ରବି ଚଳିଲେ ବୃଷ ରାଶିକୁ, କଣ ରହିବ 12ଟି ରାଶି ଉପରେ ଏହାର ପ୍ରଭାବ… ଦେଖନ୍ତୁ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ତା ୧୫ / ୦୫ / ୨୦୨୨ ମସିହା ରବିବାରଦିନ ମେଷରାଶିରୁ ବୃଷରାଶିକୁ ରବି ସଂକ୍ରମଣ କରିବା ଫଳରେ କଣ ରହିବ ବାରଟି ରାଶିର ଶୁଭାଶୁଭ, କେମିତି କଟିବ ଏଇ ମାସଟି କଣ କରିବେ ଅଶୁଭ ରବିଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା । ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ରବି ମହାଗ୍ରହଙ୍କୁ ସବୁ ଗ୍ରହଙ୍କ ଠାରୁ ଶ୍ରେଷ୍ଠଗ୍ରହ ବୋଲି କୁହାଯାଏ । ଜନ୍ମକୁଣ୍ଡଳୀରେ ଅନ୍ୟ ଗ୍ରହ ଯେଉଁ ପରିସ୍ଥିତିରେ ରହିଲେ ମଧ୍ୟ ରବି ମହାଗ୍ରହ ଶୁଭ ସ୍ଥିତିରେ ରହିବା ଆବଶ୍ୟକ । ରବି ମହାଗ୍ରହ ଆତ୍ମାର ପ୍ରତିନିଧିତ୍ୱ କରିଥାନ୍ତି ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ସ୍ୱୟଂ ଶକ୍ତି, ଜ୍ଞାନବିଜ୍ଞାନ, ମାନସମ୍ମାନ, ପଦପ୍ରତିଷ୍ଠା, ବାପାଙ୍କ ସୁଖ, ସରକାରୀ ଚାକିରୀ, ଉଚ୍ଚପଦ ପଦବୀ, ଯଶ, କୀର୍ତ୍ତି, ପ୍ରଶସ୍ତି, ଆୟୁ, ରାଜା, ରାଜନୀତି, ମସ୍ତିସ୍କ, ହାଡ, ସ୍ୱାସ୍ଥ୍ୟ ଚିକିତ୍ସା, ହୃଦୟ, ଉଋ, ପିତ୍ତ, ଚକ୍ଷୁ, ରକ୍ତ ପ୍ରବାହ, ଗରମ ତଥା କରେଣ୍ଟ ଆଦିର କାରକ ସୂର୍ଯ୍ୟ ବା ରବି ମହାଗ୍ରହ ଅଟନ୍ତି । ରବିଗ୍ରହ ଯଦି ଶୁଭରେ ରହିଥାନ୍ତି ତେବେ ଶୁଭଫଳ ପ୍ରଦାନ କରି ଥାନ୍ତି । ଯଦି ଅଶୁଭରେ ସ୍ଥିତ ହୋଇଥାନ୍ତି ତେବେ ଜୀବନରେ ସୁଖ ମିଳେ ନାହିଁ ।

ମେଷ:- ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଦ୍ଵିତୀୟ ଭାବରେ ବା ଧନ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଉଚ୍ଚାଧିକାରୀ, ସହକର୍ମୀ, ଭାଇବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରି ପାରିବେ । ଜାଗା, ଜମି, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ମଧ୍ୟ ଲାଭହେବ । ବିଦେଶ ଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବା ସହ ଅଭିଳାଷ ପୂର୍ଣ୍ଣ ହେବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବା ଯୋଗେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ପରିବାରରେ ସୁଖଶାନ୍ତି ଫେରି ଆସିବ । ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ । ଛାତ୍ର ଛାତ୍ରୀ ମାନଙ୍କର ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:- ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ପ୍ରଥମ ଭାବରେ ଅବସ୍ଥାନ କରିବେ । ଯାହାଫଳରେ କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ । ପ୍ରେମପ୍ରସଙ୍ଗରେ ସଫଳତା ମିଳିବ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇ ପାରନ୍ତି । ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ । ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ । ଖାଦ୍ୟପେୟ ଓ ଔଷଧ ସେବନ ପ୍ରତି ଧ୍ୟାନ ନ ରଖିଲେ, ବିଶେଷ କ୍ଷତି ହେବ । ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହୋଇ ପାରନ୍ତି । ନିଜ ଆଚାର ବ୍ୟବହାର ଦ୍ଵାରା ଗୁରୁଜନଙ୍କ ସନ୍ତୋଷ ଭାଜନ ହେବେ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ବ୍ୟୟ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଭୌତିକ ସୁଖ ସୁବିଧା ପ୍ରାପ୍ତିହେବ । ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ । କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ସବୁ ପ୍ରକାର ବ୍ୟବସାୟରେ ଭଲ ଲାଭ ପାଇବା ସହ ବାକିଥିବା ଅର୍ଥ କିଛି ପ୍ରାପ୍ତି ହେବ । ପରିବାରରେ ସୁଖ ଶାନ୍ତି ବଜାୟ ରହିବ । ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ । ପିଲାମାନଙ୍କ ସଫଳତାରେ ଖୁସିହେବେ । ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ । ଗୃହୋପକରଣ କ୍ରୟ କରିବେ । ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଏକାଦଶ ଭାବରେ ବା ଲାଭଭାବରେ ଅବସ୍ଥାନ କରିବେ । ଯାହାଫଳରେ ଜାଗା, ଜମି, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ । ବ୍ୟବସାୟରେ ସାଧାରଣ ପରିଶ୍ରମ ଫଳରେ ଅଧିକ ଉନ୍ନତି ହେବ । ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । ପାରିବାରିକ ଅଶାନ୍ତି ଦୂରେଇ ଯିବ । ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ବାସସ୍ଥାନ ଓ ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ । ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭ ପାଇବେ । ଦୂରଯାତ୍ରାରେ ସଫଳ ହେବେ । ନୂଆ ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ନିଜରବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ । ପ୍ରତିକାର- ଗୋଟାଗୁଆ ଗୋଟିଏ ପକେଟରେ ରଖି ଯାତ୍ରା କରନ୍ତୁ ।

ସିଂହ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଦଶମଭାବରେ ବା କର୍ମଭାବରେ ଅବସ୍ଥାନ କରିବେ । ଯାହାଫଳରେ କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ସ୍ୱାସ୍ଥ୍ୟରେ ଉନ୍ନତି, ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ରାଜନୀତି କ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ । ଆୟର ପନ୍ଥା ସହଜ ହେବ । ଧର୍ମ କର୍ମରେ ରୁଚି ବୃଦ୍ଧି ହେବ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ଜାଗା, ଜମି, ସ୍ଥାବର ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଯିବ । ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ ।

କନ୍ୟା:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ନବମ ଭାବରେ ଭାଗ୍ୟ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ବ୍ୟବସାୟୀମାନେ ଆଶାତୀତ ଲାଭପାଇ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ । ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ । ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ । ପ୍ରେମୀ ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ । ଆର୍ଥିକ ଉନ୍ନତିରେ ସଫଳତା ଓ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯିବ । କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ । ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ତୁଳା:- ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଅଷ୍ଟମ ଭାବରେ ବା ନିଧନ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ରାଜନୀତି କ୍ଷେତ୍ରରେ ଜନସେବାରେ ନିଜକୁ ନିୟୋଜିତ କରି ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ ମାନ ମନାନ୍ତର ଦୂର ହେବା ଫଳରେ ପ୍ରଶଂସିତ ହେବେ । ପାରିବାରିକ ଦ୍ଵନ୍ଦର ଅବସାନ ଘଟିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ । ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ । ବନ୍ଧୁ ମିଳନରେ ପାରିବାରିକ ଅଶାନ୍ତି ଦୂରେଇ ଯାଇ ମନ ପ୍ରଫୁଲ୍ଲ ରହିବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ । ସ୍ୱାସ୍ଥ୍ୟ ଠିକ୍ ରହି ନ ପାରେ । ପ୍ରତିକାର:- ପ୍ରତ୍ୟେକଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:- ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ସପ୍ତମ ଭାବରେ ବା ଜାୟାବ୍ୟବସାୟ ଭାବରେ ଅବସ୍ଥାନ କରିବେ । ଯାହାଫଳରେ କର୍ମ କ୍ଷେତ୍ରରେ ଉଚ୍ଚପ୍ରଶଂସିତ ହେବେ । ସାଧୁ ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ । ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଧନମାନ ଦିଗରୁ ସୁରକ୍ଷିତ ରହିବେ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ କରି ପ୍ରଶଂସା ପାଇବେ । ରାଜନୈତିକ କ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ । ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:- ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଷଷ୍ଠଭାବରେ ବା ରୋଗ, ରୁଣ, ଶତ୍ରୁ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଶତୃମାନେ ତଳମୁହାଁ ହେବେ । ଆର୍ଥୀକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ମାନସିକ ଦୁଃଶ୍ଚିନ୍ତା ଦୂର ହେବ । ନୂତନକର୍ମ ନିଯୁକ୍ତି ପାଇଁ ଚେଷ୍ଟା ସଫଳ ହେବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହୋଇ ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ । ଆର୍ଥିକ ଦିଗରୁ ଉନ୍ନତି ହେବା ସହ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ । ବ୍ୟବସାୟ ବଢାଇବାରେ ସମର୍ଥ ହେବେ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ । ସନ୍ତାନସୁଖ ପ୍ରାପ୍ତି, ଶାରିରୀକ ଅସୁସ୍ଥତା ଦୂର ହୋଇ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ପ୍ରତିକାର- ପ୍ରତ୍ୟେକଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ମକର:-ରାଶି ଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ପଞ୍ଚମଭାବ ବା ସନ୍ତାନ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ । ଘରୋଇ କର୍ମଚାରୀମାନେ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେଇ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ । ବ୍ୟବସାୟ ବୃଦ୍ଧି ପାଇବ ଓ ଲାଭାଂଶ ଉପରେ ସୁପ୍ରଭାବ ପଡିବ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ବିଦ୍ୟାର୍ଥୀମାନେ ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ । ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ରାଜନୀତିରେ ଲୋକ ସମ୍ପର୍କକୁ ଆଧାରକରି ତିଷ୍ଠି ପାରିବେ । ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି । ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଆଶାତୀତ ଲାଭ ପାଇବେ । ପ୍ରତିଯୋଗୀ ପରୀକ୍ଷାରେ ପରିଣାମ ଅନୁକୂଳ ହେବାଦ୍ୱାରା ଚାରିଗୁଣ ଖୁସି ବଢ଼ି ଯିବ । ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ । ପ୍ରତିକାର- ନୀଳବସ୍ତ୍ର ପରିଧାନ କରନ୍ତୁ । ନତୁବା ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:- ରାଶି ଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଚତୁର୍ଥ ଭାବରେ ବା ସୁଖ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ । ରାଜନୀତିରେ ସମାଲୋଚିତ ହେଲେ ମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ସ୍ଵାଭିମାନକୁ ବଜାୟ ରଖି ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହୋଇ କର୍ମୋନ୍ନତି ଭାଗ୍ୟୋନ୍ନତି କରି ପାରିବେ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । କିନ୍ତୁ ସତର୍କ ରହିଲେ ଆର୍ଥିକ ଭରସାମ୍ୟ ରକ୍ଷାକରି ପାରିବେ । ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । ଅତି ନିଜର ଲୋକମାନେ ଶତୃତା ଆଚରଣ କରି ପାରନ୍ତି । ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବ । କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ ବହୁତ କ୍ଷତିରେ ପଡିବେ । ପ୍ରତିକାର- ପ୍ରତ୍ୟେକଦିନ କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ତୃତୀୟ ଭାବରେ ବା ବିକ୍ରମ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂରହେବ । ସୁଯୋଗ ପାଇ ଗଠନମୂଳକ ଚିନ୍ତାଧାରାକୁ ଉଜ୍ଜୀବିତ କରି ଯୋଜନାବଦ୍ଧ ରୀତି ଗ୍ରହଣ କରି ପାରିବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ରାଜନୀତି କ୍ଷେତ୍ରରେ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସା ପାଇବେ । ସୌଖୀନ ଦ୍ରବ୍ୟାଦି ବ୍ୟବସାୟରେ ବିଶେଷ ଲାଭ କରି ପାରିବେ ଓ ଉତ୍ତମ ରୋଜଗାର ହେବ । ହର୍ସୋଲ୍ଲାସ ବାତାବରଣ ପରିବାରରେ ଖେଳିଯିବ । ଅଟକି ଥିବା କାର୍ଯ୍ୟ ଚାଲୁ କଲେ ଗୁରୁ ଗୁରୁଜନ ମାନଙ୍କର ସହଯୋଗ ପାଇବେ । ଶିକ୍ଷାର୍ଥୀମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ । ପ୍ରତିକାର- ପ୍ରତ୍ୟେକଦିନ ଅଷ୍ଟଗନ୍ଧ ତିଳକଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!