ଦୈନିକ ରାଶିଫଳ: 26 ଅକ୍ଟୋବର 2021, ମା’ ମଙ୍ଗଳାଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆକସ୍ମିକ ଅର୍ଥ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅକ୍ଟୋବର ମାସ ୨୬ ତାରିଖ, ମଙ୍ଗଳବାର, ତୁଳାମାସ ୧୦ ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ, ମଳ ପଞ୍ଚମୀତିଥି ସକାଳ ୮ଟା ୨୪ମିନିଟ୍ ଗତେ ଷଷ୍ଠୀତିଥି, ଆର୍ଦ୍ରାନକ୍ଷତ୍ର, ମିଥୁନରାଶିରେ ଚନ୍ଦ୍ର । ଶିବଯୋଗ । ତୈତିଳ କରଣ ସକାଳ ୮ଟା ୨୪ମିନିଟ୍ ଗତେ ଗର କରଣ । ମକର ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ବେଲ, ପଣସ ନ ଖାଇଲେ ଭଲ, ସକାଳ ୮ଟା ୨୪ମିନିଟ୍ ପରେ ପିତା ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ସକାଳ ୮ଟା ୨୪ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ଷଷ୍ଠୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୧୪ମିନିଟ୍ ରୁ ୮ଟା ୩୯ମିନିଟ୍, ଦିବା ୧୨ଟା ୫୫ମିନିଟ୍ ରୁ ଦିବା ୨ଟା ୨୧ମିନିଟ୍, ସନ୍ଧ୍ୟା ୬ଟା ୪୬ମିନିଟ୍ ରୁ ରାତ୍ରି ୮ଟା ୨୧ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୪୯ମିନିଟ୍ ରୁ ୬ଟା ୩୩ମିନିଟ୍, ସକାଳ ୮ଟା ୪୦ମିନିଟ୍ ରୁ ଦିବା ୧୧ଟା ୬ମିନିଟ୍, ସନ୍ଧ୍ୟା ୫ଟା ୧୩ମିନିଟ୍ ରୁ ୬ଟା ୪୫ମିନିଟ୍, ରାତ୍ର ୮ଟା ୨୨ମିନିଟ୍ ରୁ ରାତ୍ର ୮ଟା ୩୩ମିନିଟ୍, ରାତ୍ର ୯ଟା ୨୫ମିନିଟ୍ ରୁ ରାତ୍ର ୧୧ଟା ୫୪ମିନିଟ୍, ରାତ୍ର ୧ଟା ୩୭ମିନିଟ୍ ରୁ ରାତ୍ର ୩ଟା ୧୬ମିନିଟ୍, ରାତ୍ର ୪ଟା ୯ମିନିଟ୍ ରୁ ୫ଟା ୪୮ମିନିଟ୍ ।

ମେଷ:-ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ ଓ କର୍ମକ୍ଷେତ୍ରରେ ଆୟ ବୃଦ୍ଧି ହେବ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ । ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ । ସାମାଜିକ କାର୍ଯ୍ୟରେ ସଫଳତା ମିଳିବା ସହ ମାନସମ୍ମାନ ବୃଦ୍ଧି ହେବ । ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଛାତ୍ର ଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ । ବ୍ୟବସାୟ କ୍ଷେତ୍ରରେ କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ମିତ୍ରଙ୍କ ସାହାଯ୍ୟରେ ବିଗିଡି ଥିବା କାର୍ଯ୍ୟଟି ସଜାଡି ଦେଇ ପାରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମିଥୁନ:-ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବହୁତ ଖୁସି ରହିପାରନ୍ତି । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । କାର୍ଯ୍ୟ କ୍ଷେତ୍ରରେ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରି ପାରନ୍ତି । ବିଦ୍ୟାକ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା ଯୋଗେ ଯଶ ମିଳିବ । ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।

କର୍କଟ:-ସରକାରୀ କାମରେ ସଫଳତା ପାଇବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ଫଳରେ ଅଧିକାରୀ କାମରେ ପ୍ରସନ୍ନ ରହିବେ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ପ୍ରତିକାର- ଗୋମୁତ୍ର ଓ ଫିଟିକିରିରେ ଦାନ୍ତସଫା ରଖନ୍ତୁ ।

ସିଂହ:-ସାମାଜିକ ପତିଆରା ଅମଳିନ ରହିବ ଓ ଆର୍ଥୀକ ଅବସ୍ଥାରେ ପରିବର୍ତ୍ତନ ଆସିବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟକରି ପଦୋନ୍ନତିର ସୁଯୋଗ ପାଇବେ । ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-ଶତୃମାନେ ଦୂରେଇ ଯିବେ ଓ ପ୍ରିୟଜନ ମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ ଓ ମେହନତର ପରିଣାମ ମିଳିବ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ପାରିବାରିକ ଜୀବନରେ ଗୁରୁଜନ ସନ୍ତୁଷ୍ଟ ରହିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ ।

ବିଚ୍ଛା:-ଶରୀର କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଟଙ୍କାର ଆବଶ୍ୟକତା ପୂରଣ ହୋଇ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟୀକ କ୍ଷେତ୍ରରେ ବୁଦ୍ଧିମତା କାରଣରୁ ପ୍ରଚୁର ମାତ୍ରାରେ ଲାଭହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ହସ ଖୁସିରେ ସମୟ ବିତିବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ କୌଶଳକ୍ରମେ ସମାଧାନ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ସାମାଜିକ ପତିଆରା ଅମଳିନ ରହିବା ସହ ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଶାରୀରିକ ସୁସ୍ଥତା ଅନୁଭବ କରିବା ସହ ମାନସିକ ଶାନ୍ତି ମିଳିବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣାପାଇ ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଯାନ ବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ସାହିତ୍ୟ, କଳା, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ସହକର୍ମୀଙ୍କ ସହ ବିବାଦ ମେଣ୍ଟିଯିବା ଫଳରେ କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ଦେଖା ଦେବ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ । ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!