ଦୈନିକ ରାଶିଫଳ: 04 ଅକ୍ଟୋବର 2021, ମହାଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅକ୍ଟୋବର ମାସ ୪ ତାରିଖ, ସୋମବାର, କନ୍ୟା ମାସ ୧୮ ଦିନ, ଆଶ୍ଵିନମାସ, କୃଷ୍ଣପକ୍ଷ, ତ୍ରୟୋଦଶୀତିଥି, ପୂର୍ବାଫାଲଗୁନୀ ନକ୍ଷତ୍ର, ସିଂହରାଶିରେ ଚନ୍ଦ୍ର । ଶୁଭ ଯୋଗ । ଗର କରଣ ସକାଳ ୯ଟା ୫୩ମିନିଟ୍ ଗତେ ବାଣିଜ୍ୟ କରଣ । ମିଥୁନ ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ବାଇଗଣ ନ ଖାଇଲେ ଭଲ, ରାତି ୯ଟା ୫ମିନିଟ୍ ପରେ ବିରିଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ରାତି ୯ଟା ୫ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ତ୍ରୟୋଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୧୦ମିନିଟ୍ ରୁ ୮ଟା ୩୮ମିନିଟ୍, ଦିବା ୨ଟା ୩୨ମିନିଟ୍ ରୁ ଦିବା ୪ଟା, ରାତ୍ରି ୧୦ଟା ୩ମିନିଟ୍ ରୁ ରାତ୍ରି ୧୧ଟା ୩୫ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୪୨ମିନିଟ୍ ରୁ ୭ଟା ୯ମିନିଟ୍, ସକାଳ ୮ଟା ୫୧ମିନିଟ୍ ରୁ ଦିବା ୧୧ଟା ୧୦ମିନିଟ୍, ରାତ୍ର ୭ଟା ୫୬ମିନିଟ୍ ରୁ ରାତ୍ର ୧୦ଟା ୨ମିନିଟ୍, ରାତ୍ର ୨ଟା ୨୭ମିନିଟ୍ ରୁ ରାତ୍ର ୩ଟା ୧୪ମିନିଟ୍ ।

ମେଷ:- ସାମାଜିକ ପତିଆରା ଅମଳିନ ରହିବ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ମାଲିମକଦ୍ଦମାର ଅବସାନ ହେବ । ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ବୃଷ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ଉନ୍ନତି ହେବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ । କାରବାରରେ ସୁଧାର ଆସି ଟଙ୍କାର ଆବଶ୍ୟକତା ପୂରଣ ହେବ । ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମିଥୁନ:-ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ । କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନା ମୁତାବକ କାମ କରିବେ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ଧର୍ମକର୍ମରେ ରୁଚି ରହିବ । ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହୋଇପାରେ । ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ବଢେଇବା କଷ୍ଟକର ହେବ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-ସ୍ଵାସ୍ଥ୍ୟରେ ସୁଧାର ଆସିବା ସହ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଲେ ଋଣ ଭରଣାରେ ସହଜ ହେବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ସାମାଜିକ ପତିଆରା ଅମଳିନ ରହିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତିହୋଇ ପାରେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ । ପାରିବାରିକ ସମସ୍ୟା ଗୁଡ଼ିକୁ ସମାଧାନ କରି ସୁଖ ଶାନ୍ତିରେ ଦିନଟି କଟାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ତୁଳା:-ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସରକାରୀ କାମରେ ସଫଳତା ପାଇବେ । ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ଋଣ ଭରଣାରେ ସହଜ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭବାନ ହେବେ । ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ । କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି ବ୍ୟବସାୟ କରିଲେ ଲାଭବାନ ହେବେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ । ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ । ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ମକର:-ବ୍ୟବସାୟ କରୁଥିବା ବ୍ୟକ୍ତିମାନେ ବହୁତ ଲାଭ ଉଠାଇ ପାରିବେ । ରାଜନୀତି କ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ବନ୍ଧୁଙ୍କ ସହ ସମୟ ବିତେଇବେ ଓ ଦାମ୍ପତ୍ୟ ସୁଖରେ ସଫଳତା ଅର୍ଜନ କରିବେ । ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ । ରକ୍ତଚାପ, ମଧୁମେହ, ଉଦରପୀଡା ବୃଦ୍ଧିପାଇ ହନ୍ତସନ୍ତ କରିପାରେ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ପ୍ରେମିକ ପ୍ରେମିକାମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପରିବାରର ସାହାଯ୍ୟ ଦ୍ଵାରା ଉନ୍ନତି କରିବେ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ । ଅଚାନକ ଭାବରେ ଦୂରଯାତ୍ରା କରି କୌଣସି କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମୀନ:-ସ୍ୱାସ୍ଥ୍ୟରେ ସୁଧାର ଆସିବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା ବିଗିଡି ଥିବା କର୍ମ ସଜାଡି ହେବ । ନୂଆ ଲକ୍ଷକୁ ନିର୍ଦ୍ଦାରିତ କରି ପାରିବେ । ଧନ ଲାଭ ହେବ । ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । ପ୍ରତିକାର-ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!