ଅକ୍ଟୋବର 1 ତାରିଖରେ, ବୁଧ ଚିତ୍ରା ନକ୍ଷତ୍ର କନ୍ୟା ରାଶିକୁ ଚଳିବା ଫଳରେ କଣ ରହିବ 12 ଟି ରାଶି ଉପରେ ପ୍ରଭାବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଅକ୍ଟୋବର ୧ ତାରିଖରେ ବୁଧ ଚିତ୍ରାନକ୍ଷତ୍ର କନ୍ୟାରାଶିକୁ ବକ୍ରଚଳିବା ଫଳରେ ବାରୋଟି ରାଶିର ବ୍ୟକ୍ତିମାନେ ଶିକ୍ଷା, ସ୍ୱାସ୍ଥ୍ୟ, କର୍ମ, ବ୍ୟବସାୟ, ରାଜନୀତି ଓ ପାରିବାରିକ କ୍ଷେତ୍ରରେ କଣ ଶୁଭାଶୁଭ ଫଳ ଭୋଗକରିବେ କଣ କରିବେ ପ୍ରତିକାର ଆସନ୍ତୁ ଜାଣିବା । ବ୍ୟାପାର ବାଣିଜ୍ୟ କାରକ ବୁଧଗ୍ରହ ତୁଳା ରାଶିରୁ ବକ୍ରୀହୋଇ ଅକ୍ଟୋବର ୧ ତାରିଖରେ କନ୍ୟାରାଶିରେ ଅବସ୍ଥାନ କରିବେ । ଏହି ଗୋଚର ଫଳରେ କିଛି ରାଶିର ବ୍ୟକ୍ତିଙ୍କୁ ଆର୍ଥିକ କ୍ଷେତ୍ରରେ ଲାଭ ହେବ ଓ କିଛି ରାଶିର ବ୍ୟକ୍ତିଙ୍କୁ ଆର୍ଥିକ କ୍ଷେତ୍ରରେ କ୍ଷତି ହୋଇ ଚିନ୍ତା କରିବାକୁ ପଡିବ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ରାଶି ଚକ୍ରରେ ବୁଧଗ୍ରହ ମିଥୁନ ଓ କନ୍ୟା ରାଶିର ଅଧିପତି ଅଟନ୍ତି । କନ୍ୟା ରାଶିରେ ବୁଧଗ୍ରହ ୧୫ଡିଗ୍ରୀରେ ଉଚ୍ଚରେ ଅବସ୍ଥାନ କରି ଶୁଭଫଳ ପ୍ରଦାନ କରନ୍ତି । ଏହା ସହିତ ମୀନ ରାଶିରେ ୧୫ଡିଗ୍ରୀରେ ବୁଧଗ୍ରହ ନିଚ୍ଚରେ ଅବସ୍ଥାନ କରି ଅଶୁଭଫଳ ପ୍ରଦାନ କରନ୍ତି । ଆସନ୍ତୁ ଜାଣିବା ବୁଧ ଗ୍ରହଙ୍କ ଗୋଚର ଫଳରେ ଆପଣଙ୍କ ରାଶିରେ କଣ ପରିବର୍ତ୍ତନ ହେବ ।

ମେଷ:-କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବା ସହ ମାନସମ୍ମାନ ବୃଦ୍ଧିହେବ । ଯାହା ଚିନ୍ତା କରିଛନ୍ତି ତାହା ପୂରଣ କରିବାକୁ ଚେଷ୍ଟା କରିବେ । ପ୍ରତିଯୋଗୀତା ପରୀକ୍ଷା ମାଲିମୋକଦ୍ଦମାରେ ବିଜୟୀ ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଲାଗି ରହିଥିଲେ ତାହାର ସମାଧାନ କରି ପାରିବେ । ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ପଡିରହି୍ଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ପ୍ରତିକାର- କଉଡି ଗୋଟିଏ ପାଖରେ ରଖନ୍ତୁ ।

ବୃଷ:-ଅସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ । ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମିଥୁନ:-ଶତ୍ରୁହାନି, ଉଚ୍ଚପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତିହେବ । ଅନେକ ସମସ୍ୟାର ସମାଧାନ ହୋଇ ଉଚ୍ଚ ଆଶାରେ ଆଗେଇବେ । ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ଚିତ୍ତ ପ୍ରସନ୍ନ ରହିବ । ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କର୍କଟ:-ଅଶତୃମାନେ ଦୂରେଇ ଯିବେ ଓ କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ପାରିବାରିକ ମାମଲା ବହୁତ ଆନନ୍ଦ ଦାୟକ ରହିବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ ପୂର୍ଣ୍ଣକରିବା ପାଇଁ ଚେଷ୍ଟା କରି ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଶାରୀରିକ ଅସୁସ୍ଥତା ଦୂରେଇ ଯାଇ ସ୍ୱାସ୍ଥ୍ୟ ଭଲ ରହିବ । ସରକାରୀ କାମରେ ସଫଳତା ମିଳିବା ସହ ଉପରିସ୍ଥ ଅଧିକାରୀ ମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ । ପ୍ରେମ ପ୍ରସଙ୍ଗରେ ଶୁଭ ସୂଚନା ଶୁଣିବାକୁ ପାଇବେ । ଶତୃମାନେ ଦୂରେଇଯିବେ ଓ ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ ଓ ସାମାଜିକ ପତିଆରା ଅମଳିନ ରହିବ । କାରବାରରେ ସୁଧାର ଆସିବା ଯୋଗେ ମାନସିକ ଶାନ୍ତି ମିଳିବ । ବନ୍ଧୁମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରିବେ । କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ । ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି । ପାରିବାରିକ ଜୀବନ ବହୁ ବ୍ୟସ୍ତତା ମଧ୍ୟରେ କଟିଲେ ମଧ୍ୟ ଦାମ୍ପତ୍ୟ ସୁଖରେ ଖୁସି ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହୋଇ ମାନସିକ ଚିନ୍ତା ଦୂର ହେବ । କର୍ମକ୍ଷେତ୍ରରେ ଜନସମ୍ପର୍କ ସୁଦୃଢ ହେବା ସହ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ବିଦ୍ୟାକ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ବିଚ୍ଛା:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ନୂତନ ବ୍ୟବସାୟ ଆରମ୍ଭ, ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ । କର୍ମକ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ । ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ । ପ୍ରତିକାର- ନାଲିରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ଧନୁ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ, କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ । ବ୍ୟବସାୟରେ ଆର୍ଥିକ ଉନ୍ନତି ଫଳରେ ନୂତନ ଦ୍ରବ୍ୟ କ୍ରୟ କରିବେ । ସାମ୍ବାଦିକମାନେ କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ସମସ୍ତ ବ୍ୟବସାୟରେ କଠିନ ପରିଶ୍ରମ କରିବା ଫଳରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବ୍ୟବସାୟରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇ ଉତ୍ତମ ଲାଭ ହେବ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଶତୃମାନେ ପରାଜିତ ହେବା ସହ ମାନସିକ ଅଶାନ୍ତି ଦୂର ହେବ । ଯେ କୌଣସିରେ କାର୍ଯ୍ୟରେ ହାତ ଦେବେ ସେଥିରେ ସଫଳ ହେବେ । ସହଯୋଗୀ ମାନେ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ପୁରାତନ ରୋଗରୁ ମୁକ୍ତି ମିଳିବା ସହ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ବହୁତ ଦିନରୁ ଚିନ୍ତା କରୁଥିଲେ ଯେଉଁ କାମପାଇଁ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ନୂତନ ବ୍ୟବସାୟ, ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମୀନ:-ଶତୃମାନେ ଦୁର୍ବଳ ହେବେ ଓ ପରିଶ୍ରମ ଦ୍ଵାରା ବ୍ୟବସାୟରେ ଆୟରପନ୍ଥା ସହଜ ହେବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ପାରିବାରିକ ସ୍ନେହ ସହାନୁଭୁତି ମିଳିବା ସହ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ପ୍ରେମକ୍ଷେତ୍ରରେ କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରଖିଲେ ବିପଦରେ ପଡିବେ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!