ରବି ଚଳିଲେ ମିଥୁନ ରାଶିକୁ, କଣ ରହିବ 12ଟି ରାଶିର ଶୁଭାଶୁଭ, ଦେଖନ୍ତୁ କଣ କରିବେ ପ୍ରତିକାର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ତା ୧୫ / ୦୬ / ୨୦୨୨ ମସିହା ବୁଧବାରଦିନ ବୃଷରାଶିରୁ ମିଥୁନରାଶିକୁ ରବି ସଂକ୍ରମଣ କରିବା ଫଳରେ କଣ ରହିବ ବାରଟି ରାଶିର ଶୁଭାଶୁଭ, କେମିତି କଟିବ ଏଇ ମାସଟି କଣ କରିବେ ଅଶୁଭ ରବିଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା । ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ରବି ମହାଗ୍ରହଙ୍କୁ ସବୁ ଗ୍ରହଙ୍କ ଠାରୁ ଶ୍ରେଷ୍ଠଗ୍ରହ ବୋଲି କୁହାଯାଏ । ଜନ୍ମକୁଣ୍ଡଳୀରେ ଅନ୍ୟ ଗ୍ରହ ଯେଉଁ ପରିସ୍ଥିତିରେ ରହିଲେ ମଧ୍ୟ ରବି ମହାଗ୍ରହ ଶୁଭ ସ୍ଥିତିରେ ରହିବା ଆବଶ୍ୟକ । ରବି ମହାଗ୍ରହ ଆତ୍ମାର ପ୍ରତିନିଧିତ୍ୱ କରିଥାନ୍ତି । ସ୍ୱୟଂ ଶକ୍ତି, ଜ୍ଞାନବିଜ୍ଞାନ, ମାନସମ୍ମାନ, ପଦପ୍ରତିଷ୍ଠା, ବାପାଙ୍କ ସୁଖ, ସରକାରୀ ଚାକିରୀ, ଉଚ୍ଚପଦ ପଦବୀ, ଯଶ, କୀର୍ତ୍ତି, ପ୍ରଶସ୍ତି, ଆୟୁ, ରାଜା, ରାଜନୀତି, ମସ୍ତିସ୍କ, ହାଡ, ସ୍ୱାସ୍ଥ୍ୟ ଚିକିତ୍ସା, ହୃଦୟ, ଉଋ, ପିତ୍ତ, ଚକ୍ଷୁ, ରକ୍ତ ପ୍ରବାହ, ଗରମ ତଥା କରେଣ୍ଟ ଆଦିର କାରକ ସୂର୍ଯ୍ୟ ବା ରବି ମହାଗ୍ରହ ଅଟନ୍ତି । ରବିଗ୍ରହ ଯଦି ଶୁଭରେ ରହିଥାନ୍ତି ତେବେ ଶୁଭଫଳ ପ୍ରଦାନ କରି ଥାନ୍ତି । ଯଦି ଅଶୁଭରେ ସ୍ଥିତ ହୋଇଥାନ୍ତି ତେବେ ଜୀବନରେ ସୁଖ ମିଳେ ନାହିଁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ତୃତୀୟ ଭାବରେ ବା ବିକ୍ରମ ଭାବରେ ଅବସ୍ଥାନ କରିବେ । ଯାହାଫଳରେ କର୍ମଚାରୀମାନେ କର୍ମକ୍ଷେତ୍ରରେ ଅଧିକାରୀଙ୍କଠାରୁ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବଜାୟ ରଖିବେ । ବ୍ୟବସାୟରେ ଉନ୍ନତି ହେବା ସହ ପ୍ରବଳ ଲାଭ ପାଇବେ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋାଗ ପାଇବା ସହ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ । ଯେ କୌଣସି କାର୍ଯ୍ୟରେ ହାତ ଦେବେ ସେଥିରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ଲୋକସମ୍ପର୍କକୁ ଆଧାରକରି ତିଷ୍ଠି ପାରିବେ । ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ । ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟ କ୍ଷେତ୍ରରେ ସଫଳ ହେବେ । ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷାରେ ପ୍ରଶଂସା ପାଇବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-ବୃଷରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଦ୍ଵିତୀୟ ଭାବରେ ବା ଧନ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । କର୍ମକ୍ଷେତ୍ରରେ ଅଧିକାରୀ କାମରେ ପ୍ରସନ୍ନ ରହିବା ସହ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ଆୟ ଉପାର୍ଜନରେ ବାଧାନାହିଁ । ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ପ୍ରେମିକ ପ୍ରେମିକା ମାନେ ଦୂରଯାତ୍ରାର ସୁଯୋଗ ପାଇ ଆନନ୍ଦିତ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ରାଜନୀତି କ୍ଷେତ୍ରରେ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ସର୍ବଦା ପାଖରେ ରଖନ୍ତୁ ।

