ରବି ଚଳିଲେ ଧନୁ ରାଶିରୁ ମକର ରାଶିକୁ (ମକର ସଙ୍କ୍ରାନ୍ତି) କେମିତି ରହିବ 12ଟି ରାଶିର, ଦେଖନ୍ତୁ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଦଶମଭାବରେ ବା କର୍ମଭାବରେ ଅବସ୍ଥାନ କରିବେ। ଯାହାଫଳରେ ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଜାଗା, ଜମି, ସ୍ଥାବର ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଯିବ। ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ ଓ ହର୍ସୋଲ୍ଲାସ ବାତାବରଣ ପରିବାରରେ ଖେଳିଯିବ। ଅଟକି ଥିବା କାର୍ଯ୍ୟ ଚାଲୁ ହେବ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧୀକାରୀଙ୍କ ପ୍ରିୟଭାଜନ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ମାନସିକ ଦୁଶ୍ଚିନ୍ତା ଦୂର ହେବ। ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇବେ ଓ ଆକସ୍ମିକ ଧନ ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନ ଜନକ ପରିବେଶ ଦେଖାଦେବା ସହ ଯଶ, ମାନ ବୃଦ୍ଧି ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ନବମ ଭାବରେ ଭାଗ୍ୟ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ଆର୍ଥୀକ ସ୍ୱଚ୍ଛଳତା ଦେଖା ଦେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ଘରୋଇ କର୍ମ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହାଁଇ ପାରିବେ। ନୂତନ ବସ୍ତୁ କ୍ରୟ କରିବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଶୁଭ ସମ୍ବାଦ ପାଇ ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ। ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ ଯନ୍ତ୍ରଣା ଭୋଗି ପାରନ୍ତି। ଅଳସୁଆ ପ୍ରକୃତି ପ୍ରକାଶ ପାଇବା ଫଳରେ ସାମାନ୍ୟ କ୍ଷତି ସହିବେ। ପ୍ରତିକାର- ପ୍ରତ୍ୟେକଦିନ ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଅଷ୍ଟମ ଭାବରେ ବା ନିଧନ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ଅବସାନ ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଆଶାତୀତ ଫଳ ପାଇବେ। ବ୍ୟବସାୟ ବଢାଇବାରେ ସମର୍ଥ ହେବେ ଓ ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ। ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଭ୍ରମଣ ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ତଳ ମହଲରୁ ଆଶାତୀତ ଲାଭ ପାଇବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ଶ୍ରମିକମାନେ ବେସୀ ଉପକୃତ ହେବେ। କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ସପ୍ତମ ଭାବରେ ବା ଜାୟାବ୍ୟବସାୟ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ସାମାଜିକ ପ୍ରତିଷ୍ଠା, ମାନ, ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ। ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ସଂଚାଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକ, କଳାକାର ମାନଙ୍କର ପ୍ରବଳ ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ। ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ଅଧା ହୋଇଥିବା କାର୍ଯ୍ୟ ସହଜରେ ପୂରଣ ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଷଷ୍ଠଭାବରେ ବା ରୋଗ, ରୁଣ, ଶତ୍ରୁ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ସୁଖ ଶାନ୍ତି, ଯଶ ଲାଭ ଓ କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ପଦୋନ୍ନତିର ସୂଚନା ପାଇବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଏବଂ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନବୃଦ୍ଧି ହେବ। କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବେ। ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ। ଇଚ୍ଛାକରି ଆଳସ୍ୟ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ। ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପ୍ରତିକାର- ପ୍ରତ୍ୟେକଦିନ ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-ରାଶି ଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ପଞ୍ଚମଭାବ ବା ସନ୍ତାନ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ଶରୀର ସୁସ୍ଥ ରହିବ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ସହ ନୂଆ ନୂଆ ଯୋଜନା ପ୍ରସ୍ତୁତ କରିବେ। ପ୍ରତିଯୋଗି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନୂତନ କର୍ମନିଯୁକ୍ତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହେବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ ଓ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ। ତେଜରାତି, ଷ୍ଟେସନାରୀ, ଔଷଧ ବ୍ୟବସାୟୀ ମାନଙ୍କର ଆଶାତିତ ଲାଭ ହେବ। କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। ସରକାରୀ କ୍ଷେତ୍ରରେ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ତୁଳା:-ରାଶି ଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଚତୁର୍ଥ ଭାବରେ ବା ସୁଖ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ଆୟ ଅଧିକ ହେବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା ପାଇଁ ଅନାବଶ୍ୟକ ଧାଁଦୌଡ଼ କରିବାକୁ ପଡିବ। ମାନସିକ ଅଶାନ୍ତି ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ପରିବାର ଭିତରେ ଜଗିରଖି ଚଳିଲେ ପାଖ ପଡୋଶିଙ୍କ ଦ୍ଵାରା ପ୍ରଶଂସା ପାଇବେ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ତୃତୀୟ ଭାବରେ ବା ବିକ୍ରମ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ। ଶତୃମାନେ ତଳମୁହାଁ ହେବେ। ମାଲିମକଦ୍ଦମାରେ ବିଜୟଲାଭ ହେବ। ସମସ୍ତ ସମସ୍ୟା ଅପସରି ଯିବ। ସନ୍ତାନ ଯୋଗେ ଆନନ୍ଦିତ ହେବେ। ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବା ସହ ଋଣ ପରିଶୋଧ କରି ପାରନ୍ତି। ପ୍ରତିକାର- ପ୍ରତ୍ୟେକଦିନ ସିନ୍ଦୁରଟିକେ ମୁଣ୍ଡରେ ଲଗେଇ ଦିଅନ୍ତୁ।

ଧନୁ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଦ୍ଵିତୀୟ ଭାବରେ ବା ଧନ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ସ୍ୱାସ୍ଥ୍ୟରେ ଉନ୍ନତି ହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ବନ୍ଧୁ ମିତ୍ରମାନେ ସହଯୋଗ କରିବେ। ଦୂରସ୍ଥାନକୁ ଯାତ୍ରା କରିବେ। ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ଉତ୍ତମ ରୋଜଗାର ମିଳିବ। ନୂତନ କର୍ମ ନିଯୁକ୍ତି ପାଇବେ। ଗୃହସ୍ଥ ଜୀବନ ସୁଖମୟ ହେବ। ନୂତନ ଯୋଜନାରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସାହାଯ୍ୟ ପାଇ ସହକର୍ମୀଙ୍କ ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ପ୍ରଥମ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ବ୍ୟବସାୟରେ ସ୍ଥିତି ସୁଧୁରିବା ଫଳରେ ନିଜ ପରିଶ୍ରମରୁ ଭଲ ଲାଭ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ରାଜନୀତିରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ ଓ ସାମାଜିକ ପ୍ରତିଷ୍ଠା, ମାସମ୍ମାନ ବୃଦ୍ଧି ହେବ। କଳା ସାହିତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡ଼ିକରେ ସମସ୍ୟା ସମାଧାନ ହୋଇଯିବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶରେ ବାଧା ଉତ୍ପନ୍ନ କରିବେ। ସମସ୍ତ କଷ୍ଟର ସାମ୍ନା କରିବାକୁ ପଡିବ। ଭାତୃ ବିବାଦ, ଅଯଥା ଧନଖର୍ଚ୍ଚ, ଶତ୍ରୁମାନେ ବିପଦରେ ପକେଇବା ପାଇଁ ଚେଷ୍ଟା କରିବେ। ପୁରାତନ ରୋଗର ପ୍ରକୋପ ବୃଦ୍ଧି ପାଇବ ଓ ସ୍ଵାମୀ ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍ ବୁଝାମଣା ହୋଇପାରେ। ଶତୃମାନେ କ୍ଷତି କରିବାକୁ ଚେଷ୍ଟା କରିବେ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ବ୍ୟୟ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। କର୍ମକ୍ଷେତ୍ରରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇ ପାରିବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉନ୍ନତି ଓ ଲାଭ କରିବେ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ନତୁବା ଦୂରଯାତ୍ରା କରି ନିଜକୁ ଅସୁସ୍ଥ ମନେକରିବେ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଏକାଦଶ ଭାବରେ ବା ଲାଭଭାବରେ ଅବସ୍ଥାନ କରିବେ। ଯାହାଫଳରେ ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ବିବାଦୀୟ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ ଓ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। କର୍ମ ନିଯୁକ୍ତି ପାଇଁ ଚେଷ୍ଟା କଲେ କର୍ମପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ ଓ ଚାକିରିରେ ପ୍ରତିଷ୍ଠିତ ହେବା ସହ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ।ବିଦ୍ୟାରେ ଉନ୍ନତି ସହ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ପ୍ରଶଂସିତ ହେବେ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ।ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!