ଦୈନିକ ରାଶିଫଳ: 28 ଅକ୍ଟୋବର 2021, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅକ୍ଟୋବର ମାସ ୨୮ ତାରିଖ, ଗୁରୁବାର, ତୁଳାମାସ ୧୨ ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ, ସପ୍ତମୀତିଥି, ପୁନର୍ବସୁ ନକ୍ଷତ୍ର ସକାଳ ୯ଟା ୪୦ମିନିଟ୍ ଗତେ ପୁଷ୍ୟାନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ସାଧ୍ୟଯୋଗ । ବବକରଣ ଦିବା ୧୨ଟା ୪୯ମିନିଟ୍ ଗତେ ବାଳବ କରଣ । ତୁଳା, କୁମ୍ଭ ରାଶିର ଘାତବାର । ତାଳ ନ ଖାଇଲେ ଭଲ, ଦିବା ୧୨ଟା ୪୯ମିନିଟ୍ ପରେ ନଡିଆ, ଆମିଷ ନ ଖାଇଲେ ଭଲ । ଯୋଗିନୀ- ବାୟବ୍ୟେ ଦିବା ୧୨ଟା ୪୯ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ସପ୍ତମୀର ଏକୋଦ୍ଦିଷ୍ଟ ଓ ଅଷ୍ଟମୀର ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୨୦ମିନିଟ୍ ରୁ ଦିବା ୩ଟା ୪୫ମିନିଟ୍, ଦିବା ୩ଟା ୪୫ମିନିଟ୍ ରୁ ୫ଟା ୧୦ମିନିଟ୍, ରାତ୍ରି ୧୧ଟା ୩୦ମିନିଟ୍ ରୁ ରାତ୍ରି ୧ଟା ୫ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୫୦ମିନିଟ୍ ରୁ ୭ଟା ୧୯ମିନିଟ୍, ସନ୍ଧ୍ୟା ୬ଟା ୨ମିନିଟ୍ ରୁ ରାତ୍ର ୯ଟା ୨୩ମିନିଟ୍, ରାତ୍ର ୧ଟା ୬ମିନିଟ୍ ରୁ ରାତ୍ର ୩ଟା ୧୭ମିନିଟ୍, ରାତ୍ର ୪ଟା ୯ମିନିଟ୍ ରୁ ୫ଟା ୪୯ମିନିଟ୍ ।

ମେଷ:-ସମୟ ଆନନ୍ଦମୟ ହେବ । ଧାର୍ମିକ କାର୍ଯ୍ୟରେ ଯୋଗ ଦେଲେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ହୋଟେଲ, ରେଡିମେଡ୍ ବସ୍ତ୍ର, ତେଲ ବ୍ୟବସାୟୀ, ମଡେଲିଂ, କଳାକାର, ଶିଳ୍ପକାରୀ ଓ ପନିପରିବା ଫସଲ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ । ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ । ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

ବୃଷ:-ସ୍ୱାସ୍ଥ୍ୟରେ ଯଥେଷ୍ଟ ଉନ୍ନତି ଦେଖାଦେବ । ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ପ୍ରବଳ ଉନ୍ନତି ହେବ । ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇ ପାରନ୍ତି । ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ । ପ୍ରତିକାର:-ଗଙ୍ଗାଜଳ ସେବନ କରନ୍ତୁ ।

ମିଥୁନ:-ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ । ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ । ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥହେବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସ ହୋଇପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କର୍କଟ:-ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇପାରିବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ପ୍ରତିକାର-ମଥାରେ ଶ୍ଵେତ ଚନ୍ଦନ ର ଟିକା ନିଶ୍ଚିନ୍ତ ଲଗାନ୍ତୁ ।

ସିଂହ:-ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । ପାରିବାରିକ ଜୀବନରେ ଗୁରୁଜନ ସନ୍ତୁଷ୍ଟ ରହିବେ । ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ନିଜର ଯୋଜନାମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ଯାତ୍ରାଫଳରେ ଉତ୍ସାହିତ ହେବେ ଓ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ । କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦପଦବୀ ଲାଭ ହେବ । ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବାର ସମ୍ଭାବନା ଅଛି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହୋଇ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ମଧ୍ୟ ସାମର୍ଥ୍ୟ ଯୁଟିବ । ମାଲିମୋକଦ୍ଦମାରେ ସଫଳତା ମିଳିବ । ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ । ରାସ୍ତାଘାଟ ରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ । ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ । କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହୋଇ ପାରନ୍ତି । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ସବୁ ଭଲ ଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ବେବ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ନୂଆ ଜ୍ଞାନର ବୃଦ୍ଧି ହେବ । ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ ।

ମକର:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଦୂରଯାତ୍ରାର ସୁଯୋଗ ପାଇବେ । ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭବାନ ହେବେ । ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । କର୍ମକ୍ଷେତ୍ରରେ ପଦୋନ୍ନତି ସହ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ନୂତନ ଯାନକ୍ରୟ, ଗୃହନିର୍ମାଣ ଆଦି କରି ପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ । ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ । କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ପ୍ରତିଯୋଗିତାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ସହଜରେ ହେବ । ପାରିବାରିକସ୍ତର ହସ ଖୁସିରେ କଟିବ ଓ ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ମାନସିକ ଦୁଶ୍ଚିନ୍ତାଦୂରହେବ । ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ । ଶତୃବଧା ଦୂରେଇ ଯିବ । ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!