ଦୈନିକ ରାଶିଫଳ: 18 ଅକ୍ଟୋବର 2021, ମହାଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅକ୍ଟୋବର ମାସ ୧୮ ତାରିଖ, ସୋମବାର, ତୁଳାମାସ ୨ ଦିନ, ଆଶ୍ଵିନମାସ, ଶୁକ୍ଳପକ୍ଷ, ତ୍ରୟୋଦଶୀତିଥି, ପୂର୍ବଭାଦ୍ରପଦ ନକ୍ଷତ୍ର ଦିବା ୧୦ଟା ୫୦ମିନିଟ୍ ଗତେ ଉତ୍ତରଭାଦ୍ରପଦ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର । ଧୃବଯୋଗ । କୌଳବ କରଣ ପ୍ରାତଃ ୫ଟା ୫୦ମିନିଟ୍ ଗତେ ତୈତିଳ କରଣ । ମିଥୁନ ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର । ବାଇଗଣ ନ ଖାଇଲେ ଭଲ, ସନ୍ଧ୍ୟା ୬ଟା ୭ମିନିଟ୍ ପରେ ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ସନ୍ଧ୍ୟା ୬ଟା ୭ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ତ୍ରୟୋଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୧୨ମିନିଟ୍ ରୁ ୮ଟା ୩୮ମିନିଟ୍, ଦିବା ୨ଟା ୨୪ମିନିଟ୍ ରୁ ଦିବା ୩ଟା ୫୧ମିନିଟ୍, ରାତ୍ରି ୯ଟା ୫୮ମିନିଟ୍ ରୁ ରାତ୍ରି ୧୧ଟା ୩୧ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୪୬ମିନିଟ୍ ରୁ ୭ଟା ୧୧ମିନିଟ୍, ସକାଳ ୮ଟା ୫୧ମିନିଟ୍ ରୁ ଦିବା ୧୧ଟା ୭ମିନିଟ୍, ରାତ୍ର ୭ଟା ୪୮ମିନିଟ୍ ରୁ ରାତ୍ର ୯ଟା ୫୭ମିନିଟ୍, ରାତ୍ର ୨ଟା ୨୭ମିନିଟ୍ ରୁ ରାତ୍ର ୩ଟା ୧୫ମିନିଟ୍ ।

ମେଷ:-ସହକର୍ମୀମାନଙ୍କର ସମର୍ଥନ ଓ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧିହେବ । ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବା ସହ ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବ । ଅଧିକ ପରିଶ୍ରମ ବଳରେ ଜୀବନ ଶୈଳିରେ ସୁଖ-ସମୃଦ୍ଧି ଓ ପ୍ରତିଷ୍ଠାଲାଭ କରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବୃଷ:-ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବା ଫଳରେ କର୍ମକ୍ଷେତ୍ରରେ ସଫଳତା ଲାଭକରିବେ । ବ୍ୟବସାୟ କ୍ଷେତ୍ରରେ ଦ୍ଵିଗୁଣା ଲାଭ ପାଇ ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ । ପାରିବାରିକ ଜୀବନ ସୁଖରେ କଟିବ । ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ଚଳିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ମିଥୁନ:-ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ପ୍ରତେକ କଥାକୁ ଟିକିନିଖି ପରୀକ୍ଷା ପରେ ହିସାବକୁ ନେବେ । ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବ ଏବଂ ଆୟ ମଧ୍ୟ ଉତ୍ତମ ହେବ । ପରୀକ୍ଷା ପ୍ରତିଯୋଗୀତାରେ କୃତକାର୍ଯ୍ୟ ହୋଇ ଉଚ୍ଚଶ୍ରେଣୀ ପାଇବେ । କୃତକର୍ମ ନିମନ୍ତେ ଅନୁଶୋଚନା କରି ପାରନ୍ତି । କୌଣସି ଦିଗରୁ ଉତ୍ତରଦାୟୀ ହୋଇ କ୍ଷୋଭ ଓ ଅବଶୋଷ ଅନ୍ତରରେ କୁହୁଳିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:- ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଆର୍ଥିକ ଦିଗର ଅଭିବୃଦ୍ଧି କାରଣରୁ ଗଠନମୂଳକ ତଥା ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ । ଶତ୍ରୁ ନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀହେବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । କୌଣସି ଶିକ୍ଷା ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ । ପ୍ରତିକାର:-ମଥାରେ ଶ୍ଵେତ ଚନ୍ଦନ ର ଟିକା ନିଶ୍ଚିନ୍ତ ଲଗାନ୍ତୁ ।

