ମାସିକ ରାଶିଫଳ: ଅକ୍ଟୋବର ୨୦୨୦, ଏହି ମାସରେ ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ମେଷରାଶି ଜାତବ୍ୟକ୍ତି ମାନଙ୍କର ପୁରୁଣା ରୋଗରୁ ଉପସମ ମିଳିବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଋଣ ଭରଣା ପାଇଁ ଚେଷ୍ଟା କରିବେ। ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ। ଇଲେକ୍ଟ୍ରୀ, ଇଲେକ୍ଟ୍ରୋନିକସ୍, ଠିକାଦାରୀ, ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବ। ମହତ୍ ଉଦ୍ଦେଶ୍ୟ ଓ ଉଚ୍ଚ ଆକାଂକ୍ଷା ପୂର୍ଣ୍ଣ ହେବ। ବିଦେଶ ଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବା ସହ ଅଭିଳାଷ ପୂର୍ଣ୍ଣ ହେବ। ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇ ପାରିବେ। କର୍ମକ୍ଷେତ୍ରରେ ନିଜର ଉଚ୍ଚ ପଦାଧିକାରୀ ମାନଙ୍କୁ ବିରୋଧୀ ନ କରିବାକୁ ବିଶେଷ ସତର୍କ ରହିବା ନିତ୍ୟାନ୍ତ ଆବଶ୍ୟକ। ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇ ଯିବେ। ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ପରିବହନରେ ବିଶେଷ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ବରିଷ୍ଠ ନାଗରିକଙ୍କ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ। ଶରୀର ସୁସ୍ଥ ରହିବ। ତୀର୍ଥାଟନ କରି ଯାତ୍ରା କାଳରେ ଯନ୍ତ୍ରଣା ଭୋଗି ପାରନ୍ତି। ପ୍ରତିକାରଗ୍ରହଙ୍କର ଅଶୁଭତ୍ୱ ଖଣ୍ଡନ ପାଇଁ ପ୍ରତ୍ୟେକ ଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବୃଷରାଶି ଜାତବ୍ୟକ୍ତି ମାନେ ନିଜ ଗୃହ ସମସ୍ୟା ସଜାଡିବାର  ସୁବିଧା ପାଇବେ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ସହ ପ୍ରଶଂସା ପାଇବେ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ଶାନ୍ତି ଲାଗିବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ।  ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇବେ ଓ ଆଶାତୀତ ଲାଭମିଳିବ। ଆୟ ଉପାର୍ଜନରେ ବାଧାନାହିଁ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। ଅନ୍ୟମାନଙ୍କ କାନ୍ଧରେ ବନ୍ଧୁକରଖି ଖେଳ ଖେଳିବେ ଏବଂ ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ। ପ୍ରଶାସନ ବିଭାଗ, ବିଚାର ବିଭାଗ, ଡାକ ଓ ତାର ବିଭାଗ, ବୈଜ୍ଞାନିକ, ନୃତ୍ୟ ଓ ସଙ୍ଗୀତବିଭାଗ, ସମାଚାର ପତ୍ର ବିଭାଗରେ କର୍ମରତ ଥିଲେ ବିଶେଷ ଲାଭବାନ୍ ହେବେ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ। ଚାକିରୀରେ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିବ। କଠିନ ପରିଶ୍ରମ କରି କାର୍ଯ୍ୟ କଲେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ। ପ୍ରତିକାରକୁକୁରକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ମିଥୁନରାଶି ଜାତବ୍ୟକ୍ତି ମାନଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇ ପାରନ୍ତି। ବ୍ୟବସାୟରେ ଭଲ ଲାଭ ପାଇବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ ଓ ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ଉତ୍ତମ ରୋଜଗାର ମିଳିବ। ନୂତନ କର୍ମ ନିଯୁକ୍ତି ପାଇବେ। ଗୃହସ୍ଥ ଜୀବନ ସୁଖମୟ ହେବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ନୂତନ ଯୋଜନାରେ ସଫଳତା ମିଳିବ। ନିଜ ପରିଶ୍ରମରୁ ଲାଭ ମିଳିବ। ଘରୋଇ କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ପାଇବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଆଶାନୁରୂପ ଲାଭପାଇବେ। କଳା ସାହିତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡ଼ିକରେ ସମସ୍ୟା ସମାଧାନ ହୋଇଯିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସମସ୍ୟା ସମାଧାନ ହେବ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାରଷଣ୍ଢକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

