ଦୈନିକ ରାଶିଫଳ: 05 ଅକ୍ଟୋବର 2021, ମା’ ମଙ୍ଗଳାଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅକ୍ଟୋବର ମାସ ୫ ତାରିଖ, ମଙ୍ଗଳବାର, କନ୍ୟାମାସ ୧୯ ଦିନ, ଆଶ୍ଵିନମାସ, କୃଷ୍ଣପକ୍ଷ, ଚତୁର୍ଦ୍ଦଶୀତିଥି, ଉତ୍ତରାଫାଲଗୁନୀ ନକ୍ଷତ୍ର, ସିଂହରାଶିରେ ଚନ୍ଦ୍ର ସକାଳ ୮ଟା ୧୬ମିନିଟ୍ ଗତେ କନ୍ୟା ରାଶିରେ ଚନ୍ଦ୍ର । ଶୁକ୍ଳ ଯୋଗ ଦିବା ୧୧ଟା ୩୪ମିନିଟ୍ ଗତେ ବ୍ରହ୍ମା ଯୋଗ । ବିଷ୍ଟି କରଣ ସକାଳ ୮ଟା ୯ମିନିଟ୍ ଗତେ ଶକୁନି କରଣ । ମକର ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର, ସକାଳ ୮ଟା ୧୬ମିନିଟ୍ ଗତେ ବୃଷ ରାଶିର ଘାତଚନ୍ଦ୍ର । ବିରିଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ, ରାତି ୭ଟା ୪ମିନିଟ୍ ପରେ ଆମିଷ, ତୈଳ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ରାତି ୭ଟା ୪ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ଚତୁର୍ଦ୍ଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୧୦ମିନିଟ୍ ରୁ ୮ଟା ୩୮ମିନିଟ୍, ଦିବା ୧ଟା ୩ମିନିଟ୍ ରୁ ଦିବା ୨ଟା ୩୧ମିନିଟ୍, କାଳରାତ୍ରି- ସନ୍ଧ୍ୟା ୬ଟା ୫୯ମିନିଟ୍ ରୁ ରାତ୍ରି ୮ଟା ୩୧ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୪୨ମିନିଟ୍ ରୁ ୬ଟା ୨୮ମିନିଟ୍, ସକାଳ ୮ଟା ୩୯ମିନିଟ୍ ରୁ ଦିବା ୧୧ଟା ୧୦ମିନିଟ୍, ସନ୍ଧ୍ୟା ୫ଟା ୨୮ମିନିଟ୍ ରୁ ୬ଟା ୫୮ମିନିଟ୍, ରାତ୍ର ୮ଟା ୩୨ମିନିଟ୍ ରୁ ରାତ୍ର ୮ଟା ୪୨ମିନିଟ୍, ରାତ୍ର ୯ଟା ୩୩ମିନିଟ୍ ରୁ ରାତ୍ର ୧୧ଟା ୫୮ମିନିଟ୍, ରାତ୍ର ୧ଟା ୩୮ମିନିଟ୍ ରୁ ରାତ୍ର ୩ଟା ୧୪ମିନିଟ୍, ରାତ୍ର ୪ଟା ୫ମିନିଟ୍ ରୁ ୫ଟା ୪୧ମିନିଟ୍ । ପର୍ବଦିନ- ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା ବଜ୍ରକାଳିକା ପୂଜା ।

ମେଷ:-ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ରୋଜଗାର ସମସ୍ୟା ସୁଧୁରି ଯିବ । ଧନ ଲାଭ ହେବାରୁ ମନ ଖୁସି ରହିବ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ ଓ ଉନ୍ନତି ମୂଳକ ସଂବାଦ ମିଳିପାରେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । କର୍ମକ୍ଷେତ୍ରରେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ । ଶୁଭ ସମାଚାର ମିଳିବା ଫଳରେ ଖୁସିହେବେ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହୋଇପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମିଥୁନ:-କର୍ମକ୍ଷେତ୍ରରେ ପଦୋନ୍ନତିର ସମ୍ଭାବନା ରହିଛି । ତଳ ମହଲରୁ ଆଶାତୀତ ଲାଭ ପାଇବେ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ରାଜନୀତି କ୍ଷେତ୍ରରେ ଉଚ୍ଚ ପ୍ରତିଷ୍ଠାର ଦ୍ଵାର ସାହାଣମେଲା ହେବ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଲୁଗାପଟା ଓ ସୌଖୀନ ଦ୍ରବ୍ୟ ବ୍ୟବସାୟୀମାନେ ଦ୍ଵିଗୁଣ ଲାଭ କରିବେ । ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ:- କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟ ଭଲରେ ଚାଲିବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ । ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ । ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ପରିବାର ତଥା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ସ୍ୱାସ୍ଥ୍ୟ ଠିକ୍ ରହିବ ଓ ସାମାଜିକ ଉତ୍ସବରେ ଭାଗ ନେବେ । ଶତ୍ରୁବାଧା ଦୂରେଇ ଯିବା ଫଳରେ ଋଣରୁ ମୁକ୍ତି ପାଇବା ପାଇଁ ସହଯୋଗ ଲୋଡିବେ । ରାଜନୀତିରେ ସମାଲୋଚିତ ହେଲେ ମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ । କୋର୍ଟ-କଚେରୀ ଥାନା ଫାଣ୍ଡିମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ଯିବ । ନୂତନ ବସ୍ତୁ କ୍ରୟ କରିବେ । ନୂଆ ଚାକିରୀରେ ଯୋଗ ଦେଇପାରନ୍ତି । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ସହଯୋଗୀମାନେ ଉନ୍ନତିପାଇଁ ଚେଷ୍ଟା କରିବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ରାଜନୀତିରେ ସମସ୍ୟା ଦୂର ହୋଇ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ଆମୋଦପ୍ରମୋଦର ସୁଯୋଗ ପାଇବେ । ମାଲିମୋକଦ୍ଦମାରେ ଶୀଘ୍ର ଫଇସଲା ଦିଗ ଉନ୍ମୁକ୍ତ ହେବ ଓ ମୁଣ୍ଡ ଉଚ୍ଚ ରହିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଋଣରୁ ମୁକ୍ତି ପାଇବା ଫଳରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ଶତୃ ପରାଜିତ ହେବେ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ଧନୁ:-ଶରୀର ସୁସ୍ଥ ରହିବ । ସରକାରୀ କ୍ଷେତ୍ରରେ ବ୍ୟକ୍ତିଗତ ଓ ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ । ଶୁଭକାର୍ଯ୍ୟ ପାଇଁ ଇଚ୍ଛାକରି ଗୁରୁଜନମାନଙ୍କ ଠାରୁ ଆର୍ଶିବାଦ ପାଇବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ବିଦ୍ୟାର୍ଥୀମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ସମୟ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମକର:-ଧାର୍ମିକ କାର୍ଯ୍ୟରେ ଯୋଗଦେବା ଫଳରେ ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ବାତାବରଣ ଦେଖାଦେଇ ପାରେ । ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ କରି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରି ପ୍ରଶଂସା ପାଇବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତହେବେ । ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ଗୃହ ସୁଖମିଳିବ । ଖେଳ, କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଦୃତ ହେବେ । ବିଦ୍ୟାର୍ଥୀମାନେ ଆନନ୍ଦିତ ହେବାସହ ନିଜକୁ ସୁରକ୍ଷିତ ଅନୁଭବ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ । ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!