୨୦୨୧ ମସିହା, ଅକ୍ଟୋବର ମାସ ୧୧ ତାରିଖ, ସୋମବାର, କନ୍ୟାମାସ ୨୫ ଦିନ, ଆଶ୍ଵିନମାସ, ଶୁକ୍ଳପକ୍ଷ, ଷଷ୍ଠୀତିଥି, ଜ୍ୟେଷ୍ଠା ନକ୍ଷତ୍ର, ବିଛାରାଶିରେ ଚନ୍ଦ୍ର । ସୌଭାଗ୍ୟ ଯୋଗ ଦିବା ୧୧ଟା ୪୮ମିନିଟ୍ ଗତେ ଶୋଭନ ଯୋଗ । କୌଳବ କରଣ ଦିବା ୧ଟା ଗତେ ତୈତିଳ କରଣ । ମିଥୁନ ରାଶିର ଘାତବାର । ଦିବା ୧୨ଟା ୫୬ମିନିଟ୍ ଗତେ ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ରାତି ୧୧ଟା ୫୦ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଷଷ୍ଠୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।
ଅଶୁଭସମୟ- ସକାଳ ୭ଟା ୧୧ମିନିଟ୍ ରୁ ୮ଟା ୩୮ମିନିଟ୍, ଦିବା ୨ଟା ୨୮ମିନିଟ୍ ରୁ ଦିବା ୩ଟା ୫୫ମିନିଟ୍, ରାତ୍ରି ୧୦ଟା ରୁ ରାତ୍ରି ୧୧ଟା ୩୩ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୪୪ମିନିଟ୍ ରୁ ୭ଟା ୧୦ମିନିଟ୍, ସକାଳ ୮ଟା ୫୧ମିନିଟ୍ ରୁ ଦିବା ୧୧ଟା ୮ମିନିଟ୍, ରାତ୍ର ୭ଟା ୫୨ମିନିଟ୍ ରୁ ରାତ୍ର ୯ଟା ୫୯ମିନିଟ୍, ରାତ୍ର ୨ଟା ୨୭ମିନିଟ୍ ରୁ ରାତ୍ର ୩ଟା ୧୪ମିନିଟ୍ । ପର୍ବଦିନ- ତପଃ ଷଷ୍ଠୀ, ପୀଠେ ଷଷ୍ଠ୍ୟ । ଦି କଳ୍ପାରମ୍ଭ ।
ମେଷ:-ସାମାଜିକ ପତିଆରା ଅମଳିନ ରହିବ । ପ୍ରିୟଜନଙ୍କୁ ଆର୍ଥିକ ସାହାଯ୍ୟ କରିବାକୁ ବାଧ୍ୟ ହେବେ । କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିପାରନ୍ତି । ବ୍ୟବସାୟରେ ଉତ୍ଥାନ-ପତ୍ତନର ସମ୍ମୁଖୀନ ହୋଇ ପାରନ୍ତି । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ । ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରି ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଅର୍ଥ ସମ୍ପର୍କୀୟ କଥାହେବା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ । ଆକସ୍ମିକ ସାହିତ୍ୟ, କଳା କ୍ଷେତ୍ରରେ ଆଗ୍ରହ ବଢିବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରି ପାରନ୍ତି । ବିରୋଧିମାନେ ଦୂରେଇ ଯିବା ଫଳରେ ଅଟକିଥିବା କାର୍ଯ୍ୟ ଚାଲୁ କରି ପାରିବେ । କର୍ମକ୍ଷେତ୍ରରେ ପଦୋନ୍ନତି ହେବାର ସୂଚନା ପାଇବା ସହ ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମିଥୁନ:-ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟି ଯାଇ ଉତ୍ତମ ଯୋଜନା ବଦ୍ଧ ହେବାର ସମ୍ଭାବନା ଅଛି । ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ । ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ବଜାୟ ରହିବ । ଗୁରୁଜନଙ୍କ ପ୍ରେରଣା ଓ ଆର୍ଥିକ ସହାୟତାରେ ସଫଳତା ଅର୍ଜନ କରିବେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କର୍କଟ:-ସନ୍ତାନଙ୍କ ପାଇଁ ଶୁଭ ସମ୍ବାଦ ପାଇବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ଆର୍ଥିକ ସ୍ଥିତି ସୁଧାରି ନେବେ । କିଛି ନୂଆ ସୁଯୋଗ ଆସିବା ଫଳରେ ଶତୃମାନଙ୍କ ଷଡ଼ଯନ୍ତ୍ର ଧରା ପଡିବ । ସାମାଜିକ ସ୍ତରରେ ସମ୍ମାନଲାଭ ପ୍ରତିଷ୍ଠା, ପ୍ରତିପତି ବୃଦ୍ଧି ପାଇବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଶତୃମାନଙ୍କୁ ମୁକାବିଲା କରି ନୂଆ ନିଯୁକ୍ତିର ସୁଯୋଗ ପାଇବେ । ବ୍ୟବସାୟରେ ବକେୟା ଅର୍ଥ କିଛି ଆଦାୟ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ସିଂହ:-ବନ୍ଧୁଙ୍କ ପ୍ରତିଶୃତି ପାଇ ଆଶ୍ଵସ୍ତି ଅନୁଭବ କରିବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ଉନ୍ନତି ହେବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ଶୁଭ ସମାଚାର ମିଳିବା ସହ ନିଜଲୋକ ସାହାଯ୍ୟ କରିବେ । କାରବାର ସ୍ଥିତିରେ ସୁଧାର ଆସିବାରୁ ମନ ଖୁସି ରହିବ । ନୂତନ କାର୍ଯ୍ୟରେ ହାତ ଦେଲେ ବିଫଳ ହୋଇ ପାରନ୍ତି । ଅଧିକାରୀଙ୍କଠାରୁ ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