ସିଂହ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ଅକ୍ଷୂର୍ଣ୍ଣ ରହିବା ସହ ସୁ-ସମ୍ବାଦ ପାଇ ଖୁସିହେବେ । ବ୍ୟବସାୟରେ ସାମାନ୍ୟ ଲାଭ ପାଇଲେ ମଧ୍ୟ ସୁଖ, ସମ୍ପତ୍ତି ଲାଭ ହେବ । ଧାର୍ମିକକାର୍ଯ୍ୟରେ ରୁଚି ବୃଦ୍ଧି ପାଇବା ସହ ଉଚ୍ଚ ଆଶା ସଫଳହେବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ଯେଉଁ ଯାଗାରେ ଦସ୍ତଖତ କରିବାକୁ ପଡିବ ବୁଝି ବିଚାରି କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ସ୍ଵାସ୍ଥ୍ୟରେ ଉନ୍ନତି ସହ ଅଧ୍ୟାତ୍ମିକ ତଥା ବୈଷୟିକ ରୁଚି ପୂର୍ତ୍ତି ହେବ । ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । କାର୍ଯ୍ୟକ୍ଷେତ୍ରରେ ସଫଳତା ଲାଭ କରିବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ବିଦ୍ୟାର୍ଥୀମାନେ ଉଚ୍ଚ ଶିକ୍ଷା ପାଇଁ ସୁଯୋାଗ ପାଇବେ । ଅଚାନକ ଧନ ପ୍ରାପ୍ତି ହେବା ସହ ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । ମିଷ୍ଠାନ୍ନ ଭୋଜନ, ଉଚ୍ଚ ଆଶା ପୂରଣ କେତେକ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ସ୍ୱାସ୍ଥ୍ୟ ଭଲ ରହିବ । ଆର୍ଥିକସ୍ଥିତିରେ ସୁଧାର ଆସିବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା ବ୍ୟକ୍ତିରୁପେ ପ୍ରଶଂସା ପାଇବେ । ନୂତନ ବସ୍ତୁ କ୍ରୟ କରିପାରିବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ଦୃଢସଂକଳ୍ପ ଫଳରେ ସମସ୍ୟା ଦୂର ହୋଇ ପରିବାରରେ ସୁଖଦାୟକ ବାତାବରଣ ଦେଖାଦେବ । ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।

ବିଚ୍ଛା:-ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ଶତ୍ରୁମାନେ ମଥାନତ କରିବେ ଓ ପୂରାତନ ରୋଗର ଉପଶମ ହେବ । ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଧାର୍ମିକ ଓ ସାମାଜିକ ଉତ୍ସବରେ ଯୋଗ ଦେଇ ପ୍ରସଂଶିତ ହେବେ । ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହୋଇ ପରିବାରରେ ପ୍ରସନ୍ନତା ବିରାଜମାନ କରିବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ତଳ ମହଲରୁ ଆଶାତୀତ ଲାଭ ପାଇ କର୍ମକ୍ଷେତ୍ରଟି ସୁଦୃଢ ହେବ । ରାଜନୀତିରେ ସମାଲୋଚିତ ହେଲେ ମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ । ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ବ୍ୟବସାୟ ବଢାଇବାରେ ସମର୍ଥ ହେବେ ଓ ସତର୍କ ରହିଲେ ଆର୍ଥିକ ଭରସାମ୍ୟ ରକ୍ଷାକରୀ ପାରିବେ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସ ହୋଇପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ସମସ୍ତ କାର୍ଯ୍ୟ ମନୋନୁକୂଳ ହେବା ଫଳରେ ଚିତ୍ତ ପ୍ରସନ୍ନ ଓ କାର୍ଯ୍ୟ ସିଦ୍ଧି ହେବ । ଅଟକିଥିବା ଧନ ମିଳିଯିବା ଫଳରେ ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । କାର୍ଯ୍ୟର ପ୍ରଗତିପାଇଁ ସମସ୍ତପ୍ରକାର ପ୍ରୟାସ କରିବେ । ଶରୀର ସୁସ୍ଥ ରହିବା ସହ ପରୀକ୍ଷା, ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ଶତ୍ରୁ ବା ବିରୋଧୀଙ୍କୁ ପରାସ୍ତ କରି କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରି ପାରନ୍ତି । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

କୁମ୍ଭ:-ଶ୍ରମିକ ଓ କର୍ମଚାରୀମାନେ ସୁବିଧା ସୁଯୋଗ ପାଇ ବେସୀ ଉପକୃତ ହେବା ଫଳରେ ହସ ଖୁସିରେ ଚଳିବେ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବା ଫଳରେ ଶାନ୍ତିର ନିଃଶ୍ଵାସ ମାରି ପାରିବେ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ ଓ ଆଶା ମୁତାବକ ଫଳ ପାଇବେ । ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-ଶତ୍ରୁହାନୀ, ସହଯୋଗ ପ୍ରାପ୍ତି, ମିତ୍ରଲାଭ, ଶରୀର ସୁସ୍ଥ ରହିବ । ସମସ୍ତ କାର୍ଯ୍ୟରେ ସଫଳତା ପାଇବା ପାଇଁ ଧାଁ ଦଉଡ କରିବାକୁ ପଡିବ । ବ୍ୟବସାୟରେ ଲୋକ ସମ୍ପର୍କ ବୃଦ୍ଧି ହୋଇ ଆୟବୃଦ୍ଧି ହେବ । ଅନେକ ଶୁଭକର୍ମର ସୁଯୋଗ ପାଇବେ ଓ ପାରିବାରିକ ସ୍ନେହ ସହାନୁଭୂତି ପ୍ରାପ୍ତି ହେବ । ବକେୟା ଅର୍ଥ କିଛି ମିଳିବ । କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ଶୁଭଫଳ ପ୍ରାପ୍ତି ହେବ । ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!