ଦୈନିକ ରାଶିଫଳ: 07 ଅକ୍ଟୋବର 2021, ମା’ ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅକ୍ଟୋବର ମାସ ୭ ତାରିଖ, ଗୁରୁବାର, କନ୍ୟାମାସ ୨୧ ଦିନ, ଆଶ୍ଵିନମାସ, ଶୁକ୍ଳପକ୍ଷ, ପ୍ରତିପଦାତିଥି, ଚିତ୍ରା ନକ୍ଷତ୍ର, କନ୍ୟାରାଶିରେ ଚନ୍ଦ୍ର । ବୈଧୃତି ଯୋଗ । ବବ କରଣ ଦିବା ୧ଟା ୪୭ମିନିଟ୍ ଗତେ ବାଳବ କରଣ । ତୁଳା, କୁମ୍ଭ ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । ପାଣିକଖାରୁ ନ ଖାଇଲେ ଭଲ, ଦିବା ୧ଟା ୪୭ମିନିଟ୍ ପରେ ବୋଇତି କଖାରୁ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ଦିବା ୧ଟା ୪୭ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ପ୍ରତିପଦାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ଏବଂ ଦ୍ଵିତୀୟାର ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୩୦ମିନିଟ୍ ରୁ ଦିବା ୩ଟା ୫୮ମିନିଟ୍, ଦିବା ୩ଟା ୫୮ମିନିଟ୍ ରୁ ୫ଟା ୨୬ମିନିଟ୍, ରାତ୍ରି ୧୧ଟା ୩୪ମିନିଟ୍ ରୁ ରାତ୍ରି ୧ଟା ୬ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୪୩ମିନିଟ୍ ରୁ ୭ଟା ୧୫ମିନିଟ୍, ସନ୍ଧ୍ୟା ୬ଟା ୧୬ମିନିଟ୍ ରୁ ରାତ୍ର ୯ଟା ୩୦ମିନିଟ୍, ରାତ୍ର ୧ଟା ୭ମିନିଟ୍ ରୁ ରାତ୍ର ୩ଟା ୧୪ମିନିଟ୍, ରାତ୍ର ୪ଟା ୫ମିନିଟ୍ ରୁ ୫ଟା ୪୧ମିନିଟ୍ ।

ମେଷ:-ସରକାରୀ କାମରେ ସଫଳତା ମିଳିବ । ଶତୃମାନେ ଦୂରେଇ ଯିବେ ଓ ସ୍ୱାସ୍ଥ୍ୟ ଭଲ ରହିବ । ବରିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଚାକିରୀ କ୍ଷେତ୍ରରେ ସୁଧାର ଆସିବ । ବିଦ୍ୟାର୍ଥୀଙ୍କୁ ସଫଳତା ମିଳିବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । କୌଣସି ମିତ୍ରଙ୍କୁ ସହାୟତା ପାଇଁ ହାତ ବଢେଇବେ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ନୂତନ କାର୍ଯ୍ୟରମ୍ଭ କରିପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବା ସହ ବୁଦ୍ଧିମତା କାରଣରୁ କିଛି ଅର୍ଥ ଲାଭହେବ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବା ଫଳରେ ଶତୃମାନେ ପରାସ୍ତ ହେବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । କଳା, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ । କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ । ବୁଦ୍ଧିବିବେକ ବଳରେ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ଜାଗା, ଜମି, ବାହନ ଆଦି କ୍ରୟ ନକରିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କର୍କଟ:-ଶିକ୍ଷାର୍ଥୀମାନେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ନୂତନ କର୍ମ ଆଶାୟୀ ଯୁବକ ଯୁବତୀମାନଙ୍କର ଆଶା ପୂରଣ ହୋଇ ପାରେ । ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-ସାମାଜିକ କାର୍ଯ୍ୟରେ ସଫଳତା ପାଇ ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟୀମାନେ ଉତ୍ତମ ଆୟର ପଥ ପରିଷ୍କାର କରିବେ । କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତର ଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଦୂରେଇ ଯିବ । ଶତୃମାନଙ୍କୁ ମୁକାବିଲା କରିବାକୁ ପଡି ପାରେ । ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡି ପାରେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କନ୍ୟା:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବା ସହ ମାନସିକ ଶାନ୍ତି ମିଳିବ । ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ସମ୍ପର୍କୀୟଙ୍କ କୌଣସି ଶୁଭ ସୂଚନା ପାଇ ଖୁସି ହୋଇ ଯିବେ । ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବ୍ୟସ୍ତ ରହି ପାରନ୍ତି । ଅନେକ ପ୍ରକାର କାର୍ଯ୍ୟରେ ପରିବର୍ତ୍ତନ ଦେଖାଦେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ସାମାଜିକ ପତିଆରା ଅମଳିନ ରହିବ । ସାଂସାରିକ ଜୀବନରେ ମହତ୍ଵପୂର୍ଣ୍ଣ କାର୍ଯ୍ୟରେ ପରାକ୍ରମ ପରିଶ୍ରମରେ ଲାଭ ଓ ସୁଖ ପ୍ରାପ୍ତି ହେବ । ସନ୍ତାନମାନେ ପରିଶ୍ରମ ଓ କଷ୍ଟକରି ଶାନ୍ତି ବଜାୟ ରଖିବେ । ବନ୍ଧୁଙ୍କ ଚେଷ୍ଟାରେ ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହୋଇପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ଶତୃ ମାନେ ପରାଜିତ ହୋଇ ସମସ୍ତ ଚିନ୍ତା ଦୂର ହେବ । ସନ୍ତାନ ମାନଙ୍କ ଖୁସିରେ ଆନନ୍ଦିତ ହେବେ । ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ସରକାରୀ ସାହାଯ୍ୟ ମିଳିପାରେ । ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ । ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ଧନୁ:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ହେବା ସହ ଉଚ୍ଚ ସମ୍ମାନ ପାଇବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ଉନ୍ନତିର ମାର୍ଗ ପ୍ରଶସ୍ତ ହେବ । ପାରିବାରିକ ସମ୍ବନ୍ଧରେ ମଧୁରତା ଆସିବ । ରାଜନୀତିରେ ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ଅତ୍ୟନ୍ତ ଆବଶ୍ୟକ ଅଟେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ବ୍ୟବସାୟୀମାନେ ଉତ୍ତମ ଆୟର ପଥ ପରିଷ୍କାର କରିବେ । ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ଆର୍ଥିକ ଉନ୍ନତି ହେବା ସହ ଗୃହବାହାନ ପ୍ରାପ୍ତି ହୋଇପାରେ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ:-ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ । ପ୍ରେମପ୍ରସଙ୍ଗରେ ସଫଳତା ମିଳିବା ସହ ପାରିବାରିକ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ମିଳିବ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ବନ୍ଧୁଙ୍କ ସହ ଭୁଲ୍ ବୁଝାମଣାର ନିରାକରଣ ହେବ । ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ । ନିଜ ପରିଶ୍ରମରେ ସଫଳତା ପାଇବେ । କୌଣସି ଗୋପନୀୟ କଥା ଉଜାଗର ହେବାର ସମ୍ଭାବାନା ଅଛି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଶତୃଙ୍କ ଠାରୁ ସାହାଯ୍ୟ ପାଇବେ । ସମସ୍ତ ସମସ୍ୟା ସମାଧାନ ହୋଇଯିବା ଫଳରେ ବ୍ୟବସାୟରେ ଆଶାଜନକ ଫଳପ୍ରାପ୍ତି ହେବ । ସ୍ୱାସ୍ଥ୍ୟ ସ୍ଥିତି ଉତ୍ତମ ରହିବ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ । କୌଣସି ଅଚିହ୍ନା ବ୍ୟକ୍ତି ସାହାଯ୍ୟ କରିବା ଫଳରେ ଅଚାନକ ଧନପ୍ରାପ୍ତି, ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କୌଣସି ଶୁଭ ସମାଚାର ଶୁଣି ହସଖୁସିରେ ସମୟ ବ୍ୟତୀତ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!