କନ୍ୟା:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଦୂରଯାତ୍ରାର ସୁଯୋଗ ପାଇ ବ୍ୟବସାୟରେ ସଫଳତା ଅର୍ଜନ କରିବେ । ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ସ୍ୱଳ୍ପ ଲାଭ ଦ୍ୱାରା ଆର୍ଥିକ ଉନ୍ନତି ହେବ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ତୁଳା:-କର୍ମକ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ପାଇ ଖୁସି ହେବେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଥିଲେ ମେଣ୍ଟିଯିବ । ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ । ଅତିରିକ୍ତ ଆୟର ଦରକାର ଅନୁଭବ ହେବ । ପିଲାମାନଙ୍କ ପାଠପଢା ନେଇ କରିଥିବା ଚିନ୍ତା ଦୂରେଇ ଯିବ । ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ । ଗଠନ ମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।
ବିଚ୍ଛା:-ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଲେ ଶତୃମାନେ ଦୂରେଇ ଯିବେ । ଅଫିସରେ ଲାଗି ରହିଥିବା ସମସ୍ୟାର ସମାଧାନ କରି ଖୁସି ହେବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ପାଇ ମାନସିକ ଶାନ୍ତି ମିଳିବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇ ମାନସିକ ଏକାଗ୍ରତା ବଜାୟ ରହିବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।
ଧନୁ:-ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ମୂଲ୍ୟବାନ ବା ସୌଖୀନ ପଦାର୍ଥ ସଂଗ୍ରହ କରି ପାରନ୍ତି । ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରି ବେପାର ବିସ୍ତାର କରି ପାରିବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବିଦ୍ୟାକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇ ମୁଣ୍ଡ ଉଚ୍ଚା ରହିବ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।
ମକର:-ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବା ସହ ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମ ସନ୍ତୋଷ ବଢେଇବ । ଚିନ୍ତା କରିଥିବା କାମ ଗୁଡିକ ସହଜ ସରଳରେ ସମାପନ ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ପ୍ରୀତିଲାଭ, ବନ୍ଧୁମିଳନ ଓ ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କୁମ୍ଭ:-ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବା ସହ ସାମାଜିକ ସ୍ଥିତି ଓ ମାନସମ୍ମ । ନ ବଜାୟ ରହିବ । କର୍ମକ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ । ସେବାକାରୀ ମାନଙ୍କ ସହଯୋଗରେ ଜନସେବାଦ୍ଵାରା ସମ୍ମ । ନଜନକ ସ୍ଥିତି ପରିଲକ୍ଷିତ ହେବ । ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । ପ୍ରତିକାର- ନୀଳବସ୍ତ୍ର ପରିଧାନ କରନ୍ତୁ । ନତୁବା ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।
ମୀନ:-ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ । ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇ ପାରନ୍ତି । ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ । କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ । ପଦପଦବୀ ଲାଭହେବା ସହ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।
Jyotirbid Dr. Pramod Satapathy
Jantra Jyotisha, Cuttack
For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674