କର୍କଟରାଶି ଜାତବ୍ୟକ୍ତି ମାନଙ୍କର ଆର୍ଥିକସ୍ଥିତି ଭଲ ରହିବ। କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ସୃଷ୍ଟିହେବ। ପରିବାରରେ ସାଧାରଣ ବାତା ବରଣ ଜାରି ରହିବା ସହ ଘର ସାଜସଜ୍ଜାରେ ବ୍ୟସ୍ତ ରହି ପାରନ୍ତି। ଆୟଉତ୍ତମ, ଶରୀର ସୁସ୍ଥରହିବ ନିର୍ମାଣାଧିନ କାମ ପୂର୍ଣ୍ଣାଙ୍ଗହେବ। କ୍ରୀଡ଼ା, କଳା, ସଂସ୍କୃତି, ବାଣିଜ୍ୟବ୍ୟବସାୟ, ବାଦବିବାଦ, ମାଲିମୋକଦ୍ଦମା କ୍ଷେତ୍ରରେ ବିଜୟୀହେବେ। ମିତ୍ରମାନେ ପରାମର୍ଶ ଦେଇ ଲାଭଦାୟକ କାମପ୍ରତି ପ୍ରଲୋଭିତ କରିବେ। ବ୍ୟବସାୟରେ ସମସ୍ତ ଆଶା ପୂରଣ ହେବ। ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତିରେ ସଫଳତା ପାଇବା ସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ସିଂହରାଶି ଜାତବ୍ୟକ୍ତି ମାନଙ୍କର ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ଅନେକ ସୁଯୋଗ ହାତ ପାହାନ୍ତାରେ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହୋଇ ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ମାନସିକ ଶାନ୍ତିସହ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ନୂତନକର୍ମ ନିଯୁକ୍ତିରେ ସଫଳ ହେବେ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। କ୍ରିଡା, ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ନୂତନ କର୍ମସଂସ୍ଥାନରେ ନିଯୁକ୍ତି ପାଇବାର ସୁଯୋଗ ରହିଛି। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ସ୍ଥଗିତଥିବା କର୍ମଟି ପୂରଣ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

କନ୍ୟାରାଶି ଜାତବ୍ୟକ୍ତି ମାନଙ୍କର ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଗୃହପାଳିତ ପଶୁ ଓ ଯାନବାହାନ  ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ। ଧାର୍ମିକ କାର୍ଯ୍ୟରେ ଯୋଗଦେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ପାରନ୍ତି। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲା ବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ବାତାବରଣ ଦେଖାଦେଇ ପାରେ। ହସ ଖୁସିରେ ସମୟ ବିତିଲେ ମଧ୍ୟ ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍। ପ୍ରତିକାରଶିବମନ୍ଦିରରେ ପାଦୁକ ପାନ କରନ୍ତୁ।

ତୁଳା:-

ତୁଳାରାଶି ଜାତବ୍ୟକ୍ତିମାନଙ୍କର ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ସନ୍ତାନ ମାନେ  ବିଦ୍ୟାରେ ଉନ୍ନତି କରିବେ। ଯାତ୍ରାଫଳରେ ଉତ୍ସାହିତ ହେବେ। ଧନଧାନ୍ୟ, ଗୋସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାର ଯୋଗଅଛି। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବା ସହ ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ କ୍ଷାତି ବଢିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବରିଷ୍ଠ ବ୍ୟକ୍ତି ଓ ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ନିଜର ବୁଦ୍ଧି, ବିବେକ ଖଟାଇ ପାରିବାରିକ ସମସ୍ୟାର ସମାଧାନ କରିପାରିବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେଇ ପାରନ୍ତି। ପଢ଼ାପଢ଼ିରେ ମନଦେବେ ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେଇ ପାରନ୍ତି। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ସତର୍କରେ ନ ଚାଲିଲେ ଓ ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି। ପ୍ରତିକାରହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ବିଚ୍ଛା:-

