ଦୈନିକ ରାଶିଫଳ: 21 ଅକ୍ଟୋବର 2021, ଶନିଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନଲଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅକ୍ଟୋବର ମାସ ୨୧ ତାରିଖ, ଗୁରୁବାର, ତୁଳାମାସ ୫ ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ, ପ୍ରତିପଦାତିଥି, ଅଶ୍ଵିନୀ ନକ୍ଷତ୍ର, ମେଷରାଶିରେ ଚନ୍ଦ୍ର । ବଜ୍ର ଯୋଗ । ବାଳବ କରଣ ସକାଳ ୯ଟା ୧୮ମିନିଟ୍ ଗତେ କୌଳବ କରଣ । ତୁଳା, କୁମ୍ଭ ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର । ପାଣିକଖାରୁ ନ ଖାଇଲେ ଭଲ, ରାତି ୧୦ଟା ୧୬ନିଟ୍ ପରେ ବୋଇତିକଖାରୁ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ରାତି ୧୦ଟା ୧୬ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ପ୍ରତିପଦାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ଦିବା ୨ଟା ୨୩ମିନିଟ୍ ରୁ ଦିବା ୩ଟା ୪୯ମିନିଟ୍, ଦିବା ୩ଟା ୪୯ମିନିଟ୍ ରୁ ୫ଟା ୧୫ମିନିଟ୍, ରାତ୍ରି ୧୧ଟା ୩୧ମିନିଟ୍ ରୁ ରାତ୍ରି ୧ଟା ୫ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୪୭ମିନିଟ୍ ରୁ ୭ଟା ୧୭ମିନିଟ୍, ସନ୍ଧ୍ୟା ୬ଟା ୬ମିନିଟ୍ ରୁ ରାତ୍ର ୯ଟା ୨୫ମିନିଟ୍, ରାତ୍ର ୧ଟା ୬ମିନିଟ୍ ରୁ ରାତ୍ର ୩ଟା ୧୫ମିନିଟ୍, ରାତ୍ର ୪ଟା ୮ମିନିଟ୍ ରୁ ୫ଟା ୪୬ମିନିଟ୍ । ପର୍ବଦିନ- କାର୍ତ୍ତିକ ବ୍ରତାରମ୍ଭ ।

ମେଷ:-ଘା୧ସାଙ୍ଗସାଥିମାନେ ସାହାଯ୍ୟ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି । ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଗୃହୋପକରଣ କ୍ରୟ କରିବେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । କାର୍ଯ୍ୟକ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ପ୍ରବାସ ଓ ଯାତ୍ରାରେ ଲାଭବାନ ହେବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇବେ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ ଓ ସାମାଜିକ ପ୍ରତିଷ୍ଠା. ମାନସମ୍ମାନ ବୃଦ୍ଧି ହେବ । ପରିବାର ଭିତରେ ଜଗିରଖି ନଚଳିଲେ କଳହ ସୃଷ୍ଟି ହେବାର ସମ୍ଭାବନା । ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ମିଥୁନ:-ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବା ସହ ଶରୀର ସୁସ୍ଥ ରହିବ । ଶତୃ ପରାଜିତ ହେବା ସହ ବ୍ୟବସାୟରେ ଭଲ ଲାଭ ପାଇବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ପରିବାରରେ ଉତ୍ତମ ଯୋଜନାବଦ୍ଧ ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ପୁରୁଣା ରୋଗ ଓ ଶତୃମାନଙ୍କ ଠାରୁ ଉପସମ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ସାମାଜିକ କଲ୍ୟାଣ କାର୍ଯ୍ୟ କରିବା ଫଳରେ ମାନସମ୍ମାନ ବୃଦ୍ଧିହେବ । କଠିନ ପରିଶ୍ରମକରି କାର୍ଯ୍ୟ କଲେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ଆଶା କରୁଥିବା ଖବରପାଇ ଖୁସୀ ହୋଇଯିବେ ଓ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବା ଫଳରେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ପ୍ରତିକାର- ମଥାରେ ଶ୍ଵେତ ଚନ୍ଦନର ଟିକା ନିଶ୍ଚିନ୍ତ ଲଗାନ୍ତୁ ।

ସିଂହ:-କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବା ସହ ଗଠନମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ । ବହୁକ୍ଷେତ୍ରରେ ପ୍ରିୟତା, ଯାନବାହାନ ଓ ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ବିଶେଷ ଲାଭ ପାଇବେ । ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେଇ ଲୋକ ସମ୍ପର୍କ ବୃଦ୍ଧି ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ବ୍ୟବସାୟୀ ମାନଙ୍କର ଆଶାତୀତ ଲାଭମିଳିବା ସହ କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ପାରିବାରିକ କ୍ଷେତ୍ରରେ ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ । ବିଦ୍ୟାର୍ଥୀମାନେ ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବା ପାଇଁ ସକ୍ଷମ ହେବେ । କୃଷି ଓ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ । ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ । ବିଦ୍ୟା କ୍ଷେତ୍ରରେ ଯଶ ପ୍ରାପ୍ତି ହେବ । ପ୍ରତିଯୋଗୀତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ଜଗାଜମି, ଗୃହ ଉପକରଣ କ୍ରୟ କରିବେ । କର୍ମ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟୀମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ । ରାଜନୀତିରେ ଫାଇଦା ଉଠାଇବାକୁ ଚେଷ୍ଟାକରି ସଫଳ ହେବେ । ପଢାପଢିରେ ମାନସିକ ଶାନ୍ତି ମିଳିବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ସନ୍ତାନର ଭବିଷ୍ୟତକୁ ଧ୍ୟାନରେ ରଖି ଶୁଭକାମ କରି ପ୍ରଶଂସିତ ହେବେ । ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ । ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ । ଖାଦ୍ୟ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ । ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହି ପାରନ୍ତି । ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ପ୍ରତିକାର- ଗୋମୁତ୍ର ଓ ଫିଟିକିରିରେ ଦାନ୍ତସଫା ରଖନ୍ତୁ ।

ମକର:-ଶରୀର ଓ ମନ ଭଲ ରହିବ । ବିଦେଶ ଯାତ୍ରାରେ ସଫଳ ହେବେ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇ ବିଶେଷ ଉପକୃତ ହେବେ । ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ବ୍ୟବସାୟୀ ମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ । ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତ ହେବ । ଗୋ-ସଂପଦ, ଭୂମି, ବସ୍ତ୍ରଆଭୂଷଣ, ବାହାନାଦି ପ୍ରାପ୍ତି ହୋଇ ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ସାମାଜିକ କାର୍ଯ୍ୟରେ ଯୋଗଦାନ ଦେଇ ପ୍ରଶଂସା ପାଇବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ସାମ୍ବାଦିକତା, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରି ପାରିବେ । ଶାରୀରିକ ପୀଡାରେ ପରିବର୍ତ୍ତନ ଦେଖାଦେବା ସହ ଶିକ୍ଷାକ୍ଷେତ୍ରରେ ତେଜସ୍ୱୀ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ । ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ । ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ । ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ । ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପ୍ରତ୍ତି ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!