ଦୈନିକ ରାଶିଫଳ: 14 ଅକ୍ଟୋବର 2021, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅକ୍ଟୋବର ମାସ ୧୪ ତାରିଖ, ଗୁରୁବାର, କନ୍ୟାମାସ ୨୮ ଦିନ, ଆଶ୍ଵିନମାସ, ଶୁକ୍ଳପକ୍ଷ, ନବମୀତିଥି, ଉତ୍ତରାଷାଢା ନକ୍ଷତ୍ର ସକାଳ ୯ଟା ୩୫ମିନିଟ୍ ଗତେ ଶ୍ରବଣା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର । ଧୃତି ଯୋଗ । ବାଳବ କରଣ ସକାଳ ୭ଟା ୨୭ମିନିଟ୍ ଗତେ କୌଳବ କରଣ । ତୁଳା, କୁମ୍ଭ ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ଲାଉ ନ ଖାଇଲେ ଭଲ, ସନ୍ଧ୍ୟା ୬ଟା ୫୨ନିଟ୍ ପରେ କଳମଶାଗ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ସନ୍ଧ୍ୟା ୬ଟା ୫୨ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ନବମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୨୬ମିନିଟ୍ ରୁ ଦିବା ୩ଟା ୫୩ମିନିଟ୍, ଦିବା ୩ଟା ୫୩ମିନିଟ୍ ରୁ ୫ଟା ୨୦ମିନିଟ୍, ରାତ୍ରି ୧୧ଟା ୩୨ମିନିଟ୍ ରୁ ରାତ୍ରି ୧ଟା ୫ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୪୫ମିନିଟ୍ ରୁ ୭ଟା ୧୬ମିନିଟ୍, ସନ୍ଧ୍ୟା ୬ଟା ୧୧ମିନିଟ୍ ରୁ ରାତ୍ର ୯ଟା ୨୭ମିନିଟ୍, ରାତ୍ର ୧ଟା ୬ମିନିଟ୍ ରୁ ରାତ୍ର ୩ଟା ୧୫ମିନିଟ୍, ରାତ୍ର ୪ଟା ୬ମିନିଟ୍ ରୁ ୫ଟା ୪୩ମିନିଟ୍ । ପର୍ବଦିନ- ମୃଣ୍ମୟୀ ଦେବୀଙ୍କ ମହାନବମୀ ପୂଜା, ଶାରଦୀୟ ନବରାତ୍ରି ବ୍ରତ ସମାପ୍ତ ।

ମେଷ:-ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ମାଲିମକଦ୍ଦମା, ବାଦବିବାଦ, ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ବିଦେଶ ଯାତ୍ରା, ସୁଖ ଶାନ୍ତି ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ହୋଇପାରେ । ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କରୁ ଆର୍ଥିକ ଦିଗରୁ ଉନ୍ନତି ହେବ । ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-ସ୍ୱାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କଲେ ଅଶୁଭତ୍ୱନାଶ ହୋଇ ଶୁଭ ଫଳ ପ୍ରାପ୍ତି ହେବ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ବ୍ୟବସାୟରେ କାରବାର ବଢିବ ଓ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ । ଶ୍ୱଶୁର ଘର କିମ୍ବା ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ସାମାନ୍ୟ ବ୍ୟତିକ୍ରମ ପରିଲିକ୍ଷିତ ହେଲେ ମଧ୍ୟ କୌଣସି କାମ ଅଟକିବ ନାହିଁ । ଜନସେବାରେ ନିଜକୁ ନିୟୋଜିତ କରିବେ । ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ଲେଖାପଢ଼ାରୁ, ସଭାସମିତିରୁ, ବନ୍ଧୁମିଳନରୁ ଶୁଭଫଳ ପାଇବେ । ବ୍ୟବସାୟୀମାନେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ । ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ । ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ କଷ୍ଟ ଭୋଗିପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସ୍ୱାସ୍ଥ୍ୟ ଠିକ୍ ରହିବ । ନୂତନ କାର୍ଯ୍ୟକିଛି ଶୁଭାରମ୍ଭ କରି ପାରନ୍ତି । