ରବି ଚଳିବେ ମେଷ ରାଶିକୁ, କଣ ରହିବ 12ଟି ରାଶି ଉପରେ ଏହାର ପ୍ରଭାବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ତା ୧୪ / ୪ / ୨୦୨୧ ମସିହା ବୁଧବାର ଦିନ ମୀନରାଶିରୁ ମେଷରାଶିକୁ ରବି ସଂକ୍ରମଣ କରିବା ଫଳରେ କଣ ରହିବ ବାରଟି ରାଶିର ଶୁଭାଶୁଭ, କେମିତି କଟିବ ଏଇ ମାସଟି କଣ କରିବେ ଅଶୁଭ ଗ୍ରହଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ମେଷରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ପ୍ରଥମ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଅତ୍ୟନ୍ତ ଲାଭଦାୟକ ହେବ । ଜାଗା, ଜମି, ଗୃହ, ବାହନ ଆଦି କ୍ରୟ ବିକ୍ରୟ କରିବାର ସୁଯୋଗ ପାଇବେ । ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ । ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିପାରେ । ଶାରୀରିକ ରୂପରେ ମଜବୁତ୍‌ ହେବେ । ଚକ୍ଷୁ ଓ ମସ୍ତିଷ୍କ ସମ୍ବନ୍ଧିୟ ରୋଗରୁ ମୁକ୍ତି ମିଳିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସନ୍ତୁଷ୍ଟ ହେବେ । ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ । ବନ୍ଧୁମାନେ ବିଶ୍ୱାସ ଘାତକତା କରିପାରନ୍ତି । ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ । ରାଜନୀତି କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ଅପଯଶ ପାଇବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ବ୍ୟୟ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ଉଚ୍ଚାଧିକାରୀ, ସହକର୍ମୀ, ଭାଇବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ବ୍ୟାପାରରେ ବିସ୍ତାର ପାଇଁ କରଜ କରିବାକୁ ପଡିବ କିନ୍ତୁ ଠିକ୍‌ ସମୟରେ ଏହି କରଜ ସୁଝିପାରିବେ । କୋର୍ଟକଚେରୀ ମାମଲା ଓ ବାଦବିବାଦରୁ ଦୂରେଇ ରହିବା ପାଇଁ ପ୍ରୟାସ କରନ୍ତୁ । ପ୍ରେମସମ୍ବନ୍ଧରେ ସାବଧାନ ରହିବା ଜରୁରୀ, କାରଣ ଅଯଥା ଯୁକ୍ତିତର୍କ କରିଲେ ପ୍ରେମସମ୍ବନ୍ଧରେ ସମସ୍ୟା ଦେଖାଯିବ । ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ଵାରା ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ । କିନ୍ତୁ ଧ୍ୟାନ ରଖିବାକୁ ହେବ ଯେ ଅତ୍ୟଧିକ ଘମଣ୍ଡି ଦେଖାଇଲେ ସବୁ କାର୍ଯ୍ୟରେ ଘାତକ ସୃଷ୍ଟି ହେବ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଲାଭଭାବରେ ଅବସ୍ଥାନ କରିବେ । ଯାହାଫଳରେ ଧନ ସମ୍ବନ୍ଧିୟ ସମସ୍ତ କାର୍ଯ୍ୟ ପୂରଣ ହେବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ଆର୍ଥିକ କ୍ଷେତ୍ରରେ ସଫଳ ହୋଇ ନୂତନ ବ୍ୟବସାୟର ସୁଯୋଗ ପାଇବେ । ବ୍ୟବସାୟରେ ମନମୁତାବକ ଲାଭ ପାଇ ଭବିଷ୍ୟତ ଯୋଜନାରେ ନିବେଶ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ । ବିଦ୍ୟାର୍ଥିମାନଙ୍କର ମନୋଅନୁକୂଳ ଫଳପ୍ରାପ୍ତି ହେବା ଫଳରେ ପ୍ରଶଂସିତ ହେବେ । ଯୋଗ, ଆଧ୍ୟାତ୍ମରେ କ୍ୟାରିଅର୍‌ ସଜାଡିବାର ବାଟ ଦେଖାଯିବ । କୋର୍ଟ, କଚେରୀ ମାଲିମକଦ୍ଦମା, ବାଦବିବାଦରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ଭୁଲ୍ ବୁଝିଥିବା ଲୋକମାନେ ନିଜର ତ୍ରୁଟି ଜାଣି ପାରିବେ ଓ ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ । ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

କର୍କଟ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ କର୍ମ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବେ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । କର୍ମକ୍ଷେତ୍ରରେ ଯେଉଁମାନେ ପରିବର୍ତ୍ତନ କରିବାକୁ ଚାହୁଁଛନ୍ତି ତାହା ମଧ୍ୟ କରି ପାରିବେ । ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବା ଫଳରେ ଯୋଜନା କରିଥିବା କାର୍ଯ୍ୟରେ ସଫଳ ହେବେ । ଭାଇ ଭଉଣୀ ଆପଣଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିବା ଫଳରେ ପାରିବାରିକ କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପାଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହୋଇ ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ । ଜୁଆ ଓ ଲଟେରୀ ଖେଳରେ ମଧ୍ୟ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି । ବନ୍ଧୁ ମିତ୍ର ଓ ପରିବାରଜନଙ୍କ ସହ ପିକ୍ନିକ୍ ପାଇଁ ଯାତ୍ରା କରିବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ସିଂହ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଭାଗ୍ୟ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ସନ୍ତାନଙ୍କ ତରଫରୁ ଶୁଭସମାଚାର ପ୍ରାପ୍ତ ହେବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତି, ବେତନବୃଦ୍ଧି ଓ ମାନସିକ ଚିନ୍ତାରୁ ମୁକ୍ତି ମିଳିବ । ଜାଗା, ଜମି, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟରେ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବା ଫଳରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ହେବ । କୌଣସି ନୂତନ ବନ୍ଧୁଙ୍କ ସହିତ ସାକ୍ଷାତ ହୋଇ ଆୟରେ ବୃଦ୍ଧି ହେବା ସହ ସୁଖ, ସମ୍ପତ୍ତି ପ୍ରାପ୍ତ ହେବ । ଯାତ୍ରା ଫଳରେ ଉତ୍ସାହିତ ହେବେ ଓ ମାନସିକ ଓ ଶାରୀରିକ ରୂପରେ ମଜବୁତ୍‌ ରହିବେ । ରାଜନୀତିରେ କଠିନରୁ କଠିନ ପରିଶ୍ରମ କରିବା ଫଳରେ ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ନିଧନ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ସାମାଜିକ କ୍ଷେତ୍ରରେ ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ । ପତି ପତ୍ନିଙ୍କ ପ୍ରେମସମ୍ବନ୍ଧ ବୃଦ୍ଧି ପାଇବା ସହ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ । ପାରିବାରିକ କ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁଶିର ବାତା ବରଣ ସୃଷ୍ଟି ହେବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ତୀର୍ଥାଟନ କରି ଯାତ୍ରା କାଳରେ କଷ୍ଟ ଭୋଗି ପାରନ୍ତି । ରାଜନେତାମାନେ ଜନସେବାରେ ନିଜକୁ ନିୟୋଜିତ କରିବେ କିନ୍ତୁ କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ । ସ୍ୱାସ୍ଥ୍ୟ ଠିକ୍ ରହି ନ ପାରେ । ନିଜର ଆଚାର ବ୍ୟବହାର ଓ ଭାଷା ପ୍ରତି ସଂଯମତା ନ ରଖିଲେ ବିପଦରେ ପଡିବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ତୁଳା:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ବ୍ୟବସାୟ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ । ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ଅଟକି ଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟିତ ହେବେ । ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ବାଦବିବାଦ ଓ ମାଲି ମକଦ୍ଦମାର ସମାଧାନ ହେବ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ । ଭାଇ ବନ୍ଧୁଙ୍କ ସହିତ ଲାଗି ରହିଥିବା ମତାନ୍ତର ମନାନ୍ତର ଦୂର ହୋଇ ପାରିବାରିକ ଜୀବନ ସୁଖମୟ ହେବ । ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ ପ୍ରଶଂସା ପାଇବେ । ଦାମ୍ପତ୍ୟ ଜୀବନରେ ଲାଗି ରହିଥିବା ଅଶାନ୍ତି ଦୂର ହେବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷା ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡ଼ିବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ବିଚ୍ଛା:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ରୋଗ, ରୁଣ, ଶତ୍ରୁ ଭାବରେ ଅବସ୍ଥାନ କରିବେ । ଯାହାଫଳରେ କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, କର୍ମୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ଯଦି ବିଦେଶ ଯିବାକୁ ଚାହୁଁଥାନ୍ତି ତେବେ ଆଶା ଅଭିଳାଷ ପୂରଣ ହୋଇ ପାରିବ । ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରି ଆର୍ଥିକ ଦୃଷ୍ଟି କୋଣରୁ ଉନ୍ନତି ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଶିକ୍ଷା, ଉଚ୍ଚଶିକ୍ଷା, ବିଦେଶ ଯାତ୍ରାର ମନସ୍କାମନା ପୂର୍ଣ୍ଣ ହେବ । ବ୍ୟବସାୟ କ୍ଷେତ୍ରରେ ଭାଗ୍ୟ ଅନୁକୂଳ ହେତୁ ଆଶାତିତ ଲାଭ ମିଳିବ । ସେୟାରବଜାର, ଲଟେରୀ ଆଦିରେ ଲାଭ ଅଧିକ ମିଳିବ । ନୂତନ ଉଦ୍ୟୋଗରେ ପଇସା ଖଟେଇବେ । ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କର ପ୍ରିୟପାତ୍ର ହୋଇ ପାରିବେ । ପ୍ରତିକାର- ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ସନ୍ତାନ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ସମସ୍ତ ପ୍ରକାର ପ୍ରତିଯୋଗିତାରେ ସଫଳ ହେବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଛାତ୍ର ଛାତ୍ରୀ ମାନଙ୍କର ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ । ନୂତନ ସମ୍ବନ୍ଧ, ମାଙ୍ଗଳିକ କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ । ରାଜନେତା ମାନେ ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ । କୌଣସି ପ୍ରିୟମିତ୍ରଙ୍କ ଯୋଗେ ଚିନ୍ତା ଭାବନା ଦୂର ହୋଇ ଯିବ । ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ସୁଖ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବା ଫଳରେ ମାନସିକ ଏକାଗ୍ରତା ବଜାୟ ରହିବ । କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । କୋର୍ଟକଚେରୀ ମାମଲାର ଶୁଣାଣି ନିଜ ସପକ୍ଷରେ ଯିବ । ପାରିବାରିକ କ୍ଷେତ୍ରରେ ଅସ୍ଥିରତା ଓ ଅଶାନ୍ତି ଦୂରେଇ ଯିବା ଫଳରେ ନିର୍ମାଣ ଧୀନ କାର୍ଯ୍ୟ ସମ୍ପନ୍ନ ହେବ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । କେତେକ କ୍ଷେତ୍ରରେ ଅଶୁଭ ଫଳ ଭୋଗ କରି ପାରନ୍ତି । ମାନସିକ, ଶାରୀରିକ କଷ୍ଟର ସାମ୍ନା କରିବାକୁ ପଡିବ । ଦାମ୍ପତ୍ୟ ଜୀବନରେ ଦୁଃଖ ଦେଖାଦେଇ ପାରେ । ବିବାହ କ୍ଷେତ୍ରରେ ଅସୁବିଧା ଦେଖାଦେଇପାରେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

କୁମ୍ଭ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ବିକ୍ରମ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଯେଉଁ କାର୍ଯ୍ୟରେ ହାତ ଦେବେ ଠିକ୍ ନିର୍ଣ୍ଣୟ କରି ପାରିବେ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇ ବାକିଥିବା ଅର୍ଥପ୍ରାପ୍ତି ହେବା ଫଳରେ ଭୂମି, ସମ୍ପତ୍ତି ସମ୍ବନ୍ଧିୟ କାର୍ଯ୍ୟ ସମ୍ପନ୍ନ ହେବ । ନୂତନ କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ ଓ ସବୁ କାର୍ଯ୍ୟରେ ସଫଳତା ପାଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଧାର୍ମିକ ଅନୁଷ୍ଠାନରୁ ପ୍ରେରଣା ପାଇ ଉତ୍ସାହ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଦ୍ଵାରା କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି ଆଦର୍ଶ ସ୍ଥାନ ଗ୍ରହଣ କରିବେ । ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଛାତ୍ର ଛାତ୍ରୀମାନେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧି ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । କର୍ମସଂଧାନୀ ମାନେ ନୂତନ କର୍ମ ନିଯୁକ୍ତି ପାଇ ଖୁସି ହେବେ । ପ୍ରତିକାର- ନୀଳରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ମୀନ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଧନ ଭାବରେ ଅବସ୍ଥାନ କରିବେ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ବ୍ୟବହାରକୁଶଳ ଓ କଥାବାର୍ତ୍ତା ଦ୍ୱାରା ଅନ୍ୟକୁ ପ୍ରଭାବିତ କରିବାରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ସନ୍ତାନ, ମାଆବାପା ଓ ଜୀବନସାଥିଙ୍କ ଠାରୁ ସହଯୋଗ ପ୍ରାପ୍ତି ହୋଇ ସୁଖ ଶାନ୍ତି ମିଳିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନରେ ବୃଦ୍ଧି ହେବ । ନୂତନକର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ । ବ୍ୟବସାୟରେ ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳତା ଭରପୂର ରହିବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । କର୍ମଚାରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ । ପ୍ରତିକାର- ହଳଦୀରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!