ଦୈନିକ ରାଶିଫଳ: 02 ଅକ୍ଟୋବର 2021, ଶନିଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅକ୍ଟୋବର ମାସ ୨ ତାରିଖ, ଶନିବାର, କନ୍ୟା ମାସ ୧୬ ଦିନ, ଆଶ୍ଵିନମାସ, କୃଷ୍ଣପକ୍ଷ, ଏକାଦଶୀତିଥି, ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ସିଦ୍ଧ ଯୋଗ । ବବ କରଣ ଦିବା ୧୧ଟା ୧୩ମିନିଟ୍ ଗତେ ବାଳବ କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ଶିମ୍ବ, ଆମିଷ ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ରାତି ୧୧ଟା ୧୦ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଏକାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ପ୍ରାତଃ ୫ଟା ୪୧ମିନିଟ୍ ରୁ ସକାଳ ୭ଟା ୯ମିନିଟ୍, ଦିବା ୧ଟା ୪ମିନିଟ୍ ରୁ ଦିବା ୨ଟା ୩୩ମିନିଟ୍, ଦିବା ୪ଟା ୧ମିନିଟ୍ ରୁ ୫ଟା ୩୦ମିନିଟ୍, ସନ୍ଧ୍ୟା ୫ଟା ୩୦ମିନିଟ୍ ରୁ ରାତ୍ରି ୭ଟା ୧ମିନିଟ୍, ରାତ୍ରି ୪ଟା ୧୦ମିନିଟ୍ ରୁ ୫ଟା ୪୧ମିନିଟ୍ । ଶୁଭସମୟ- ସକାଳ ୭ଟା ୧୬ମିନିଟ୍ ରୁ ସକାଳ ୮ଟା ୩୭ମିନିଟ୍, ଦିବା ୧୨ଟା ୧ମିନିଟ୍ ରୁ ୧ଟା ୩ମିନିଟ୍, ଦିବା ୨ଟା ୩୪ମିନିଟ୍ ରୁ ୩ଟା ୭ମିନିଟ୍, ଦିବା ୩ଟା ୫୬ମିନିଟ୍ ରୁ ୪ଟା, ରାତ୍ର ୨ଟା ୨୭ମିନିଟ୍ ରୁ ରାତ୍ର ୩ଟା ୧୪ମିନିଟ୍ । ପର୍ବଦିନ- ସର୍ବସମ୍ମତ ଇନ୍ଦିରା ଏକାଦଶୀ, ମହାତ୍ମାଗାନ୍ଧୀଙ୍କ ଜୟନ୍ତୀ, ଲାଲ୍ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ।

ମେଷ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବୃଷ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କର୍ମକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ଛାତ୍ର-ଛାତ୍ରୀମାନେ ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ । ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟକର୍ମରେ ଅଂଶ ଗ୍ରହଣ କରିବେ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ବ୍ୟବସାୟରେ ସଫଳତା ଅର୍ଜନ କରିବେ । ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ । ପାରିବାରିକ ଜୀବନ ସୁଖମୟ ହେବ । ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁବଢ଼ିବାର ଯୋଜନା ସଫଳହେବ । କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀମାନେ ଖୁସି ରହିବେ । ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସାମାଜିକ ପତିଆରା ଅମଳିନ ରହିବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ବ୍ୟବସାୟ କ୍ଷେତ୍ରରେ ଅପ୍ରତ୍ୟାଶିତ ଘଟଣା ଘଟି ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ରାଜନୀତି କ୍ଷେତ୍ରରେ ର୍ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:-ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ । ବ୍ୟବସାୟରେ ସଫଳତା ଅର୍ଜନ ତଥା କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଉଚିତ୍ପନ୍ଥା ଗ୍ରହଣ କରି ହସ ଖୁସିରେ ସମୟ ବିତେଇବେ । ଛାତ୍ର ଛାତ୍ରୀ ମାନଙ୍କର ସଂଘର୍ଷ ଦ୍ୱାରା ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ମାନସିକ ଚିନ୍ତା ଦୂରହେବ ଓ ସମସ୍ତ ଚେଷ୍ଟା ସଫଳ ହେବ । ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ସାମ୍ବାଦିକତାରୁ ଲାଭ ଏବଂ ଶୁଭ ସମାଚାର ମିଳିବ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ଆତ୍ମ ବିଶ୍ୱାସ ବୃଦ୍ଧି ହେବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ନୂଆ ଯୋଜନା ଉପରେ କାର୍ଯ୍ୟ କଲେ ବ୍ୟବସାୟ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ । ଶିକ୍ଷାକ୍ଷେତ୍ରରେ ମନୋକାମନା ପୂରଣ ହେବା ସହ ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ଅତ୍ୟଧିକ ଲାଭହେବ । ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା, ବିଭାଗୀୟ ପରୀକ୍ଷା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ ମାଲିମୋକଦ୍ଦମାରେ ଜିତିବେ । ଧର୍ମ କାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି । ଗୃହାପୋକରଣ ନୂତନ ଦ୍ରବ୍ୟ କ୍ରୟ କରିବେ । ଇଛାଶକ୍ତି ପ୍ରବଳ ମାତ୍ରାରେ ଜାଗ୍ରତ ହେବା ଫଳରେ ଅର୍ଥର ସମ୍ୟକ ବୃଦ୍ଧି ହେବ । ଅଚାନକ ପରିସ୍ଥିତିରେ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି । ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ଧନୁ:-ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ । ଧୈର୍ଯ୍ୟ, ସାହସ ଓ ବୁଦ୍ଧିମତା ଯୋଗେ ପ୍ରଶଂସା ପାଇବେ । ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତ କରିବେ । ଅଧ୍ୟୟନ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ଉପଯୁକ୍ତ ଅଟେ । ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ । ଗୁରୁ-ଗୁରୁଜନ ଓ ମାଆବାପାଙ୍କ ଆଶୀର୍ବାଦ ସ୍ନେହ ପ୍ରାପ୍ତ ହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ଶୁଭକାମ କରିପାରିବେ ଓ ସବୁଥିରେ ସଫଳତା ମିଳିବ । ନୂତନବନ୍ଧୁଙ୍କ ଆଗମନ ହେବ । ଜାଗାଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିପାରିବେ । ଚାକିରିରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ ଓ ସ୍ଥାନାନ୍ତରର ଭୟ ମଧ୍ୟ ରହିବ । କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ । ପ୍ରତିସ୍ପର୍ଦ୍ଧା ଓ ପ୍ରତିଯୋଗିତାରେ ବିଜୟଶ୍ରୀ ହେବ । ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ଆଶାକରିଥିବା କାର୍ଯ୍ୟ ପୁରଣ କରିପାରିବେ । ଗୁରୁଜନଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ ଓ ଆଶୀର୍ବାଦ ମିଳିବ । ଆତ୍ମବିଶ୍ଵାସରେ ବୃଦ୍ଧି ହେବ । କୌଣସି ମହତ୍ଵପୂର୍ଣ୍ଣ ସୂଚନା ପ୍ରାପ୍ତ ହେବ । ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ । ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ । କାହାକୁ ଉଧାର ଦେଇଥିବା ବା ଅଟକିଥିବା ଟଙ୍କା ମିଳିଯିବ । ପ୍ରତିକାର- ନୀଳବସ୍ତ୍ର ପରିଧାନ କରନ୍ତୁ । ନତୁବା ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।

ମୀନ:-ସହକର୍ମୀମାନଙ୍କ ଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ ଓ ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ । ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ସୃଷ୍ଟି ହେବ । ଲୋକକଲ୍ୟାଣ କର୍ମରେ ନିଜକୁ ନିୟୋଜିତ କରିବେ । କର୍ମକ୍ଷେତ୍ରରେ କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ସମ୍ପର୍କ ହେବା ଫଳରେ ଆଗକୁ ବଢିବାରେ ସହାୟତା ମିଳିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!