ଅକ୍ଟୋବର 03 ତାରିଖରୁ ଅକ୍ଟୋବର 09 ତାରିଖ ସାପ୍ତାହିକ ରାଶିଫଳ, ଏହି 3ଟି ରାଶିର ବନୁଛି ମହାସଂଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପାରିବାରିକ ସୁଖ ସମ୍ପନ୍ନତା ଲାଭ କରିବେ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ସନ୍ତାନ ସନ୍ତତିଙ୍କ ଖୁସିରେ ଆନନ୍ଦିତ ହେବେ। ଇଲୋକଟ୍ରୋନିକ୍ସ ଯନ୍ତ୍ରପାତି ଓ ଖାଦ୍ୟଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ହେବ। ପରୀକ୍ଷା ପ୍ରତିଯୋଗୀତାରେ କୃତକାର୍ଯ୍ୟ ହେବେ। କୃତକର୍ମ ନିମନ୍ତେ ପ୍ରତିଷ୍ଠାଲାଭ କରିବେ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ। ଉପରିସ୍ଥଙ୍କୁ ସନ୍ତୁଷ୍ଠ କରିବାରେ ସଫଳ ହେବେ। ଚାକିରି କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ। ରାଜନୀତି କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ପ୍ରେମିକ ପ୍ରେମିକାଙ୍କର ଅପ୍ରୀତିକର ପରିସ୍ଥିତି ଦୂରେଇ ଯିବ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ପଦୋନ୍ନତିର ସଂକେତ ପାଇବା ସହ ସମ୍ମାନର ଆଧିକାରି ହେବେ। ଦୂରସ୍ଥାନକୁ ଯାତ୍ରା କଲେ ସହାୟତା ପ୍ରାପ୍ତିହେବ ଓ ମୂଲ୍ୟବାନ ପଦାର୍ଥ କ୍ରୟ କରି ପାରନ୍ତି। ବ୍ୟବସାୟର ପରିବର୍ତ୍ତନ କରିବାର ଇଚ୍ଛା ହେବ ଓ ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ପଦପଦବୀ ମିଳିପାରେ। ଆର୍ଥିକ ସ୍ଥିତି ସ୍ଵଛଳ ରହିବ। ସନ୍ତାନ ଭଳି ଦ୍ରବ୍ୟ ଲାଭ ହେବ। ପୁତ୍ର କନ୍ୟାମାନଙ୍କର ଅଗ୍ରଗତି ଘଟିବ। ଦୃଢ ମନୋବଳରେ ଆଗେଇ ପାରିବେ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ପରୋପକାର କରି ଭଦ୍ର ବ୍ୟକ୍ତିଭାବେ ପ୍ରଶଂସା ପାଇବେ। ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣକରିବେ। ଶାରୀରିକ ଅସୁସ୍ଥତା ଅନୁଭବ କରିବାସହ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହୋଇ ପାରନ୍ତି। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କେତେକ କର୍ମରେ ସଫଳତା ପ୍ରାପ୍ତି ହେବ। ପରିବାର କଥାକୁ ଠିକ୍ ଭାବେ ବୁଝି ପାରିବେ ଓ ପରିବାରରେ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରିବେ। କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେବେ ଓ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ବ୍ୟବସାୟରେ ସଫଳତା ହାସଲ କରିବା ସହ ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ପାରିବେ। ଭଲଭାବରେ ଚିନ୍ତା କରି କାମରେ ଆଗେଇବା ଉଚିତ୍। ବନ୍ଧୁବାନ୍ଧବଙ୍କସହ ଅତି ପ୍ରିୟତା ସୃଷ୍ଟିହେବ। ଭୁଲ ସଂବାଦ ଶୁଣି ଦ୍ଵନ୍ଦରେ ପଡି ପାରନ୍ତି। ମୂଲ୍ୟହୀନ କଥାକୁ ଗୁରୁତ୍ଵ ଦେଲେ କ୍ଷତିରେ ପଡିବେ। ପ୍ରତିକାର- ପ୍ରତ୍ୟେକ ଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବାସହ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହଯୋଗ ପାଇ କର୍ମକ୍ଷେତ୍ରରେ ଉତ୍ସାହ ଉଦ୍ଦୀପନା ବୃଦ୍ଧିହେବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ ଓ ପାରିବାରିକ ଜୀବନ ସୁଖମୟ ହେବ। ଶତୃନାଶ, ଧନପ୍ରାପ୍ତି ଓ ଉଚ୍ଚ ସମ୍ମାନ ପାଇବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ଠାରୁ ଆର୍ଥିକ ସାହାଯ୍ୟ ପାଇ ଆର୍ଥିକ ସମସ୍ୟା ସମାଧାନ ହୋଇ ଯିବ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ। ରାଜନୀତି କ୍ଷେତ୍ରରେ ଗଠନମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ। ଶୁଭ ସୂଚନା ପାଇ ମାନସିକସ୍ଥିତି ସୁଦୃଢ ରହିବ। ଛାତ୍ରଛାତ୍ରୀମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ହେବ। ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରନ୍ତୁ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। କର୍ମକ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରିବେ। ପରିବାରରେ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବା ସହ ଗୃହରେ ଶାନ୍ତି ବିରାଜମାନ କରିବ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। ବ୍ୟବହାର ଦ୍ୱାରା ବ୍ୟବସାୟରେ ବହୁତ ଲାଭ ହେବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମନ ଆନନ୍ଦ ହେବ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ରାଜନୀତିରେ ସଂଗଠନ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପାରନ୍ତି। ଶତୃମାନେ ଦୂରେଇ ଯିବେ। ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ ଓ ଅନ୍ୟମାନଙ୍କୁ ସାହାଯ୍ୟ କରିବେ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ପ୍ରତିକାର- ସର୍ବଦା କମଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ। ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ନୂତନ କର୍ମ ଆରମ୍ଭ କରି ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ। ପରିବହନରେ ବିଶେଷ ଲାଭବାନ ହେବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପାରନ୍ତି। ଶତୃମାନେ ଦୂରେଇ ଯିବେ। ପାରିବାରିକ ପରିସ୍ଥିତି ସନ୍ତୋଷ ଜନକ ରହିବ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ବହୁତ ଲାଭ ହେବ। ସୁସମ୍ବାଦ ପାଇ ସାହସ ବୃଦ୍ଧିହେବ। ଶତୃନାଶ, ଧନପ୍ରାପ୍ତି ଓ ଉଚ୍ଚ ସମ୍ମାନ ପାଇବେ। ରାଜନୀତି କ୍ଷେତ୍ରରେ କୃତକାର୍ଯ୍ୟ ହେବାସହ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପ୍ରତିକାର-ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ। ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ। ବାକିଥିବା ଅର୍ଥ ପ୍ରାପ୍ତି ହେବ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ। ରାଜନୀତି କ୍ଷେତ୍ରରେ ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବାସହ ସ୍ଵନାମ ଅର୍ଜନ କରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଅପେକ୍ଷା କରିଥିବା କାମର ଶୁଭସୂଚନା ପାଇ ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। କର୍ମକ୍ଷେତ୍ରରେ ମାନ, ସମ୍ମାନ ପାଇବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପ୍ରେମିକ ପ୍ରେମିକା ମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ। ବାଦବିବାଦ, ମାଲିମୋକଦ୍ଦମା ଓ ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଓ ପାରିବାରିକସ୍ତର ହସ ଖୁସିରେ କଟିବ। ଗୁରୁଜନଙ୍କ ପ୍ରେରଣା ଓ ଆର୍ଥିକ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବାର ସମ୍ଭାବନା ଅଛି। ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ପ୍ରତିକାର-ପ୍ରତ୍ୟେକଦିନ ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। କାର୍ଯ୍ୟ କ୍ଷେତ୍ରରେ ପ୍ରଶଂସା ପାଇବା ଫଳରେ ଦେହମନ ଭଲ ରହିବ। ନୃତ୍ୟଗୀତ ତଥା ମନୋରଞ୍ଜନରେ ମଜ୍ଜି ରହିବେ। ସରକାରୀ କ୍ଷେତ୍ରରେ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀ ହେବେ। ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ନୂତନ ଦ୍ରବ୍ୟ କ୍ରୟ କରିବେ। ରାଜନୈତିକ କ୍ଷେତ୍ରରେ କଥାବାର୍ତ୍ତା ଓ ନିଜର କ୍ରୋଧକୁ ନିୟନ୍ତ୍ରଣ କରିବା ଉଚ୍ଚିତ୍। ବିଦ୍ୟାରେ ଯଥେଷ୍ଟ ଶୁଭଫଳ ପ୍ରାପ୍ତି ହେବ। ପ୍ରତିକାର- ପ୍ରତ୍ୟେକଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନିଜ କାର୍ଯ୍ୟରେ ବିଶେଷ ଲାଭ ହେବାର ସମ୍ଭାବନା ଅଛି। ବ୍ୟବସାୟରେ ଉନ୍ନତି ଫଳରେ ପରିଶ୍ରମର ସୁଫଳ ଭୋଗ କରିବେ। ପାରିବାରିକ କ୍ଷେତ୍ରରେ ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ଫଳରେ ମାନସିକ ଶାନ୍ତି ମିଳିବ। ନୂତନ କର୍ମନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଦୂରଯାତ୍ରାର ସୁଯୋଗ ପାଇବେ ଓ ଆଶାତୀତ ଲାଭମିଳିବ। ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବାସହ ଅଧିକ ରୋଜଗାର କରି ଗୃହୋପକରଣ କ୍ରୟ କରି ପାରିବେ। କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର। ପ୍ରତିକାର- ପ୍ରତ୍ୟେକ ଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ଛାତ୍ର ଛାତ୍ରୀମାନେ ଉଚ୍ଚଶ୍ରେଣୀ ପାଇବେ ଓ ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। କେତେକ ନୂଆ ସମସ୍ୟାର ସମ୍ମୁଖୀନ ହେଲେବି ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। କର୍ମସଂଧାନୀ ମାନେ ପ୍ରତିଯୋଗୀତା କ୍ଷେତ୍ରରେ ସଫଳ ହେବେ। ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ ଓ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଉତ୍ତମ ରୋଜଗାର ହୋଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ପରିବାର ଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ ଓ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ବ୍ୟବସାୟୀମାନେ ଅଧିକ ଲାଭବାନ ହେବେ। କାରଣ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇ କୌଣସି ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!