ମିଥୁନ:-ମିଥୁନରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ପ୍ରଥମ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଆଶାନୁରୂପ ଲାଭପାଇବେ । କର୍ମକ୍ଷେତ୍ରରେ ନିଜ ପରିଶ୍ରମରୁ ଲାଭ ମିଳିବ ଓ ସହଯୋଗୀଙ୍କ ସାହାଯ୍ୟ ସହଯୋଗ ମଧ୍ୟ ପାଇବେ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ନିଜର କଳ୍ପନାଶକ୍ତି ଅତ୍ୟଧିକ ସକ୍ରିୟ ହେବ । ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ । ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଏବଂ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି । ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

କର୍କଟ:-କର୍କଟ ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ବ୍ୟୟ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ନୂତନକର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ମଧ୍ୟ ରହିଛି । ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇ ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନରେ ଶାନ୍ତି ପାଇବେ । ଛାତ୍ରଛାତ୍ରୀ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । କଳା ସାହିତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡ଼ିକରେ ସମସ୍ୟା ସମାଧାନ ହୋଇଯିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ । କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ପ୍ରତିକାର:- ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-ସିଂହରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଏକାଦଶ ଭାବରେ ବା ଲାଭଭାବରେ ଅବସ୍ଥାନ କରିବେ । ଯାହାଫଳରେ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ପାଇବେ । ଆୟ ଉପାର୍ଜ୍ଜନର ବୃଦ୍ଧିହୋଇ ଆର୍ଥିକ କ୍ଷେତ୍ରରେ ପ୍ରବଳ ଉନ୍ନତି ହେବ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ ଓ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଛାତ୍ର ଛାତ୍ରୀମାନେ କ୍ରୀଡ଼ା, କଳା, ସାହିତ୍ୟ କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବା ସହ ନିର୍ମାଣମୂଳକ ଯୋଜନାରେ ଆଗେଇବେ । ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । କଠିନ ପରିଶ୍ରମ କରି କାର୍ଯ୍ୟ କଲେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ । ପ୍ରତିକାର- ପ୍ରତ୍ୟେକଦିନ ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-କନ୍ୟାରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଦଶମଭାବରେ ବା କର୍ମଭାବରେ ଅବସ୍ଥାନ କରିବେ । ଯାହାଫଳରେ ଶାରିରୀକ ଅସୁସ୍ଥତା ଦୂରହେବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟୀମାନେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ । ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ନୂତନ ଉଦ୍ୟୋଗରେ ପଇସା ଖଟେଇବେ । ଜାଗା, ଜମି, ଗୃହ ବାହନ ଆଦି ପାଇଁ ଚୂକ୍ତିହେବ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟ ନେତାଙ୍କର ପ୍ରିୟପାତ୍ର ହେବେ । କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ କର୍ମୋନ୍ନତିର ସୂଚନା ପାଇବା ସହ ସହକର୍ମୀ ମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ଠିକାଦାରୀ, ସଡକ, ଗୃହନିର୍ମାଣ ସାମଗ୍ରୀବ୍ୟବସାୟ, ପ୍ଳାଷ୍ଟିକ୍ ଚମଡାଆଦି ବ୍ୟବସାୟରେ ବିଶେଷ ଲାଭବାନ ହେବେ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ପରିବାର ଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ପ୍ରତିକାର-ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ତୁଳା:-ତୁଳାରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ନବମ ଭାବରେ ଭାଗ୍ୟ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ସମସ୍ତ ପ୍ରକାର ପ୍ରତିଯୋଗିତାରେ ସଫଳ ହେବେ । ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ପରହାତରେ ଥିବା ଧନ ସହଜରେ ପ୍ରାପ୍ତି ହେବ । ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କ ଠାରୁ ଅକସ୍ମାତ୍ ସାହାଯ୍ୟ ପାଇ ସାଂସାରିକ ଜୀବନ ସୁଖମୟ ହେବ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବା ସହ ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ । ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ । ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ ପଢା ପଢିରେ ମନ ଦେବେ । ସଂଚାଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକ, କଳାକାରମାନଙ୍କର ପ୍ରବଳ ଉନ୍ନତି ହେବା ସହ ଦୀର୍ଘଦିନର ଆଶା ମଧ୍ୟ ପୂରଣ ହେବ । ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଛା:-ବିଛାରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଅଷ୍ଟମ ଭାବରେ ବା ନିଧନ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ । ବିଦ୍ୟାର୍ଥୀ ମାନଙ୍କ ପାଇଁ ସମୟ ବିଶେଷ ଅନୁକୂଳ ଥିବାରୁ ଉଚ୍ଚଶିକ୍ଷାର ସ୍ଵପ୍ନ ସାକାର ହେବ । ବ୍ୟାଙ୍କ ଋଣ ଆବଶ୍ୟକ ଥିଲେ ଅତି ସହଜରେ ପାଇପାରିବେ ଏବଂ ପୂର୍ବଋଣ ସହଜରେ ପରିଶୋଧ କରିପାରିବେ । ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ । ଗୃହପାଳିତ ପଶୁଙ୍କ ଦ୍ୱାରା ବିଶେଷ ଲାଭନ୍ୱିତ ହେବେ । ଖଣିଜ ବ୍ୟବସାୟ, ଯାନବାହନ ବ୍ୟବସାୟ, ଯାତାୟତ ବ୍ୟବସାୟ, ବାୟୁଯାନ, ରେଳବିଭାଗର ଟିକେଟ ବିକ୍ରି, ଭୂ-ଜାତ ଦ୍ରବ୍ୟ ବ୍ୟବସାୟ, ସାନିଟାରୀ, ଇଟା, କୋଇଲା, ହାଡୱାର, ମହମବତୀ ଓ ଶ୍ରମିକ ବ୍ୟବସାୟରେ ଅତ୍ୟଧିକ ଲାଭପାଇବେ । ରାଜନୈତିକ କ୍ଷେତ୍ରରେ ଅଧିନସ୍ଥ କର୍ମଚାରୀଙ୍କ ପ୍ରତି ସତର୍କ ନରହିଲେ ସମସ୍ୟାର ସମ୍ମୁଖୀନ ହେବେ । ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ଯୋଗୁ ଚିନ୍ତିତ ରହିବେ । ପ୍ରତିକାର- ପ୍ରତ୍ୟେକ ଦିନ ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ ।

ଧନୁ:-ଧନୁରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ସପ୍ତମ ଭାବରେ ବା ଜାୟାବ୍ୟବସାୟ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ବାଣିଜ୍ୟ, ବ୍ୟବସାୟ, ନବିକରଣ, ଦୋକାନ, ଅଫିସ, ବାସଗୃହ ଆଦି ସାଜସଜ୍ଜା କରିବାପାଇଁ ଚେଷ୍ଟିତ ହେବେ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ । ଆର୍ଥିକ ଦୃଷ୍ଟି କୋଣରୁ ଉନ୍ନତି ହେବ । ସୁଖ ସୌଭାଗ୍ୟ ବୃଦ୍ଧି ହେବ । ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କ ସହ ସମ୍ପର୍କ ନିବିଡ ହେବାଫଳରେ ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ । ହୋଇପାରିବେ । ସନ୍ତାନ ମାନଙ୍କର ଶିକ୍ଷା, ଉଚ୍ଚଶିକ୍ଷା, ବିଦେଶ ଯାତ୍ରାର ସୁବିଧା ସୁଯୋଗ ପାଇବେ । ଆତ୍ମୀୟମାନେ ଭିତରେ ଭିତରେ ଚେର କାଟି ପାରନ୍ତି । ପ୍ରତିକାର- ପ୍ରତ୍ୟେକ ଦିନ କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ମକରରାଶି ଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଷଷ୍ଠଭାବରେ ବା ରୋଗ, ରୁଣ, ଶତ୍ରୁ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖିପାରିବେ । ପ୍ରଗତି, ଲାଭ, ଭୌତିକ ସଂବୃଦ୍ଧି ବୃଦ୍ଧି ହେବ । କମ୍ପାନୀ, ବ୍ୟାଙ୍କ, କମ୍ପ୍ୟୁଟର ଇତ୍ୟାଦି ବିଭାଗରେ ନୂତନ କର୍ମପ୍ରାପ୍ତି ହେବ । ଦୀର୍ଘଦିନପରେ ଆପଣଙ୍କ ଜୀବନରେ ଅଧିକ ସୁଖ ଓ ସମୃଦ୍ଧିର ସମୟ ଉପସ୍ଥିତ ହୋଇଛି । ନୂତନ ସଂପତ୍ତି କ୍ରୟ ବିକ୍ରୟ କରିବାର ଉପଯୁକ୍ତ ସମୟ । ବିଦେଶ ଯାତ୍ରାରେ ଉଚ୍ଚଶିକ୍ଷା ପାଇଁ ଓ କର୍ମୋନ୍ନତି ପାଇଁ ସୁଯୋଗ ପାଇବେ । ରାଜନୈତିକ କ୍ଷେତ୍ରରେ ଉଚ୍ଚ ପଦ ପଦବୀରେ ପ୍ରତିଷ୍ଠିତ ହେବେ । ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ହେବ । ଏହାକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ । ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ । ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କୁମ୍ଭ:-କୁମ୍ଭରାଶି ଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ପଞ୍ଚମଭାବ ବା ସନ୍ତାନ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ବେପାର ବଣିଜରେ ପ୍ରଚୁର ଲାଭ ମିଳିବ । ନୂଆ ନୂଆ ଉପାୟ ଚିନ୍ତା କରିବେ । ଅଚାନକ ଆୟ ବୃଦ୍ଧି ହେତୁ ଆପଣ ଆଚମ୍ବିତ ହୋଇଯିବେ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ । ଆଧ୍ୟାତ୍ମିକ, ଉଚ୍ଚଶିକ୍ଷା ନିମିତ୍ତ ବିଦେଶ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ । ଦୀର୍ଘଦିନ ଧରି ଅଧା ହୋଇ ପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ । ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ । ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରିବେ । ଧର୍ମଅନୁଷ୍ଠାନ, ଯଜ୍ଞାନୁଷ୍ଠାନ, ପଞ୍ଚାୟତ କ୍ଷେତ୍ରରେ ଉତ୍ସାହିତ ହେବେ । ଧନଧାନ୍ୟ, ମାନ-ସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧି ପାଇବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ । ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ । ଗୃହରେ ସୁଖଶାନ୍ତି ବିରାଜମାନ କରିବ । ପ୍ରତିକାର- ସର୍ବଦା ନୀଳ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମୀନ:-ମୀନରାଶି ଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଚତୁର୍ଥ ଭାବରେ ବା ସୁଖ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଲାଭର ମାର୍ଗ ପ୍ରଶସ୍ଥ ହୋଇ ଆର୍ଥିକଚିନ୍ତା ଦୂର ହୋଇଯିବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଦୂର ସମ୍ପର୍କୀୟ ବନ୍ଧୁଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ମନର ଆଶାଆକାଂକ୍ଷା ପୂରଣ ହେବ । ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ଖେଳରେ ବିଜୟୀ ହେବେ । ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ । କର୍ମ କ୍ଷେତ୍ରରେ ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିବା ଫଳରେ ମାନ ଓ ସମ୍ମାନ ବୃଦ୍ଧି ହେବ । ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ । ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ । ବ୍ୟବସାୟ ପାଇଁ ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ ଓ ଆର୍ଥିକ ଉନ୍ନତି ଫଳରେ କରଜରମାତ୍ରା ହ୍ରାସ ପାଇବ । ଭୋଗବିଳାସରେ ଦିନ କାଟିବା ପାଇଁ ଆଗ୍ରହୀ ହେବେ । ପ୍ରତିକାର- ପ୍ରତ୍ୟେକ ଦିନ କଦଳୀଗଛ ମୂଳରେ ହଳଦୀ ପାଣି ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!