ବିଛାରାଶି ଜାତବ୍ୟକ୍ତି ମାନଙ୍କର ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ବନ୍ଧୁଙ୍କ ସହ ଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ। ସୁଖ ସମୃଦ୍ଧି ବୃଦ୍ଧି ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରିବେ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ଜନ ସେବାରେ ନିଜକୁ ନିୟୋଜିତ କରିବେ। ତୀର୍ଥାଟନ କରି ଯାତ୍ରା କାଳରେ ଯନ୍ତ୍ରଣା ଭୋଗି ପାରନ୍ତି। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ପ୍ରତିକାରବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ଧନୁ:-

ଧନୁରାଶି ଜାତବ୍ୟକ୍ତି ମାନଙ୍କର ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ଶରୀର ସୁସ୍ଥ, ମାନସିକ ଶାନ୍ତି, ସମସ୍ତ ଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ। ନୂତନ ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇ ଯିବ।  ମାନସିକ, ବୌଦ୍ଧିକ, ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହୋଇ କ୍ଷମତା ଓ ଶକ୍ତି ବଳରେ ସମୟ ବିତାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ବାଣିଜ୍ୟ କାରବାରରେ ଉତ୍ସାହ ଉଦ୍ଦିପନା ଯୁକ୍ତ ହେବେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ବ୍ୟବସାୟରେ ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ପ୍ରତିକାରନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମକର:-

ମକରରାଶି ଜାତବ୍ୟକ୍ତି ମାନଙ୍କର ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂର ଯାତ୍ରାରେ ସଫଳତା ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ଗୁଡିକୁ ସୁଧାରୀ ନେଇ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ଓ ସୁଖ ସମ୍ପଦ ପ୍ରାପ୍ତି ହେବ। ନୂତନ କାର୍ଯ୍ୟ କିଛି ଆରମ୍ଭ କରି ପାରିବେ। ବିଭାଗୀୟପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନକର୍ମରେ ନିଯୁକ୍ତି ପାଇ ପାରନ୍ତି। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ସୁଖ, ସମ୍ପତ୍ତି ଲାଭ ଓ ଉଚ୍ଚ ସମ୍ମାନ ପାଇବେ।  କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ରାଶି ଜାତବ୍ୟକ୍ତି ମାନଙ୍କର ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ବହୁତ ଦିନରୁ ଚିନ୍ତା କରୁଥିବା କାର୍ଯ୍ୟ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ନୂତନ କର୍ମଆଶାୟୀ ଯୁବକ ଯୁବତୀମାନଙ୍କର ଆଶା ପୂରଣ ହେବ। ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ପଦୋନ୍ନତି ହେବାର ସୂଚନା ପାଇବେ ଓ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ପାରିବାରିକ ଜୀବନରେ ଶାନ୍ତି ଆସିବା ସହ କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ।ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ସାମାଜିକ ପତିଆରା ଅମଳିନ ରହିବ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ କିମ୍ବା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବାକୁ ପଡିପାରେ। ଚକ୍ଷୁ ପୀଡା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହୋଇପାରେ।  ପ୍ରତିକାରହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମୀନ:-

ମୀନରାଶି ଜାତବ୍ୟକ୍ତି ମାନଙ୍କର ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ପିତାଙ୍କ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ। ବିରୋଧୀମାନେ ହଇରାଣ ହେବେ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପାରିବାରିକ କ୍ଷେତ୍ରରେ ମାନ ମନାନ୍ତର ଦୂର ହୋଇ ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ବ୍ୟବସାୟ ପାଇଁ ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରି ପାରନ୍ତି। ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ। ଶତୃମାନେ ପରାଜିତ ହୋଇ ବାକିଥିବା ଅର୍ଥପ୍ରାପ୍ତି ହେବା ସହ ଭଲ ଲାଭ ପାଇବେ ଓ ଆର୍ଥିକ ଚିନ୍ତା ଦୁରହେବ। ରାଜନୀତିରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର ହେବ। ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ସାମାଜିକ ଉତ୍ସବରେ ଯୋଗ ଦେଇ ପାରନ୍ତି। ପ୍ରତିକାରଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!