟ ପୂରଣ ହେବ। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଛାତ୍ର ଛାତ୍ରୀମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତିହେବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ପ୍ରତିକାର:- ପ୍ରତ୍ୟେକଦିନ କଦଳୀଗଛ ମୂଳରେ ହଳଦୀପାଣି ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!