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ । ଆକସ୍ମିକ ଧନ ପ୍ରାପ୍ତି ହେବ । କୌଣସି ଆନୁଷ୍ଠାନିକ, ସାମାଜିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ । ଆର୍ଥିକସ୍ଥିତିରେ ବହୁ ପରିମାଣରେ ଅଭିବୃଦ୍ଧିର ହାର ବଢ଼ିଯିବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ସିଂହ:-ପରିବାରର ସମସ୍ତ ଆଶାପୂରଣ କରିବାକୁ ସାମର୍ଥ୍ୟ ହେବେ । ପୁରାତନ ରୋଗର ପୀଡାରୁ ଉପସମ ପାଇବେ । ନିଜେଅସୁବିଧା ଭିତରେ ଚଳୁଥିଲେମଧ୍ୟ ବନ୍ଧୁଙ୍କୁ ଯଥାସାଧ୍ୟ ସାହାଯ୍ୟ କରିବେ । ସନ୍ତାନଙ୍କ ଶୁଭ ସୂଚନା ଶୁଣି ଆନନ୍ଦିତ ହେବେ । ରାଜନୀତିରେ ଆବଶ୍ୟକତା ପୂରଣ କରି ପ୍ରଶଂସାପାଇବେ । ଆତ୍ମୀୟଙ୍କୁ ସାହାଯ୍ୟ କରି ପାରିବାରିକ ଶାନ୍ତିକୁ ବଜାୟ ରଖିବେ । ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । କୃଷିଦ୍ରବ୍ୟ ବାଣିଜ୍ୟରେ ଆଶାତୀତ ଲାଭ ପାଇବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ତୁଳା:-ସଭାସମିତି ଅଥବା ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଛାତ୍ରଛାତ୍ରୀ ମାନଙ୍କର ଆଶା ପୂରଣ ହେବ ଓ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ସହକର୍ମୀ କେହି ଉଦ୍ଦେଶ୍ୟ ପ୍ରଣୋଦିତ ହାନି ପହଞ୍ଚାଇବାର ଉଦ୍ୟମ କରି ଅପଦସ୍ତ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ଶିଳ୍ପ, ବାଣିଜ୍ୟ, ଯାତ୍ରା, ରାଜନୀତି, ପ୍ରଶାସନ କ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନେ ସମସ୍ୟାକୁ ସୁଧାରି ନବା ଫଳରେ କର୍ମକ୍ଷେତ୍ର ସୁଦୃଢ଼ ହେବ । ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟପାଇଁ ଯାତ୍ରାକରିବାକୁ ପଡ଼ି ପାରେ । ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ସନ୍ତାନର ସୁ-ଖବର ଶୁଣି ଖୁସିହେବେ । ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:- ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହିପାରିବେ । ପରିବାରରେ ଚେଷ୍ଟା ସାର୍ଥକହେବ ଓ ସୁଖଶାନ୍ତି ଫେରି ଆସିବ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:-ପ୍ରତିଦ୍ୱନ୍ଦିତା ଓ ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ଅଟକି ଥିବା କାର୍ଯ୍ୟ ପୂରଣ ହେବ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ରାଜନୀତି କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । ପ୍ରେମିକ ପ୍ରେମିକାମାନଙ୍କୁ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କୁମ୍ଭ:-ବରିଷ୍ଠବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । କର୍ମକ୍ଷେତ୍ରରେ ନିଜେ କଠିନ ପରିଶ୍ରମକରି ପତିଆରା ରକ୍ଷା କରିବେ । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ କିଛି ବ୍ୟୟ ଘଟିବ । ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ନିମ୍ନବର୍ଗର କର୍ମୀ ପାଖ ପଡୋଶୀମାନେ କଟୁବଚନ ଶୁଣେଇ ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ଆୟ ଅପରିବର୍ତ୍ତିତ ରହି ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ । ରାଜନୀତି କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ସମ୍ମାନ ଓ ପ୍ରତିଷ୍ଠା ପାଇବେ । ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ । ଉଚ୍ଚାଧିକାରୀ ଓ ବରିଷ୍ଠବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ଆତ୍ମନିର୍ଭର ଶୀଳ ହେବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!