ଅକ୍ଟୋବର 31 ତାରିଖରୁ ନଭେମ୍ବର 06 ତାରିଖ ସାପ୍ତାହିକ ରାଶିଫଳ, ଏହି 5ଟି ରାଶିର ବନୁଛି ଧନପ୍ରାପ୍ତି ଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବା ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବାସହ ମାନସିକ ଶାନ୍ତି ବୃଦ୍ଧି ପାଇପାରେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ରାଜନୀତିରେ ଯାତ୍ରାରେ ସମୟ କଟିବ କିନ୍ତୁ ଲାଭ ପାଇ ପ୍ରସଂଶିତ ହେବେ। ପ୍ରତିକୂଳ ପରିସ୍ଥିତି ମଧ୍ୟରେ ନିଜର ମନୋବଳ ଦୃଢ ରଖି ପାରିବେ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପତିଆରା ଅମଳିନ ରହିବ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବା ସହ ଦୂରଯାତ୍ରାର ସୁଯୋଗ ପାଇବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂରଣ ହୋଇପାରେ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭବାନ ହେବେ। ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ। ଆର୍ଥିକ ମାମଲା ସୁଧୁରିଯିବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ନୂତନ ଆୟର ଉତ୍ସ ସୃଷ୍ଟି ହେବ। ସାଧାରଣ ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ। ପ୍ରିୟଜନ ଓ ପରିବାର ସଦସ୍ୟ ନିକଟତର ହେବା ଫଳରେ ଲକ୍ଷ୍ୟ ସିଦ୍ଧିହେବ। ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ। ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ ଓ ଦାମ୍ପତ୍ୟସୁଖ ବୃଦ୍ଧି ପାଇବ। ଆତ୍ମୀୟ ଲୋକଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବନ୍ଧୁ ମିତ୍ର ଓ ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବା ସହ ଶୁଭ ସମାଚାର ମିଳିପାରେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଛାତ୍ରଛାତ୍ରୀମାନଙ୍କର ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ସରକାରୀ କାର୍ଯ୍ୟରେ ସଫଳତା ହାସଲ କରିବେ। ମାଆବାପା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ବ୍ୟବସାୟ କ୍ଷେତ୍ରରେ ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧି ଆଶା କରି ହେବ। ଅବିବାହିତ ଯୁବକ-ଯୁବତୀଙ୍କର ବିବାହ ସ୍ଥିର ହେବ। ସାହିତ୍ୟ, କଳା କ୍ଷେତ୍ରରେ ଆକର୍ଷିତ ହେବେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ। ବିଦ୍ୟାକ୍ଷେତ୍ରରେ ଧୈର୍ଯ୍ୟ ଓ ସଂଯମତା ରଖି ପାରିଲେ ବିଶେଷ ଲାଭାନ୍ୱିତ ହେବେ। କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀମାନେ ପ୍ରଶଂସା କରିବେ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ। ସମସ୍ତ କର୍ମ ସହଜ ସରଳରେ ସମ୍ପନ୍ନ ହେବେ। ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବା ପାଇଁ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ରାଜନୀତି କ୍ଷେତ୍ରରେ କର୍ମୀଙ୍କ ସହିତ ଲାଗିଥିବା ବିବାଦର ସମାଧାନ ହୋଇ ପରାକ୍ରମ ପ୍ରତିପତ୍ତି ବଢିବ। ବ୍ୟବସାୟ କ୍ଷେତ୍ରରେ ନୂତନ ଯୋଜନାରେ ଆଗେଇ ପାରିବେ। ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ପାରିବାରିକ କ୍ଷେତ୍ରରେ ବାପା, ମା, ଭାଇ, ଭଉଣୀଙ୍କ ସହ ସମ୍ବନ୍ଧ ଦୃଢିଭୁତ ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ। କୋର୍ଟ କଚେରୀ ମାମଲାର ଶୁଣାଣି ଯୋଗେ ବ୍ୟସ୍ତତା ବଢିଯିବ। କୌଣସି ବନ୍ଧୁମିତ୍ରଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ। ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ପାଇବେ। ସ୍ୱାସ୍ଥ୍ୟ ଭଲ ରହିବ।ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ। ପାରିବାରିକ ସ୍ତରରେ ବୁଝାମଣା ଠିକ୍ ଯୋଗେ ସୁଖ ଶାନ୍ତି ପ୍ରାପ୍ତି ହେବା ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହୋଇ ପରାକ୍ରମ ବଢିବ। ଛାତ୍ର ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ବିବହୋତ୍ସବର ସଂକେତ ପାଇ ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ। ପ୍ରତିକାର:- ପ୍ରତ୍ୟେକଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ବ୍ୟବସାୟ କ୍ଷେତ୍ରରେ ଅପ୍ରତ୍ୟାଶିତ ଘଟଣା ଘଟି ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ଦୌଡ ଧୂପରେ ଶାନ୍ତି ଅନୁଭବ କରିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ।ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ। ଶୁଭ ସମାଚାର ଶୁଣି ଧୈର୍ଯ୍ୟ ଓ ସାହସ ବୃଦ୍ଧି ପାଇବ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଆତ୍ମବିଶ୍ୱାସ ବୃଦ୍ଧି ପାଇବାସହ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ଛାତ୍ର ଛାତ୍ରୀମାନେ ଆତ୍ମନିର୍ଭର ଶୀଳତା ଶିଖିବେ। ପ୍ରଚାର ପ୍ରସାର ମାଧ୍ୟମରେ ଲୋକମାନଙ୍କ ସମ୍ନାକୁ ଆସିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାସହ ମାନସିକ ଶାନ୍ତି ମିଳିବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। କର୍ମକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ବିଦେଶ ଯାତ୍ରା ଫଳରେ ଅଟକିଥିବା ଅର୍ଥ ପ୍ରାପ୍ତି ହେବ। ଅନେକ ସମସ୍ୟାର ସମାଧାନ ହୋଇ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତିହେବ। ବିଭିନ୍ନ କାର୍ଯ୍ୟରେ ବାଧା ସୃଷ୍ଟି ହେଲେ ମଧ୍ୟ ନିରାକରଣ ଓ ସମାଧାନ କରିପାରିବେ। ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। ବ୍ୟବସାୟରେ ଆଶାତୀତ ଲାଭବାନ୍ ହେବେ। ସନ୍ତାନ ମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। କର୍ମକ୍ଷେତ୍ରରେ ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାର ନାହିଁ। ରାଜନୀତି କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ପ୍ରତିକାର- ପ୍ରତ୍ୟେକଦିନ ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ କାମ ଆରମ୍ଭ କରିପାରିବେ। ଶେୟର୍ସ, ନିବେଶ ଆଦିରେ ଲାଭ ହେବ। ଶାରିରୀକ ସୁସ୍ଥତା ଦେଖା ଦେବ। ଚାକିରି କ୍ଷେତ୍ରରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବେ। ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ ମାଲିମୋକଦ୍ଦମାରେ ଜିତିବେ। ଅଚାନକ ପରିସ୍ଥିତିରେ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି। ରାଜନୀତି କ୍ଷେତ୍ରରେ ଜଡିତ ଥିବା ଲୋକମାନଙ୍କ ପାଇଁ ସମୟ ବହୁତ ଭଲ ରହିବ। ପରିବାରର ସଦସ୍ୟଙ୍କ ସହିତ ହାସ ପରିହାସ ଓ ମନୋରଞ୍ଜନର ଆନନ୍ଦ ଉପଭୋଗ କରିବେ। ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ମାନସିକ ସୁସ୍ଥତା ଅନୁଭବ କରିବେ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣ ସଫଳତା ଅର୍ଜନ କରିବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ପ୍ରତିକାର- ସର୍ବଦା କଳା ବା ନୀଳରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ନୂଆ ଯୋଜନାରେ ସଫଳ ହେବେ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ କମ୍ ପରିଶ୍ରମରେ ଆଶାଜନକ ଲାଭ ପ୍ରାପ୍ତିହେବ। ସରକାରୀ କ୍ଷେତ୍ରରେ ନିଜର କାର୍ଯ୍ୟକୁ ବାଦଦେଇ ପରୋପକାରରେ ଲାଗିବେ। ରାଜନୈତିକ କାର୍ଯ୍ୟରେ ନୂତନ ଲୋକଙ୍କ ସହ ସାକ୍ଷାତ ହୋଇ ସମ୍ପର୍କ ଦୃଢ ହେବ। ବ୍ୟବସାୟୀ ମାନଙ୍କ ପାଇଁ ଲାଭ ଦାୟକ ହେବ ଓ ଆୟ ଦିଗଟି ସନ୍ତୋଷ ଜନକ ରହିବ। ଆର୍ଥିକ ଚିନ୍ତା କରନ୍ତୁ ନାହିଁ, କିନ୍ତୁ ଅଯଥା ଖର୍ଚ୍ଚ ପ୍ରତି ସାବଧାନ ରୁହନ୍ତୁ। ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ। ଆପଣଙ୍କର ଅପ୍ରୀତିକର କଥାବାର୍ତ୍ତାରେ ଲୋକମାନେ ବିରକ୍ତ ହୋଇ ପାରନ୍ତି। ଅପରିଚିତ ଲୋକମାନଙ୍କୁ ଅଧିକ ବିଶ୍ଵାସ କରନ୍ତୁ ନାହିଁ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ଠିକ୍ ରହିବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି ଖୁସିର ବାତାବରଣ ସ୍ଥାୟି ରହିବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାତୀତ ଲାଭ ପାଇବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଦାମ୍ପତ୍ୟ ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳ ହେବେ। ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଓ କଠିନ ପରିଶ୍ରମ ହେତୁ ପ୍ରଶଂସା ପାଇବେ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ଉତ୍ତମ ରୋଜଗାର ମିଳିବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ପ୍ରତିକାର- ପ୍ରତ୍ୟେକ ଦିନ କଦଳୀଗଛ ମୂଳରେ ହଳଦୀ ପାଣି ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!